32.9 C
Balāngīr
Saturday, April 26, 2025

ଅଖା ଭିତରୁ ମୃତଦେହ ଉଦ୍ଧାର, ପରିଚୟ ଅସ୍ପଷ୍ଟ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ରାଉରକେଲା, (୨୭/୦୨) : ଅଖା ଭିତରେ ମୃତଦେହ । ରାଉରକେଲାରେ ନଦୀରେ ଭାସୁଥିବା ଅଖା ଭିତରୁ ମୃତଦେହ ଉଦ୍ଧାର ହୋଇଛି ।

କୋଏଲା ନଦୀ ପାନପୋଷ ଗୋଶାଳା ନିକଟରୁ ମୃତଦେହ ଉଦ୍ଧାର ହୋଇଛି । ମୃତ ବ୍ୟକ୍ତିଙ୍କ ପରିଚୟ ଜଣାପଡ଼ିନାହିଁ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ କରୁଛି । ସୂଚନା ଅନୁସାରେ ଆଜି ସକାଳୁ ଗୋଶାଳା ନିକଟସ୍ଥ ନଦୀ କୂଳରେ ଜଣେ ବ୍ୟକ୍ତିଙ୍କର ମୃତଦେହ ନଦୀରେ ଭାସୁଥିବା ସ୍ଥାନୀୟ ବାସିନ୍ଦା ମାନେ ଦେଖିବାକୁ ପାଇଥିଲେ । ଘଟଣା ସମ୍ପର୍କରେ ରଘୁନାଥ ପାଲି ଥାନାକୁ ଜଣାଇବା ପରେ ପୋଲିସ୍ ଓ ଅଗ୍ନିଶମ ବାହିନୀର ଗୋଟିଏ ଟିମ୍ ଘଟଣା ସ୍ଥଳରେ ପହଞ୍ଚିଥିଲେ। ଅଖା ଖୋଲିବାରୁ ପୋଲିସ ମୃତଦେହ ଚିହ୍ନଟ କରିଥିଲା । ଏ ସମ୍ପର୍କରେ ଜାଣିବା ପାଇଁ ସ୍ଥାନୀୟ ବାସିନ୍ଦାଙ୍କୁ ପଚରାଉଚରା କରିଥିଲେ ମଧ୍ୟ ବ୍ୟକ୍ତିଙ୍କର ପରିଚୟ ମିଳିପାରିନାହିଁ । ଅନ୍ୟପଟେ ଘଟଣାକୁ ନେଇ ଅଧିକ ତଦନ୍ତ ଆରମ୍ଭ କରିଛି ରଘୁନାଥ ପାଲି ଥାନା ପୋଲିସ୍।

 

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...