ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
କେନ୍ଦୁଝର, (୨୫/୦୨) : ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଜଣେ ଯୁବକଙ୍କ ଜୀବନ । କେନ୍ଦୁଝର ଜିଲ୍ଲା ଜାତୀୟ ରାଜପଥ ୪୯ ହାତିବାରୀ ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।
ତେବେ ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ମିଳି ପାରିନାହିଁ । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ଘଟଣାର ତଦନ୍ତ ଜାରି ରଖିଛି । ଖବର ଅନୁସାରେ, କେନ୍ଦୁଝର ଜିଲ୍ଲା ଜାତୀୟ ରାଜପଥ ୪୯ ନମ୍ବର ଜାତୀୟ ରାଜପଥ ହାତିବାରୀ ନିକଟରେ ଜଣେ ଯୁବକ ରାସ୍ତା ପାର୍ ହେଉଥିଲେ। ଏହି ସମୟରେ ଦ୍ରୁତ ଗତିରେ ଆସିୁଥିବା ଏକ ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା ।
ଯାହାଫଳରେ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ହୋଇଥିଲା । ତେବେ ଦୁର୍ଘଟଣା ଘଟାଇ ଗାଡିଟି ଘଟଣାସ୍ଥଳରୁ ଫେରାର ମାରିଥିଲା । ଦୁର୍ଘଟଣା ଖବର ପାଇ ତୁରୁମୁଙ୍ଗା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ନିମନ୍ତେ ପଠାଇଛି । ତେବେ ବର୍ତ୍ତମାନ ସୁଦ୍ଧା ମୃତ ଯୁବକଙ୍କ ପରିଚୟ ମିଳି ପାରିନାହିଁ ତେଣୁ ପୋଲିସ ତଦନ୍ତ ଜାରି ରଖିଛି ।