32.9 C
Balāngīr
Friday, April 25, 2025

ଅଧରାତିରେ ଛେଚିଲା ବର୍ଷା, ଆଉ ଦୁଇ ଦିନ କାଳବୈଶାଖୀ ସମ୍ଭାବନା

Must read

ଭୁବନେଶ୍ୱର, (୧୧/୦୪) : ଆପ୍ର. : କାଳବୈଶାଖୀ ଆଣିଲା ଆଶ୍ବସ୍ତି । ୧୦ ଜିଲ୍ଲାରେ ଛେଚିଲା କାଳବୈଶାଖୀ ବର୍ଷା ।

ବିଳମ୍ବିତ ରାତିରେ ଭୁବନେଶ୍ବର ଓ କଟକ ସହର ସମେତ ୧୦ ଜିଲ୍ଲାରେ ତାଣ୍ଡବ ରଚିଛି କାଳବୈଶାଖୀ ବର୍ଷା । ପ୍ରବଳ ପବନ ସାଙ୍ଗକୁ ବିଜୁଲି-ଘଡ଼ଘଡ଼ି ସହ ବର୍ଷା ହୋଇଛି । କାଳବୈଶାଖୀ ବର୍ଷା ପାଇଁ ରାଜ୍ୟରେ ତାପମାତ୍ରା ମଧ୍ୟ ତଳମୁହାଁ ହୋଇଛି । ଏଭଳି ସ୍ଥିତି ଆହୁରି ଦୁଇ ଦିନ ପର୍ଯ୍ୟନ୍ତ ଲାଗି ରହିବ । ଆଜି ପାଇଁ ଉପକୂଳ ଓଡ଼ିଶାର ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏସବୁ ଜିଲ୍ଲାରେ ୪୦ରୁ ୫୦ କିଲୋମିଟର ବେଗରେ ପବନ ବହିବା ସହ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି । ସେହିପରି ଆସନ୍ତାକାଲି ୧୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ୧୩ ତାରିଖଠାରୁ ପାଗରେ ସାମାନ୍ୟ ପରିବର୍ତ୍ତନ ଆସିବ। ତାପମାତ୍ରା ପୁଣିଥରେ ବଢ଼ିପାରେ ବୋଲି ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି ।

ଗତକାଲି ବଲାଙ୍ଗୀରରେ ରାଜ୍ୟର ସର୍ବୋଚ୍ଚ ତାପମାତ୍ରା ୪୦.୮ ଡିଗ୍ରି ଥିବା ବେଳେ ଟିଟିଲାଗଡ଼ରେ ୪୦ ଡିଗ୍ରି ରହିଥିଲା । ୩୬ ଘଣ୍ଟା ମଧ୍ୟରେ ପୁରୀ, କେନ୍ଦୁଝର, ମାଲକାନଗିରି, ସୋନପୁର, ରାୟଗଡ଼ା ଓ ରାଉରକେଲା ସହରରେ ହାଲୁକା ବର୍ଷା ହୋଇଛି। ଆଗାମୀ ୫ ଦିନରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...