32.9 C
Balāngīr
Monday, April 28, 2025

ଅନୁଗୁଳରେ ଆତଙ୍କ ଖେଳାଇଛି ପାଗଳ କୁକୁର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଅନୁଗୁଳ, (୦୯/୦୨) : ଅନୁଗୁଳ ରେ ଆତଙ୍କ ଖେଳାଇଛି ପାଗଳ କୁକୁର । ପାଗଳ କୁକୁର କାମୁଡାରେ ୨୨ରୁ ଅଧିକ ଆହତ ହୋଇଛନ୍ତି ।

ସମସ୍ତ ଆହତଙ୍କୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇ ଚିକିତ୍ସା କରାଯାଉଛି । ସେମାନଙ୍କ ମଧ୍ୟରୁ କୃଷ୍ଣ ଚନ୍ଦ୍ର ବେହେରା, ଆୟୁଷ୍ମାନ ଦେହୁରୀ, ଅଭିରାମ ମାଝୀ, ଗୋଲଖ ନାଏକ, ବାବୁ ଦାସ, ଲକ୍ଷ୍ମୀ ପ୍ରିୟା ବେହେରାଙ୍କ ସ୍ୱାସ୍ଥ୍ୟ ଅବସ୍ଥା ଗୁରୁତର ହୋଇଥିଲାବେଳେ ଅନ୍ୟ କେତେକଙ୍କ ପରିଚୟ ମିଳିପାରିନାହିଁ । ସୂଚନା ମୁତାବକ, ଗତ କିଛି ଦିନ ଧରି ଗୋଟିଏ ପାଗଳ କୁକୁର ଅନୁଗୁଳ ସହରରେ ବୁଲୁଛି । ବୁଲିବା ସମୟରେ ଯାହାକୁ ଦେଖୁଛି ତାଙ୍କୁ କାମୁଡି ରକ୍ତାକ୍ତ କରିଦେଉଛି ।

ପିଲାମାନଙ୍କ ଠାରୁ ଆରମ୍ଭ କରି ବୃଦ୍ଧ ପର୍ଯ୍ୟନ୍ତ ପାଖାପାଖି ୨୨ରୁ ଅଧିକ ଜଣ କୁକୁର କାମୁଡ଼ାରେ ଗୁରୁତର ହୋଇ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି । ଏହି ଘଟଣାରେ ସ୍ଥାନୀୟ ଅଞ୍ଚଳ ଲୋକେ ଭୟଭୀତ ହୋଇପଡିଛନ୍ତି । ଶୁଶୁଡା, କଲେଜ ଛକ, ହାଟ ଛକ, ହୁଲୁରିସିଂହା, ହେମସୁରପଡା ଅଞ୍ଚଳରେ ଏହି ପାଗଳ କୁକୁରଟି ବୁଲି ବୁଲି ଯାହାକୁ ଦେଖୁଛି ତାକୁ କାମୁଡ଼ି ଦେଉଛି । ଏହି ଘଟଣାର ସମାଧାନ ପାଇଁ ଅଞ୍ଚଳ ବାସୀ ପ୍ରଶାସନକୁ ନିବେଦନ କରିଛନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...