32.9 C
Balāngīr
Tuesday, May 13, 2025

ଅପରାଧର ସବୁ ସୀମା ପାର୍: ଗୋଡ଼ାଇ ଗୋଡ଼ାଇ ଜୀବନରୁ ମାରିଦେଲେ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

କେନ୍ଦ୍ରାପଡା, (୦୮/୦୫) : ଆପ୍ର. : ଗତକାଲି ରାତିରେ ଦୁର୍ବୃତ୍ତମାନେ ଗୋଡ଼ାଇ ଗୋଡ଼ାଇ ଜଣେ ଯୁବକଙ୍କୁ ନିର୍ମମ ଭାବେ ହତ୍ୟା କରିଛନ୍ତି ।

ନୃସଂହତାର ସବୁ ସୀମା ପାର କରି ଦେଲେ ଆଉ ଯୁବକଙ୍କୁ ଜୀବନରୁ ମାରିଦେଲେ। ଏଭଳି ଗୋଟିଏ ଲୋମଟାଙ୍କୁରା ଘଟଣା ଆସିଛି କେନ୍ଦ୍ରାପଡ଼ା ଜିଲ୍ଲା ପାଟକୁରା ଥାନା ଅନ୍ତର୍ଗତ ହରିଦାସପୁର ଗ୍ରାମର ଚିତ୍ରୋତ୍ପଳା ନଦୀବନ୍ଧରୁ । ମୃତ ଯୁବକ ହରିଦାସପୁର ଗ୍ରାମର ଜ୍ୟୋତିରଞ୍ଜନ ପରିଡ଼ା ତାଙ୍କୁ ବୟସ ମାତ୍ର ୨୦ ବର୍ଷ । ସୂଚନା ଅନୁସାରେ ଆଜି କେନ୍ଦ୍ରାପଡ଼ା ଏସ୍‌ପି ସିଦ୍ଧାର୍ଥ କଟାରିଆ, କେନ୍ଦ୍ରାପଡ଼ା ଏସ୍‌ଡିପିଓ ଜ୍ୟୋତିରଞ୍ଜନ ଗୌଡ଼, ପାଟକୁରା ଥାନାଧିକାରୀ ମହମ୍ମଦ ଜମ୍‌ସେଦ୍‌ ଓ ସାଇଣ୍ଟିଫିକ୍‌ ଟିମ୍‌ ଘଟଣାସ୍ଥଳରେ ପହଞ୍ଚି ଘଟଣାର ଅନୁସନ୍ଧାନ କରିଛନ୍ତି । ଗତକାଲି ଜ୍ୟୋତିରଞ୍ଜନ ଓ ତାଙ୍କ ଭାଇ ରଶ୍ମିରଞ୍ଜନ ସାଂସ୍କୃତିକ କାର୍ଯ୍ୟକ୍ରମ ଦେଖିବା ପାଇଁ ଗାଁ ନିକଟ ଶନିଦେବଙ୍କ ପୀଠକୁ ଯାଇଥିଲେ ।

ବିଳମ୍ବିତ ରାତିରେ ଫେରୁଥିଲା ବେଳେ ନଦୀବନ୍ଧରେ ପୂର୍ବରୁ ଲୁଚି ରହିଥିବା ଦୁର୍ବୃତ୍ତମାନେ ହଠାତ୍‌ ଜ୍ୟୋତିରଞ୍ଜନଙ୍କୁ ଆକ୍ରମଣ କରିଥିଲେ। କେତେକ ଗାଁ ଲୋକ ତାଙ୍କୁ ଉଦ୍ଧାର କରିବା ପାଇଁ ଘଟଣାସ୍ଥଳକୁ ଯାଇଥିଲେ। ମାତ୍ର ଅପରାଧୀଙ୍କ ଆକ୍ରମଣରେ ଗ୍ରାମର ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କ ମୁଣ୍ଡ ଓ ହାତରେ ଗଭୀର ଆଘାତ ଲାଗିଛି। ଦୁଇଜଣ କେନ୍ଦ୍ରାପଡ଼ା ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି। ଏ ସମ୍ପର୍କରେ ଜ୍ୟୋତିରଞ୍ଜନଙ୍କ ଭାଇ ରଶ୍ମିରଞ୍ଜନ ପାଟକୁରା ଥାନାରେ ଲିଖିତ ଅଭିଯୋଗ ଦେବା ପରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି ।

ଅଭିଯୋଗ ମୁତାବକ, ଶନିଦେବଙ୍କ ପୀଠରେ ଯାତ୍ରା ଚାଲିଥିଲା ବେଳେ କୌଣସି କାରଣରୁ ପାଟିତୁଣ୍ଡ ହୋଇଥିଲା। ପରିଣାମ ସୂରୂପ ଜ୍ୟୋତିରଞ୍ଜନଙ୍କ ଜୀବନ ଯାଇଥିଲା। ପାଟକୁରା ପୁଲିସ ଘଟଣାସ୍ଥଳରେ ପହଞ୍ଚି ‌ରକ୍ତ ଜୁଡ଼ୁବୁଡ଼ୁ ଜ୍ୟୋତିରଞ୍ଜନଙ୍କୁ ଉଦ୍ଧାର କରି ପ୍ରଥମେ ପାଟକୁରା ଓ ପରେ କେନ୍ଦ୍ରାପଡ଼ା ଡାକ୍ତରଖାନାକୁ ନେଇଥିଲା। ହେଲେ, ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଶବ ବ୍ୟବଚ୍ଛେଦ ପରେ ଗ୍ରାମ ଶ୍ମଶାନରେ ଆଜି ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯାଇଛି । ଏ ଘଟଣାର ଅଧିକା ତଦନ୍ତ କରି ପୋଲିସ ୫ଜଣଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...