32.9 C
Balāngīr
Tuesday, May 20, 2025

ଅପରେସନ୍ ସିନ୍ଦୂର : ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ହାଇ ଆଲର୍ଟ ,ସୁରକ୍ଷା ବ୍ୟବସ୍ଥା କଡାକଡି

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୧୦/୦୫) : ଆପ୍ର. : ଭାରତ ଓ ପାକିସ୍ତାନ ମଧ୍ୟରେ ଉତ୍ତେଜନା ତୀବ୍ର ରୂପ ନେଉଥିବାରୁ ଦେଶର ବିଭିନ୍ନ ରାଜ୍ୟର ଏୟାରପୋର୍ଟକୁ ହାଇଆଲର୍ଟ ଜାରି କରାଯାଇଛି ।

ଏହି ସମୟରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଏୟାରପୋର୍ଟରେ ମଧ୍ୟ ହାଇ ଆଲର୍ଟ ଜାରି କରାଯାଇଛି। ଏୟାରପୋର୍ଟରେ ସମସ୍ତ ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏଥିସହ ସୁରକ୍ଷା କର୍ମୀମାନେ ମଧ୍ୟ ବିମାନ ବନ୍ଦରରେ ଯାତ୍ରୀମାନଙ୍କର ପରିଚୟ ପତ୍ରକୁ କଡ଼ାକଡ଼ି ଭାବେ ଯାଞ୍ଚ କରୁଛନ୍ତି । ଭାରତର ଅପରେସନ୍ ସିନ୍ଦୂର ପରେ ଛାନିଆ ହୋଇଛି ପାକିସ୍ତାନ । ସାମରିକ ପ୍ରତିଷ୍ଠାନ, ଅନ୍ୟାନ୍ୟ ପ୍ରତିଷ୍ଠାନ ଓ ସାଧାରଣ ନାଗରିକଙ୍କୁ ଟାର୍ଗେଟ କରୁଛି । ଗୁଇନ୍ଦା ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନ ଦ୍ୱାରା ଦେଶର ବିଭିନ୍ନ ଏୟାରପୋର୍ଟକୁ ଟାର୍ଗେଟ କରାଯାଉଛି। ଗୁରୁବାର ରାତିରେ ଜାମ୍ମୁ ର ଏକାଧିକ ସ୍ଥାନକୁ ଟାର୍ଗେଟ କରି ପାକିସ୍ତାନ ପକ୍ଷରୁ ରକେଟ ମାଡ଼ କରିଥିଲା । ଏହାପରେ ଜମ୍ମୁ ଏୟାରପୋର୍ଟରେ ସାଇରନ୍ ବାଜିବା ସହ ପୁରା ଜମ୍ମୁକୁ ବ୍ଲାକ ଆଉଟ୍ କରିଦିଆଯାଇଥିଲା ।

ଯାହାର କଡ଼ା ଜବାବ ଭାରତୀୟ ସେନା ପାକିସ୍ତାନକୁ ଦେଇଥିଲା । ସେହିପରି ଓଡ଼ିଶାର ବାଲେଶ୍ବରସ୍ଥିତ ଚାନ୍ଦିପୁର କ୍ଷେପଣାସ୍ତ୍ର ଘାଟିର ସୁରକ୍ଷା ପାଇଁ ହାଇଆଲର୍ଟ ଜାରି କରାଯାଇଛି । ଆଜି ପୂର୍ବାଞ୍ଚଳ ରେଞ୍ଜ୍‌ ଡିଆଇଜିଙ୍କ ଅଧ୍ୟକ୍ଷତାରେ ଏକ ସୁରକ୍ଷା ବୈଠକ ହେବ । ଅପରାହ୍ନ ୨ଟାରେ PXE କ୍ୟାମ୍ପସ୍‌ରେ ଉକ୍ତ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ITR ନିର୍ଦ୍ଦେଶକ, PXE ନିର୍ଦ୍ଦେଶକ, ଜିଲ୍ଲାପାଳ, ଏସ୍‌ପି ଯୋଗ ଦେବେ ବୋଲି ସୂଚନା ମିଳିଛି । ସାମୁଦ୍ରିକ ଅଞ୍ଚଳର ସୁରକ୍ଷା ସମ୍ପର୍କରେ ମଧ୍ୟ ଏହି ବୈଠକରେ ଆଲୋଚନା ହେବ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...