32.9 C
Balāngīr
Wednesday, April 30, 2025

ଅବସରପ୍ରାପ୍ତ ପ୍ରଧାନଶିକ୍ଷକଙ୍କଠାରୁ ଲାଞ୍ଚ ନେଇ ଧରାପଡ଼ିଲେ ସେକ୍ସନ ଅଫିସର

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ନବରଙ୍ଗପୁର , (୧୭/୧୨) : ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ନବରଙ୍ଗପୁର ଜିଲ୍ଲା ପାପଡ଼ାହାଣ୍ଡି ବିଇଓଙ୍କ ଅଫିସର ସେକ୍ସନ ଅଫିସର ରଞ୍ଜିତ କୁମାର ଷଡ଼ଙ୍ଗୀ। ତାଙ୍କଠାରୁ ୧୦ ହଜାର ଟଙ୍କା ଜବତ କରାଯାଇଛି।

ସେକ୍ସନ ଅଫିସର ରଞ୍ଜିତ କୁମାର ଷଡ଼ଙ୍ଗୀ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ରାମଚନ୍ଦ୍ର ସାହୁଙ୍କ ପେନ୍‌ସନ୍ କାମ କରିଦେବାକୁ ଲାଞ୍ଚ ମାଗିଥିଲେ। ୨୦୧୧ରୁ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ସାହୁଙ୍କ ପେନସନ କାମ ସେକ୍ସନ ଅଫିସର ରଞ୍ଜିତ କୁମାର ଷଡ଼ଙ୍ଗୀଙ୍କ ପାଖରେ ଅଟକି ରହିଥିଲା। ପେନସନ କାମ ଆଗେଇ ନେବାକୁ ସେ ଶ୍ରୀ ସାହୁଙ୍କୁ ୧୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ସେକ୍ସନ ଅଫିସର ଶ୍ରୀ ଷଡ଼ଙ୍ଗୀ ଲାଞ୍ଚ ମାଗିବା ପରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଶ୍ରୀ ସାହୁ ଅନ୍ୟ କୌଣସି ଉପାୟ ନପାଇ ଭିଜିଲାନ୍ସରେ ଅଭିଯୋଗ କରିଥିଲେ।
ଯୋଜନା ପ୍ରକାରେ ଅବସରପ୍ରାପ୍ତ ପ୍ରଧାନଶିକ୍ଷକ ଜଣଙ୍କ ଆଜି ସେକ୍ସନ ଅଫିସର ଶ୍ରୀ ଷଡ଼ଙ୍ଗୀଙ୍କୁ ଲାଞ୍ଚ ବାବଦକୁ ୧୦ ହଜାର ଟଙ୍କା ଦେଇଥିଲେ। ସେ ଲାଞ୍ଚ ଅର୍ଥ ଗ୍ରହଣ କରିବା ବେଳେ ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ତାଙ୍କଠାରୁ ସମସ୍ତ ଲାଞ୍ଚ ଅର୍ଥ ଜବତ କରାଯାଇଥିଲା।

ଲାଞ୍ଚ ନେଇ ଧରାପଡ଼ିବା ପରେ ସେକ୍ସନ ଅଫିସର ଶ୍ରୀ ଷଡ଼ଙ୍ଗୀ ଦୁଇଟି ଠିକଣାରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ସେ ଆୟ ବହିର୍ଭୂତ ସଂପତ୍ତି ଠୁଳ କରିଥିବା ସନ୍ଦେହରେ ଭିଜିଲାନ୍ସ ପକ୍ଷରୁ ଏହି ଚଢ଼ାଉ କରାଯାଇଥିଲା। ଭିଜିଲାନ୍ସ ପକ୍ଷରୁ ଏହି ଘଟଣାରେ ମାମଲା ରୁଜୁ କରାଯାଇ ଅଧିକ ତଦନ୍ତ କରାଯାଉଛି।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...