32.9 C
Balāngīr
Sunday, April 20, 2025

ଅବସରପ୍ରାପ୍ତ ହୋମଗାର୍ଡ କୃଷ୍ଣଚନ୍ଦ୍ର କଲତାଙ୍କ ପରଲୋକ

Must read

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ରିପୋର୍ଟ : ଭଗବାନ ମହାନ୍ତି
ମୁରିବାହାଲ, (୦୨/୦୩) : ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ହଳଦୀ ପଞ୍ଚାୟତ ଯମୁନା ଗ୍ରାମର ଅବସରପ୍ରାପ୍ତ ହୋମଗାର୍ଡ ତଥା ପୂର୍ବତନ ୱାର୍ଡମେମ୍ବର କୃଷ୍ଣଚନ୍ଦ୍ର କଲତା(୭୦)ଙ୍କ ରବିବାର ଅପରାହ୍ନରେ ପରଲୋକ ହୋଇଯାଇଛି ।

ସେ ଗତ କିଛି ଦିନ ଧରି ଅସୁସ୍ଥ ଥିଲେ । ମୃତ୍ୟୁ ଶଯ୍ୟା ନିକଟରେ ତିନି ଝିଅ, ଏକମାତ୍ର ପୁଅ, ଜ୍ବାଇଁ, ଆତ୍ମୀୟସ୍ୱଜନ ଓ ଗ୍ରାମବାସୀ ଉପସ୍ଥିତ ଥିଲେ । ସେ ପୂର୍ବରୁ ଯମୁନା ଗ୍ରାମର ୱାର୍ଡମେମ୍ବର ରୂପେ କାର୍ଯ୍ୟ କରିଥିଲେ। ଏହା ପରେ ସେ ହୋମଗାର୍ଡ ରୂପେ କାର୍ଯ୍ୟ କରୁଥିବା ବେଳେ ୨୦୧୯ ମସିହାରେ ମୁରିବାହାଲ ଥାନାରୁ ଅବସର ଗ୍ରହଣ କରିଥିଲେ । ସେ ଜଣେ ସ୍ପଷ୍ଟବାଦୀ, ଅମାୟିକ, ଆଧ୍ୟାତ୍ମିକ ସମ୍ପନ୍ନ ତଥା ଭଗବତ ପ୍ରେମୀ ବ୍ୟକ୍ତି ରୂପେ ଅଞ୍ଚଳରେ ସୁପରିଚିତ ଥିଲେ । ଶବାଧାରରେ ସମସ୍ତ ପରିବାର, ଜ୍ଞାତିକୁଟୁମ୍ବ ଓ ଗ୍ରାମବାସୀ ସାମିଲ ହୋଇ ଗ୍ରାମ ଶ୍ମଶାନରେ ତାଙ୍କର ଶବ ସତ୍କାର କରାଯାଇଥିଲା। ତାଙ୍କ ପରଲୋକରେ ସମଗ୍ର ଅଞ୍ଚଳରେ ଶୋକର ଛାୟା ଖେଳିଯାଇଛି।ଏକମାତ୍ର ପୁଅ ଅଜିତ କଲତା ମୁଖାଗ୍ନି ଦେଇଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ ପାଳିତ

ଗଞ୍ଜାମ, (୧୯/୦୪) : ଆପ୍ର. : ଗଞ୍ଜାମ ସହରସ୍ଥିତ ଆଖଡ଼ାବନ୍ଧ ସାହି ଅଙ୍ଗନବାଡି କେନ୍ଦ୍ରରେ ପୋଷଣ ପକ୍ଷ କାର୍ଯ୍ୟକ୍ରମ ପାଳିତ ହୋଇଯାଇଛି । ଆଖଡ଼ାବନ୍ଧ ସାହି, ପଣ୍ଡା ସାହି, ଗୌଡ଼ ସାହି ଓ ମଧ୍ୟଖଣ୍ଡ...

ଜଗନ୍ନାଥ ଡିଗ୍ରୀ କଲେଜରେ +୩ ତୃତୀୟ ବର୍ଷର ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା ଉତ୍ସବ

ବଲାଙ୍ଗିର, (୧୯/୦୪) : ଆପ୍ର. : ଆଜି ବଲାଙ୍ଗିର ସଦରବ୍ଲକ ଅନ୍ତର୍ଗତ ସାହାଜବାହାଲ ଗ୍ରାମର ଜଗନ୍ନାଥ ଡିଗ୍ରୀ କଲେଜରେ, +୩ ତୃତୀୟ ବର୍ଷର ଓଡ଼ିଆ ବିଭାଗର ବିଦାୟ ସମାରୋହ ପାଳନ ହୋଇଯାଇଛି । ଏଇ...

ଖୁବଶୀଘ୍ର ଆସିବ ନୂଆ ରାସନ କାର୍ଡ ଓ ନୂଆ ତାଲିକା

ଭୁବନେଶ୍ୱର, (୧୯/୦୪) : ଆପ୍ର. : ରାସନ କାର୍ଡ ହିତାଧିକାରୀଙ୍କ ପାଇଁ ଆସିଲା ବଡ଼ ଖବର । ରାଜ୍ୟରେ ଖୁବଶୀଘ୍ର ଯୋଗ୍ୟ ହିତାଧିକାରୀଙ୍କୁ ନୂଆ ରାସନ କାର୍ଡ ମିଳିବ । ଏନେଇ ଆଜି ରାଜ୍ୟ...

ବୈତରଣୀ କେଶରି କୁଣ୍ଡରେ ଗାଧୋଇବା ବେଳେ ବୁଡ଼ିଗଲେ ୨ ଦଶମ ଶ୍ରେଣୀ ଛାତ୍ର

କେନ୍ଦୁଝର, (୧୯/୦୪) : ଆପ୍ର. : ଗାଧୋଇବା ବେଳେ ବୁଡ଼ିଗଲେ ୨ ଜଣ ଦଶମ ଛାତ୍ର। ଚମ୍ପୁଆ ସରେଇ ଗାଁଆ ବୈତରଣୀ ନଦୀ କେଶରୀ କୁଣ୍ଡରେ ଗାଧୋଇବା ବେଳେ ଦୁଇ ଛାତ୍ର ବୁଡି...

ରେଳ ଧାରଣରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର

କଣ୍ଟାବାଞ୍ଜି, (୧୯/୦୪) : ଆପ୍ର. : ହରିଶଙ୍କର ରୋଡ଼ -ତୁରେକେଲା ରୋଡ଼ ରେଳ ଷ୍ଟେସନ ନିକଟରେ ଅଭାବନୀୟ ଘଟଣା । ରେଳ ଧାରଣାରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ବତ୍ତର୍ମାନ୍...