32.9 C
Balāngīr
Friday, April 25, 2025

ଅଭ୍ୟାସ ଟେକନୋ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଉଡାନ ୩.୦ ଅନୁଷ୍ଠିତ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ଗୁଣପୁର : ୫/୪/୨୫ ଆପ୍ର): ରାୟଗଡା ଜିଲ୍ଲା ପଦ୍ମପୁର ବ୍ଲକର ପଦ୍ମପୁର ଠାରେ ଥିବା ଅଭ୍ୟାସ ଟେକ୍ନୋ ବିଦ୍ୟାଳୟରେ ତୃତୀୟ ବାର୍ଷିକ ଉତ୍ସବ ଉଡାନ ୩.୦ ଖୁବ ଧୁମଧାମରେ ପାଳିତ ହୋଇଯାଇଛି । ପ୍ରଥମେ ଭୋର ସକାଳୁ ଗଣଦୌଡର ଆୟୋଜନ କରାଯାଇଥିଲା ।366f8aa0 a9f4 49f2 889f 9f3a45667eb3 ଅଭ୍ୟାସ ଟେକନୋ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଉଡାନ ୩.୦ ଅନୁଷ୍ଠିତ

ମନ୍ଦିର ଠାରୁ ଆଜ୍ଞାମାଳ ଓ ମଶାଲ ଶୋଭାଯାତ୍ରା ବିଦ୍ୟାଳୟ କୁ ଅଣା ଯାଇଥିଲା ଓ ଏକ ସ୍ଵେଚ୍ଛାକୃତ ରକ୍ତଦାନ ଶିବିରର ଆୟୋଜନ କରାଯାଇଥିଲା । ସଂଧ୍ୟା ସମୟରେ ବିଶାଳ ସଭାର ଆୟୋଜନ ହୋଇଥିଲା । ଏହି କାର୍ଯ୍ୟକ୍ରମ ଅବସରରେ ମୁଖ୍ୟ ଅତିଥି ଭାବେ ଶ୍ରୀ ବ୍ରଜ ମୋହନ ନାଏକ (OPS-1) କମାଣ୍ଡାଣ୍ଟ , ସମ୍ମାନୀତ ଅତିଥି ଭାବେ ରାଜ କିଶୋର ପତି ଅବସର ପ୍ରାପ୍ତ ଶାରୀରିକ ଶିକ୍ଷା ଇନ୍ସପେକ୍ଟର, ବିଶିଷ୍ଟ ଅତିଥି ଭାବେ ଶ୍ରୀ ଶଙ୍କର ବାଗ ତହସିଲଦାର ପଦ୍ମପୁର ଓ ମୁଖ୍ୟ ବକ୍ତା ରୁପେ ପଦ୍ମପୁର ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ସୁଶାନ୍ତ ଲିମା ଉପସ୍ଥିତ ରହି ଜଗତର ନାଥ ଜଗନ୍ନାଥଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପ୍ରଦୀପ ପ୍ରଜ୍ବଳନ ଓ ପୂଜା ପାଠ କରି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ସଭାରେ ଉପସ୍ଥିତ ସମ୍ମାନୀତ ଅତିଥୀ ମାନେ ନିଜ ନିଜ ବକ୍ତବ୍ୟ ପ୍ରଦାନ କରିଥିଲେ ।0ca74ac5 d6bb 45b6 a4ee 93cfe37db0a7 ଅଭ୍ୟାସ ଟେକନୋ ବିଦ୍ୟାଳୟର ତୃତୀୟ ବାର୍ଷିକ ଉତ୍ସବ ଉଡାନ ୩.୦ ଅନୁଷ୍ଠିତ

ଏହି ଅବସରରେ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା ! ବାର୍ଷିକ କ୍ରୀଡ଼ା ନିମନ୍ତେ କରାଯାଇଥିବା ପ୍ରତିଯୋଗିତାରେ କୃତି ଛାତ୍ର ଛାତ୍ରୀ କୁ ଅତିଥୀଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ! ଏହି କାର୍ଯ୍ୟକ୍ରମରେ ବିଦ୍ୟାଳୟର ଶିକ୍ଷକ , ଶିକ୍ଷୟିତ୍ରୀ ଓ ଛାତ୍ରଛାତ୍ରୀ ମାନେ ଉପସ୍ଥିତ ରହି ସହଯୋଗ କରୁଥିବା ଦେଖିବାକୁ ମିଳିଛି । ଏହି କାର୍ଯ୍ୟକ୍ରମ ଅବସରରେ ଛାତ୍ର ଛାତ୍ରୀ ମାନଙ୍କ ଅଭିଭାବକ ଓ ବହୁ ସଂଖ୍ୟା ରେ ବୁଦ୍ଧିଜୀବି ମାନେ ଉପସ୍ଥିତ ରହିଥିବା ଦେଖିବାକୁ ମିଳିଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...