32.9 C
Balāngīr
Tuesday, May 20, 2025

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ନିମ୍ନ ଦାବୀ ଗୁଡ଼ିକର ପୂରଣ ଲାଗି ସ୍ମାରକ ପତ୍ର ପ୍ରଦାନ କରିଛନ୍ତି।WhatsApp Image 2025 04 29 at 13.22.57 ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ଦୀର୍ଘ ବର୍ଷ ଧରି ଦାବୀ ପୁରଣ ଲାଗି ଦେଶ ସାରା ବିଭିନ୍ନ ପର୍ଯ୍ୟାୟରେ ଆନ୍ଦୋଳନ କରି ଆସୁଥିଲେ ମଧ୍ୟ କେନ୍ଦ୍ର ସରକାର କୈାଣସି ଆନ୍ତରିକତା ଦେଖାଉ ନାହାନ୍ତି। ସର୍ବ ନିମ୍ନ ପେନସନ ୯୦୦୦ ଟଙ୍କାକୁ ବୃଦ୍ଧି କରିବା ସହ ମହଙ୍ଗା ଭତ୍ତା ପ୍ରଦାନ କରିବା, ମାନ୍ୟବର ସର୍ବୋଚ୍ଚ ଅଦାଲତ ନିର୍ଦ୍ଦେଶ ଆଧାରରେ ବିଭାଗୀୟ କର୍ତ୍ତୃପକ୍ଷ ବର୍ଦ୍ଧିତ ପେନସନ ପ୍ରଦାନରେ ଅହେତୁକ ବିଳମ୍ବ ପ୍ରଦର୍ଶନ କରୁଛନ୍ତି । ଦେଶରେ ୮୦ ଲକ୍ଷରୁ ଉର୍ଦ୍ଧ୍ଵ ଈପିଏଫ୍ ପେନସନର୍ ତଥା ବରିଷ୍ଠ ନାଗରିକ ମାନଙ୍କ ପ୍ରତି କେନ୍ଦ୍ର ସରକାର କ୍ରମାଗତ ଅବିଚାର-ଅବହେଳା କରି ଚାଲିଛନ୍ତି । ୨୦୧୩ ରେ ଭଗତସିଂ କୋସିଆରିଙ୍କଅଧ୍ୟକ୍ଷତାରେ ପାର୍ଲିଆମେଣ୍ଟ କମିଟି ଗଠନ କରାଯାଇଥିଲା ।

ଉକ୍ତ କମିଟି ପେନସନର ମାନଙ୍କୁ ସର୍ବ ନିମ୍ନ ମାସିକ ପେନସନ ୩୦୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ସୁପାରିଶ କରିଥିଲେ। ଏପରିକି, ୨୦୧୪ ସାଧାରଣ ନିର୍ବାଚନ ପୂର୍ବରୁ ବିଜେପି ମୁଖପାତ୍ର ଶ୍ରୀ ପ୍ରକାଶ ଜାଭେଦକର୍, ବିଜେପି ସରକାର ଆସିଲେ ସର୍ବ ନିମ୍ନ ପେନସନ ୩୦୦୦ ଟଙ୍କାକୁ ବୃଦ୍ଧି କରାଯିବ ବୋଲି ଘୋଷଣା କରିଥଲେ । ପୁନଶ୍ଚ,୨୦୧୮ରେ ଭର୍ତ୍ତୃହରି ମହତାବଙ୍କ ଅଧ୍ୟକ୍ଷତାରେ ଗଠିତ କମିଟି ମଧ୍ୟ ୩୦୦୦ ଟଙ୍କାକୁ ବୃଦ୍ଧି କରିବା ପାଇଁ ସୁପାରିଶ କରିଥିଲେ ।

ତେବେ, ପରିତାପର ବିଷୟ, କେନ୍ଦ୍ର ସରକାର, ବୟସର ଅପରାହ୍ନରେ ଥିବାଈପିଏଫ୍ ପେନସନରଧାରୀଙ୍କ ପ୍ରତି ବୈମାତୃକ ମନୋଭାବ ପୋଷଣ କରିଆସୁଛନ୍ତି। ତେଣୁ, ଆମ୍ଭମାନଙ୍କ ଯୁକ୍ତି-ଯୁକ୍ତ-ନ୍ୟାୟ ସଙ୍ଗତ ଦାବୀ ପୂରଣ କରିବା ଦିଗରେ ଖିଲାପ କଲେ, ଇପିଏଫ୍ ପେନସନରସ୍ ତଥା ଅବହେଳିତ ବରିଷ୍ଠ ନାଗରିକ ମାନେ ଆଗାମୀ ଦିନରେ ଦୃଢରୁ ଦୃଢ଼ ଆନ୍ଦୋଳନ କରିବାକୁ ବାଧ୍ୟ ହେବେ ବୋଲି ଚେତାବନୀ ଦେଇଛନ୍ତି। ଆଜିର ଏହି କାର୍ଯ୍ୟକ୍ରମର, ଜିଲ୍ଲା ସଂଘର ଉପଦେଷ୍ଟା ତଥା ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଶ୍ରୀ ଅନନ୍ତ ଚରଣ ପଣ୍ଡା, ଜିଲ୍ଲା ସଭାପତି ଶ୍ରୀ ପ୍ରଶାନ୍ତ କୁମାର ପଟ୍ଟନାୟକ ଓ ସମ୍ପାଦକ ଶ୍ରୀ ଫକୀରମୋହନ ନାୟକ ନେତୃତ୍ବ ନେଇଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...