32.9 C
Balāngīr
Tuesday, May 20, 2025

ଆଇଟିଡିଏ ପକ୍ଷରୁ ଲଘୁବନଜାତ ଦ୍ରବ୍ୟ ମୂଲ୍ୟ ପାଇଁ ସଚେତନତା ରଥ ର ଶୁଭାରମ୍ଭ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ବାଲିଗୁଡା, (୧୭/୪) :ଆପ୍ର. : କନ୍ଧମାଳ ଜିଲ୍ଲା ବାଲିଗୁଡା ଆଇଟିଡିଏ କାର୍ଯ୍ୟାଳୟ ପରିସରରେ ଲଘୁ ବନଜାତ ଦ୍ରବ୍ୟ କ୍ରୟ ନେଇ ସଚେତନତା ରଥ ର ଶୁଭାରମ୍ଭ ହୋଇଛି l

ବାଲିଗୁଡା ଆଇଟିଡିଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର ଶୁଭାରମ୍ଭ କରିଛନ୍ତି l ରାଜ୍ୟ ସରକାର ଙ୍କ ଲଘୁ ବନଜାତ ଦ୍ରବ୍ୟ ର ସର୍ବନିମ୍ନ ସହାୟକ ମୂଲ୍ୟ ରେ କ୍ରୟ ବ୍ୟବସ୍ଥା ନେଇ ଜନସାଧାରଣ ଙ୍କୁ ସଚେତନ କରେଇବ ଏହି ସଚେତନତା ରଥ l ବାଲିଗୁଡା ଉପଖଣ୍ଡ ର ନଅ ଗୋଟି ବ୍ଲକ ର ଜନସାଧାରଣ ଙ୍କୁ ଲଘୁ ବନଜାତ ଦ୍ରବ୍ୟ କ୍ରୟ ନେଇ ସରକାର ଙ୍କ ନିର୍ଦ୍ଧାରିତ ମୂଲ୍ୟ ଓ ସର୍ବନିମ୍ନ ସହାୟକ ମୂଲ୍ୟ ନେଇ ସଚେତନତା ଏହି ସଚେତନତା ରଥ ମାଧ୍ୟମରେ ସଚେତନ କରାଯିବ l ଲଘୁ ବନଜାତ ଦ୍ରବ୍ୟ କ୍ରୟ ନେଇ ଅଭାବୀ ବିକ୍ରି କୁ ରୋକିବା ସହ ସରକାର ଙ୍କ ଧାର୍ଯ୍ୟ ସର୍ବନିମ୍ନ ସହାୟକ ମୂଲ୍ୟ ହିତାଧିକାରୀ କିପରି ପାଇ ପାରିବେ ଏହାର ମୁଖ୍ୟ ଉଦେଶ୍ୟ ବୋଲି ବାଲିଗୁଡା ଆଇଟିଡିଏ ର ପ୍ରକଳ୍ପ ପ୍ରଶାସକ କୃପାସିନ୍ଧୁ ବେହେରା କହିଛନ୍ତି l

ଏହି କାର୍ଯ୍ୟକ୍ରମ ରେ ବାଲିଗୁଡା ଆଇଟିଡିଏ ର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠନାଥ ବେହେରା,ସହକାରୀ ଯନ୍ତ୍ରୀ କବିରାଜ ବେହେରା,ବାଲିଗୁଡା ଟିଡିସିସି ର ଜିଲ୍ଲା ବିପଣନ ଅଧିକାରୀ ଉମାକାନ୍ତ ବଳବନ୍ତରାୟ, ସହକାରୀ ବିପଣନ ଅଧିକାରୀ ଶୁଭମ ତ୍ରିପାଠୀ ଙ୍କ ସମେତ ସ୍ୱୟଂ ସହାୟକ ଗୋଷ୍ଟୀ ମହିଳା ଉପସ୍ଥିତ ରହିଥିଲେ l

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...