32.9 C
Balāngīr
Wednesday, April 30, 2025

ଆଗର୍ଦା ଖେଳ ପଡ଼ିଆ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର, ପୋଲିସ ତଦନ୍ତ ଜାରି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଆନନ୍ଦପୁର, (୦୫/୦୩) : ଆଗର୍ଦା ଖେଳ ପଡ଼ିଆ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର । ମୃତ୍ୟକୁ ନେଇ ସନ୍ଦେହ ।

କେନ୍ଦୁଝର ଜିଲ୍ଲା ରାମଚନ୍ଦ୍ରପୁର ଥାନା ସାଇଁକୁଳ ଫାଣ୍ଡି ଆଗର୍ଦା ଖେଳ ପଡ଼ିଆ ନିକଟରୁ ମୃତ ଦେହ ଉଦ୍ଧାର କରାଯାଇଛି । କିଛି ସ୍ଥାନୀୟ ଯୁବକ ମୃତ ଦେହ ପଡ଼ିଥିବା ଦେଖି ଫାଣ୍ଡିକୁ ଜଣାଇଥିଲେ । ପରେ ଫାଣ୍ଡି ଅଧିକାରୀ ପହଞ୍ଚି ମୃତଦେହକୁ ଜବତ କରି ବ୍ୟବଚ୍ଛେଦ ପାଇଁ ଆନନ୍ଦପୁର ଉପଖଣ୍ଡ ଚିକିତ୍ସାଳୟକୁ ପଠାଇଛନ୍ତି । ମୃତ ଯୁବକ ରାମଚନ୍ଦ୍ରପୁର ଥାନା ନହଙ୍ଗି ଗାଁ’ର ସୁଦର୍ଶନ ପେରେଇ । ସୁଦର୍ଶନ କିଛି ଦିନ ହେବ ଶ୍ୱଶୁର ଘର ଆଗର୍ଦା ଗାଁରେ ରହି ଆସୁଥିଲେ । ଦୁଇ ଦିନ ପୂର୍ବେ ସୁଦର୍ଶନ ଅସୁସ୍ଥ ହୋଇ ରାସ୍ତା କଡ଼ରେ ପଡ଼ିଥିବା ବେଳେ ସ୍ଥାନୀୟ ଲୋକେ ସୁଦର୍ଶନକୁ ସାଇଁକୁଳ ଗୋଷ୍ଟୀ ସ୍ଵାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ । ସୁଦର୍ଶନଙ୍କ ଡାହାଣ ହାତରେ ସାଲାଇନ ଛୁଞ୍ଚି ଲାଗିଥିବା ବେଳେ କେମିତି ମୃତ୍ୟୁ ଘଟିଛି ତାହାକୁ ନେଇ ସନ୍ଦେହ ସୃଷ୍ଟି ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...