32.9 C
Balāngīr
Wednesday, April 23, 2025

ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ

Must read

ରିପୋର୍ଟ : ଗୋପୀନାଥ ଗୌଡ଼
ରାୟଗଡା, (୨୩/୧) : ସ୍ଥାନୀୟ ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ତଥା ଅନୁଷ୍ଠାନର ବାର୍ଷିକ ଉତ୍ସବ ମହାସମାରୋହରେ ପାଳନ କରାଯାଇଛି ।WhatsApp Image 2025 01 24 at 10.43.47 1 ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ

ଆଜି ସନ୍ଧ୍ୟାରେ ଆୟୋଜିତ କାର୍ଯ୍ୟକ୍ରମରେ ଅନୁଷ୍ଠାନର ସାଧାରଣ ସମ୍ପାଦକ ବିନାୟକ କର ଅଧ୍ୟକ୍ଷତା କରିଥିଲେ । ଏହି ସାଧାରଣ ସଭାରେ ଅତିଥି ଭାବେ ବିଶିଷ୍ଟ ସାହିତ୍ୟିକ ତଥା ନୟାଗଡ଼ ବିଧାୟକ ଡଃ ଅରୁଣ ସାହୁ, ରାୟଗଡ଼ା ବିଧାୟକ ଆପାଲାସ୍ବାମୀ କାଡ୍ରାକା, ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ ପ୍ରମୁଖ ଯୋଗ ଦେଇଥିଲେ । ଆଜାଦ୍ ହିନ୍ଦ୍ କଳାକାରମାନଙ୍କ ଦ୍ବାରା ପ୍ରାରମ୍ଭିକ ସଙ୍ଗୀତଗାନ କରାଯାଇଥିଲା । ସଭା ପରେ ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ର ଗୀତ୍ ଗୁଞ୍ଜନ ଅର୍କେଷ୍ଟ୍ରା ଓ ମ୍ୟୁଜିକ୍ ଗ୍ୟାଲେକ୍ସି ର ମେଲୋଡି ପରିବେଷଣ କରାଯାଇଥିଲା । ବିଭିନ୍ନ ସାଂସ୍କୃତିକ ଅନୁଷ୍ଠାନର କଳାକାରଙ୍କ ଦ୍ଵାରା ନୃତ୍ୟ ପରିବେଷଣ କରାଯାଇଥିଲା ।WhatsApp Image 2025 01 24 at 10.43.47 2 ଆଜାଦ୍ ହିନ୍ଦ୍ ୟୁଥ୍ ଆସୋସିଏସନ୍ ପକ୍ଷରୁ ନେତାଜୀ ଜୟନ୍ତୀ ପାଳିତ

ଲୋକପ୍ରିୟ କଣ୍ଠଶିଳ୍ପୀ ଲୋଭା ବିଶ୍ବାଳ ଯୋଗ ଦେଇ ସଂଗୀତ ପରିବେଷଣ କରିଥିଲେ। ଶେଷରେ ବିଦିଶା ସତପଥି ଧନ୍ୟବାଦ ଅର୍ପଣ କରିଥିଲେ । ଏହାପୂର୍ବରୁ ଆଜି ଭୋରରେ ସହରରେ ରାମଧୁନ୍ ରୁ କାର୍ଯ୍ୟକ୍ରମ ଆରମ୍ଭ ସୋଇଥିଲା । ସକାଳ ୯ଟା ବେଳେ ଅନୁଷ୍ଠାନ କାର୍ଯ୍ୟାଳୟରେ ଜାତୀୟ ପତାକା ଉତ୍ତୋଳନ କରାଯାଇଥିଲା । ଏଥିରେ ମୂଖ୍ୟ ଅତିଥି ଭାବେ ପୂର୍ବତନ ରାଜ୍ୟସଭା ସାଂସଦ ଏନ୍ ଭାସ୍କର ରାଓ ଯୋଗ ଦେଇଥିଲେ । ବିଭିନ୍ନ ବିଦ୍ୟାଳୟ ଓ ମହାବିଦ୍ୟାଳୟର ଛାତ୍ରଛାତ୍ରୀମାନେ ଶୋଭାଯାତ୍ରାରେ ବାହାରି ଏଠାରେ ଯୋଗ ଦେଇଥିଲେ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...