32.9 C
Balāngīr
Monday, April 28, 2025

ଆଜିଠାରୁ ପୁଣି ଖୋଲିବ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୩/୦୨) : ଆଜିଠାରୁ ଗରିବ, ଦୁଃଖୀ ରଙ୍କୀ ଏବଂ ଆଶାୟୀଙ୍କ ପାଇଁ ଖୋଲବି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ।

ମୁଖ୍ୟମନ୍ତ୍ରୀ ମୋହନ ମାଝୀ ସୋମବାର ଲୋକଙ୍କ ଅଭିଯୋଗ ଶୁଣିବେ । ଭୁବେନଶ୍ୱର ୟୁନିଟ୍-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ସକାଳୁ ସକାଳୁ ଆସି ଅଭିଯୋଗକାରୀ ଭିଡ଼ ଜମାଇଛନ୍ତି । ଶୁଣାଣି ପାଇଁ ଜାନୁୟାରୀ ୩୧ ତାରିଖରେ ଅନଲାଇନ ପଞ୍ଜିକରଣ ହୋଇଛି । ଏକ ହଜାରରୁ ଉର୍ଦ୍ଧ୍ୱ ଅଭିଯୋଗକାରୀ ପଞ୍ଜିକରଣ କରିଛନ୍ତି । ନୂଆ ସରକାର ଆସିବା ପରେ ଦୀର୍ଘ ବର୍ଷ ହେବ ବନ୍ଦ ପଡ଼ିଥିବା ଅଭିଯୋଗ ପ୍ରକୋଷ୍ଠ ଲୋକଙ୍କ ପାଇଁ ଖୋଲିଥିଲା ।

ଜୁଲାଇ ମାସରୁ ଅଭିଯୋଗ ଶୁଣିଥିଲେ ମୁଖ୍ୟମନ୍ତ୍ରୀ ଏବଂ ଅନ୍ୟ ମନ୍ତ୍ରୀଗଣ । ଗତ ବର୍ଷ ଶେଷ ସୁଦ୍ଧା ବ୍ୟକ୍ତିଗତ ଓ ଗୋଷ୍ଠୀଗତ ଭାବେ ୩୦ ହଜାରରୁ ୩୫ ହଜାର ଅଭିଯୋଗକାରୀ ସେମାନଙ୍କ ସମସ୍ୟା ନେଇ ଅଭିଯୋଗ ପ୍ରକୋଷ୍ଠକୁ ଆସିଛନ୍ତି । ଜୁଲାଇ ପହିଲାରେ ହୋଇଥିବା ପ୍ରଥମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ୮୮% ଅଭିଯୋଗର ସମାଧାନ ହୋଇଛି। ଜୁଲାଇ ୧୫ ତାରିଖରେ ୮୪%, ଅଗଷ୍ଟ ୫ରେ ୮୨%, ସେପ୍ଟେମ୍ବର ୨୩ରେ ୮୦%, ଅକ୍ଟୋବର ୨୧ତାରିଖରେ ୭୭% ଓ ଡିସେମ୍ବର ୧୬ ତାରିଖରେ ହୋଇଥିବା କାର୍ଯ୍ୟକ୍ରମରେ ୧୬ % ଅଭିଯୋଗର ସମାଧାନ କରାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...