32.9 C
Balāngīr
Wednesday, April 30, 2025

ଆଜିଠୁ ଆରମ୍ଭ ତୋଷାଳି ମେଳା, ଦିନ ୩ ରୁ ରାତି ୧୦ ପର୍ଯ୍ୟନ୍ତ ଜମିବ ଭିଡ଼

Must read

ଭୁବନେଶ୍ୱର, (୧୯/୦୩) : ଆ.ପ୍ର. : ଆଜିଠୁ ଆରମ୍ଭ ହେବ ୧୯ତମ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା । ଭୁବନେଶ୍ବର ଜନତା ମଇଦାନରେ ତୋଷାଳି ଜାତୀୟ ହସ୍ତଶିଳ୍ପ ମେଳା ୧୯ ରୁ ୩୧ ମାର୍ଚ୍ଚ ପର୍ଯ୍ୟନ୍ତ ଚାଲିବ ।

ଏହି ଉପଲକ୍ଷେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ସମବାୟ, ହସ୍ତତନ୍ତ, ବୟନ ଓ ହସ୍ତଶିଳ୍ପ ମନ୍ତ୍ରୀ ପ୍ରଦିପ ବଳ ସାମନ୍ତ କହିଛନ୍ତି, ତୋଷାଳି ମେଳା ହେବ ସମୃଦ୍ଧ ହସ୍ତଶିଳ୍ପ ଓ ହସ୍ତତନ୍ତ ସଂସ୍କୃତିର ନିଦର୍ଶନ । ଆଜି ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ ଏହାର ଶୁଭ ଉଦଘାଟନ କରିବେ । ଭାରତୀୟ ପାରମ୍ପରିକ କଳା, ହସ୍ତଶିଳ୍ପ ଏବଂ ହସ୍ତତନ୍ତର ସଂରକ୍ଷଣ ସହ ବୁଣାକାର ଏବଂ ହସ୍ତଶିଳ୍ପ କାରିଗରମାନଙ୍କ ଦ୍ଵାରା ପ୍ରସ୍ତୁତ ସାମଗ୍ରୀର ବିକ୍ରି ନିମନ୍ତେ ଏହା ଏକ ବଜାର ଯୋଗାଇଦେବ । ଏହି ମେଳାରେ ୬୫୦ ରୁ ଅଧିକ ଷ୍ଟଲ ଲାଗିବ। ଭାରତ ସରକାରଙ୍କ ହସ୍ତଶିଳ୍ପ ବିକାଶ ଆୟୁକ୍ତଙ୍କ ପ୍ରଯୋଜିତ ବିଭିନ୍ନ ରାଜ୍ୟରୁ ୧୫୦ଟି ଷ୍ଟଲରେ ୫୦ ଜଣ ବୁଣାକାର ସେମାନଙ୍କ କଳା ପ୍ରଦର୍ଶନ କରିବେ । ଓଡ଼ିଶା ପାରମ୍ପରିକ ଖାଦ୍ୟ ପାଇଁ ୩୫ ଗୋଟି ଷ୍ଟଲ ରହିବ । ପ୍ରତ୍ୟେକ ଦିନ ୩ ରୁ ରାତି ୧୦ ପର୍ଯ୍ୟନ୍ତ ଖୋଲା ରହିବ ମେଳା ।

ଚଳିତବର୍ଷ ୩୦ ଲକ୍ଷ ଜନ ସମାଗମ ସହ ୨୮ କୋଟିର ବାଣିଜ୍ୟ ଆଶା ରଖିଛି ବିଭାଗ । ୨୫ଶହ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍ ଶିଳ୍ପ ସୃଜନୀ । ଦିବ୍ୟାଙ୍ଗ ଓ ବୟସ୍କଙ୍କ ପାଇଁ ସ୍ବତନ୍ତ୍ର ହେଲ୍ସ ଡେସ୍କ, ହ୍ବିଲ ଚେୟାର ରହିବ । ପ୍ରତ୍ୟେକ ଦିନ ସନ୍ଧ୍ୟାରେ ମନମୋହିବ ସାଂସ୍କୃତିକ କାର୍ଯ୍ୟକ୍ରମ ହେବ । ଆୟୋଜିତ ହେବ ରାଜ୍ୟର ସମୃଦ୍ଧ ହସ୍ତତନ୍ତ ଓ ହସ୍ତଶିଳ୍ପକୁ ନେଇ ଫ୍ୟାସନ ଶୋ । ଏତଦବ୍ୟତୀତ ବିଭିନ୍ନ ଶିକ୍ଷାନୁଷ୍ଠାନ, ଭାରତ ତଥା ଓଡିଶା ସରକାରଙ୍କ ଅଧିନସ୍ଥ ହସ୍ତଶିଳ୍ପ ଏବଂ ହସ୍ତତନ୍ତ ଭିତ୍ତିକ ସଂସ୍ଥାମାନେ ବିଭିନ୍ନ ଷ୍ଟଲରେ ଦର୍ଶକମାନଙ୍କୁ ହସ୍ତତନ୍ତ ଓ ହସ୍ତଶିଳ୍ପ ବିଷୟରେ ଅବଗତ କରିବେ । ୨୫୦୦ ବର୍ଗଫୁଟ ପରିମିତ ଅଞ୍ଚଳରେ ପ୍ରସ୍ତୁତ ହୋଇଛି ଥିମ ପାଭିଲିଅନ୍ ଶିଳ୍ପ ସୃଜନୀ । ଚଳିତ ବର୍ଷ ମେଳାରେ ୩୦ ଲକ୍ଷ ଜନ ସମାବେଶ ସହିତ ୨୮ କୋଟି ଟଙ୍କାର ସାମଗ୍ରୀ ବିକ୍ରି ହେବ ବୋଲି ଆଶା କରାଯାଉଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...