32.9 C
Balāngīr
Wednesday, April 30, 2025

ଆଜିଠୁ ଉପରମୁହାଁ ହେବ ପାରଦ,ପୁଣି ଜଳାଇବ, ୬ ଡିଗ୍ରୀ ବଢିବ ତାପମାତ୍ରା

Must read

ଭୁବନେଶ୍ୱର, (୨୪/୦୩) : ଆ.ପ୍ର. : ସାମାନ୍ୟ ଆଶ୍ବସ୍ତି ପରେ କାଲିଠୁ ପୁଣି ଜଳାଇବ । ୬ ଡିଗ୍ରୀ ବଢିବ ତାପମାତ୍ରା

କାଳବୈଶାଖୀ ପରେ ଆଜି ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ମଧ୍ୟରେ କିଛି ଅଞ୍ଚଳକୁ ଛାଡିଦେଲେ ଅବଶିଷ୍ଟ ରାଜ୍ୟରେ ପାଗ ଶୁଖିଲା ରହିବ । ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ ଏବଂ ଜଗତସିଂହପୁରର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ପବନ ସମ୍ଭାବନା ରହିଛି । ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଅନ୍ୟପଟେ ପଶ୍ଚିମା ଝଡ଼ ଅପସରି ଯାଇଥିବାରୁ ଆଜିଠୁ ପାରଦ ଉପରମୁହାଁ ହେବ । ଆଗାମୀ ୪ରୁ ୫ ଦିନ ମଧ୍ୟରେ ରାଜ୍ୟର ବିଭିନ୍ନ ଅଞ୍ଚଳରେ ସର୍ବାଧିକ ତାପମାତ୍ରା ୪ରୁ ୬ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବା ସମ୍ଭାବନା ରହିଛି। ଫଳରେ ଦିନ ଓ ରାତିରେ ଗୁଳୁଗୁଳି ଅନୁଭୂତ ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...