32.9 C
Balāngīr
Friday, April 25, 2025

ଆଜିଠୁ କାଳବୈଶାଖୀ ବର୍ଷା !

Must read

ଭୁବନେଶ୍ୱର, (୦୮/୦୪) : ଆପ୍ର. : ଦକ୍ଷିଣ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ ସୋମବାର ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି ।

ଏହା ଆଜି ଉତ୍ତରପଶ୍ଚିମ ବଙ୍ଗୋପସାଗର ଆଡ଼େ ଗତି କରିବ ଏବଂ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ଉତ୍ତର ଆଡ଼େ ମୁହାଁଇବ। ଲଘୁଚାପ ପ୍ରଭାବରେ ଉପକୂଳ ଓଡ଼ିଶାରେ ଦିନକ ପରେ ତାପମାତ୍ରା ୨-୩ ଡିଗ୍ରୀ ହ୍ରାସ ପାଇବ। କିନ୍ତୁ ଅନୁଗୋଳ, ଝାରସୁଗୁଡ଼ା, ସମ୍ବଲପୁର, ଭବାନୀପାଟଣା, ବଲାଙ୍ଗୀର, ଟିଟିଲାଗଡ଼, ସୁବର୍ଣ୍ଣପୁର, ବୌଦ୍ଧ, ପାରଳାଖେମୁଣ୍ଡି ଓ ରାଉରକେଲାରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଠାରୁ ଅଧିକ ରହିବ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଲଘୁଚାପ ପ୍ରଭାବରେ ୧୪ ତାରିଖ ଯାଏଁ ରାଜ୍ୟରେ କାଳବୈଶାଖୀ ରହିଛି । ଏହାର ପ୍ରଭାବରେ ରାଜ୍ୟରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ସହିତ ବିଜୁଳି ଘଡ଼ଘଡ଼ିର ସମ୍ଭାବନା ରହିଛି । ପବନ ମଧ୍ୟ ବହିବ। ଆଜି ସକାଳ ପର୍ଯ୍ୟନ୍ତ ମୟୂରଭଞ୍ଜ, କେନ୍ଦୁଝର, ଦେବଗଡ଼, ସମ୍ବଲପୁର, ରାୟଗଡ଼ା, ଗଜପତି, ମାଲକାନଗିରି ଏବଂ କୋରାପୁଟ ଜିଲାକୁ କାଳବୈଶାଖୀଜନିତ ବିଜୁଳି ଘଡ଼ଘଡ଼ି ସହ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ରହିଛି । ୮ରୁ୯ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ କାଳବୈଶାଖୀ ରହିଛି ।

୯ରୁ ୧୦ ତାରିଖ ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ମୟୂରଭଞ୍ଜ, କେନ୍ଦୁଝର ଜିଲାକୁ କାଳବୈଶାଖୀ ନେଇ ୟେଲୋ ୱାର୍ଣ୍ଣିଂ ରହିଛି। ଏହି ସମୟରେ ବିଜୁଳି ଘଡ଼ଘଡ଼ି ସହ ବର୍ଷା ଏବଂ ୩୦-୪୦ କିମି ବେଗରେ ପବନ ବହିବାରେ ସମ୍ଭାବନା ରହିଛି। ୧୮ ଜିଲାରେ କାଳବୈଶାଖୀ ପ୍ରଭାବ ଦେଖାଯିବ। ୧୬-୧୭ ତାରିଖରେ ରାଜ୍ୟର ଅନେକ ସ୍ଥାନରେ ହାଲୁକାରୁ ସ୍ବଳ୍ପ ବର୍ଷା ହୋଇପାରେ ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି।

ଗତକାଲି ମଧ୍ୟ ପଶ୍ଚିମ ଓଡ଼ିଶାରେ ଗ୍ରୀଷ୍ମପ୍ରବାହ ଜାରି ରହିଥିଲା। ଉପକୂଳରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଥିଲା। ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ତା’ଉପରେ ରହିଛି। ଅନୁଗୋଳରେ ସର୍ବାଧିକ ୪୨.୭ ଡିଗ୍ରୀ ଦିନ ତାପମାତ୍ରା ରହିଛି। ବୌଦ୍ଧରେ ୪୧.୮, ଝାରସୁଗୁଡ଼ାରେ ୪୧.୬, ଟିଟିଲାଗଡ଼ରେ ୪୧.୫, ସୁବର୍ଣ୍ଣପୁରରେ ୪୧.୪, ବଲାଙ୍ଗୀରରେ ୪୧.୨, ସମ୍ବଲପୁରରେ ୪୦, ହୀରାକୁଦରେ ୪୦.୩, ଭବାନୀପାଟଣାରେ ୪୦.୫, ପାରଳାଖେମୁଣ୍ଡି ୪୦ ଏବଂ ନୂଆପଡ଼ାରେ ୪୦.୫ ଡିଗ୍ରୀ ତାପମାତ୍ରା ରେକର୍ଡ ହୋଇଛି। ଭୁବନେଶ୍ବରରେ ୩୬.୮ ଏବଂ କଟକରେ ୩୬.୪ ଡିଗ୍ରୀ ତାପମାତ୍ରା ରହିଛି।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...