32.9 C
Balāngīr
Saturday, April 26, 2025

ଆଜିଠୁ ଗାଡ଼ି ଚାଳକ ସାବଧାନ… ! ଗାଡିରେ ବୀମା ନଥିଲେ ଧରିବ ଟୋଲଗେଟ ? ଆସିଲା ପରିବହନ ବିଭାଗର ନୂଆ ନିୟମ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୦୨/୦୨) : ଆପଣ ଯେଉଁ ଗାଡି ଚଲାଉଛନ୍ତି ଆଉ ଯଦି ସେହି ଗାଡିର ବୀମା ନାହିଁ ତେବେ ହୋଇଯାଆନ୍ତୁ ସାବଧାନ । ଏଣିକି ଗାଡିର ବୀମା ନଥିଲେ ଧରିବ ଟୋଲ୍ ଗେଟ୍ ।

ଆଜିଠୁ ଗାଡ଼ି ଚାଳକ ସାବଧାନ… !  ପରିବହନ ବିଭାଗ ଏହି ନୂଆ ବ୍ୟବସ୍ଥା ଆରମ୍ଭ କରିବାକୁ ଯାଉଛି । ଆଜିଠାରୁ ପରିବହନ ବିଭାଗ ଏହି ନୂଆ ନିୟମ ଲାଗୁ କରିବ । ଗାଡିରେ ଇନସୁରାନ୍ସ ନଥିଲେ ଟୋଲ ଗେଟରେ ଜଣାପଡିଯିବ । ଗାଡି ମାଲିକଙ୍କ ପାଖକୁ ଯିବ ଇ-ଚାଲାଣ। ଇ-ଡିଟେକସନ୍ ପ୍ରକ୍ରିୟାରେ ଏହି କାର୍ଯ୍ୟ ହେବ । ଟୋଲ୍ ଗେଟ୍ ଦେଇ ଯାଉଥିବା ମୋଟର ଯାନଗୁଡ଼ିକର ବୈଧ ବୀମା, ପ୍ରଦୂଷଣ ଓ ଫିଟନେସ୍ ସାର୍ଟିଫିକେଟ୍ ଅଛି କି ନାହିଁ ।

ତାହା ଯାଞ୍ଚ କରିବା ପାଇଁ ରାଜ୍ୟ ପରିବହନ କର୍ତ୍ତୃପକ୍ଷ ୨୦୨୨ରୁ ଇ-ଡିଟେକ୍ସନ ଆପ୍ଲିକେସନ୍ ପ୍ରସ୍ତୁତ କରିଛନ୍ତି। ଜାତୀୟ ରାଜପଥ ପ୍ରାଧିକରଣ ପକ୍ଷରୁ ଟୋଲ୍ ଗେଟ୍ ସହ ଇ-ଡିଟେକ୍ସନ ଆପ୍ଲିକେସନକୁ ସଂଯୋଗ କରାଯାଇ ଏହାର କାର୍ଯ୍ୟକାରିତାକୁ ପରୀକ୍ଷାମୂଳକ ଭାବେ ପରୀକ୍ଷା କରାଯାଇଛି । ଟୋଲ୍ ଗେଟ୍ ଦେଇ ଯାଉଥିବା ସମସ୍ତ ମୋଟର ଯାନ ଉପରେ ନଜର ରଖିବା ପାଇଁ ରାଜ୍ୟ ସରକାର ଏହି ଇ-ଡିଟେକ୍ସନ ପୋର୍ଟାଲ୍ ପ୍ରସ୍ତୁତ କରିଛନ୍ତି । ଏଥିରେ ମୋଟର ଯାନର ରେଜିଷ୍ଟ୍ରେସନ ନମ୍ବର ଆଧାରରେ ସରକାରଙ୍କର ଗାଡି ପୋର୍ଟାଲକୁ ଯାଞ୍ଚ କରାଯିବ ଏବଂ ଗାଡିର ବୈଧ କାଗଜପତ୍ର ଅଛି କି ନାହିଁ ତାହା ଦେଖାଇବ ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...