32.9 C
Balāngīr
Wednesday, April 23, 2025

ଆଜିଠୁ ମାଟ୍ରିକ ଖାତାଦେଖା, ୧୨ ଦିନ ଭିତରେ ଶେଷ ହେବ ମୂଲ୍ୟାୟନ

Must read

କଟକ, (୧୯/୦୩) : ଆ.ପ୍ର. : ଆଜିଠୁ ମାଟ୍ରିକ୍‌ ପରୀକ୍ଷା ଖାତା ମୂଲ୍ୟାୟନ । ଏଥିଲାଗି ସମସ୍ତ ମୂଲ୍ୟାୟନ କେନ୍ଦ୍ରରେ କଡ଼ା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି ।

ସକାଳ ୧୦ ଟାରୁ ଖାତା ଦେଖା ଆରମ୍ଭ ହୋଇ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଚାଲିବ । ୪୫ ଟି ମୂଲ୍ୟାୟନ କେନ୍ଦ୍ରରେ ପରୀକ୍ଷା ଖାତା ଦେଖାଯିବ । ଏଥିପାଇଁ ୧୨ ହଜାର ୮ ଶହ ହାଇସ୍କୁଲ୍ ଶିକ୍ଷକ ଓ ଶିକ୍ଷୟିତ୍ରୀ ମୂଲ୍ୟାୟନରେ ନିୟୋଜିତ ହୋଇଛନ୍ତି । ପ୍ରାୟ ୧୨ ଦିନ ବ୍ୟାପୀ ମୂଲ୍ୟାୟନ ଚାଲିବ। ଖାତା ଦେଖାରେ ନିୟୋଜିତ ଶିକ୍ଷକ ଓ ଅନ୍ୟ କର୍ମଚାରୀମାନେ ଏହି ସମୟରେ କେନ୍ଦ୍ର କ୍ୟାମ୍ପସ୍ ବାହାରକୁ ଯାଇପାରିବେ ନାହିଁ । ସେହିପରି କେନ୍ଦ୍ରକୁ ମୋବାଇଲ୍ ନେବା ମଧ୍ୟ ବାରଣ ରହିଛି । ଏଥିରେ ଖିଲାପି କଲେ ସମ୍ପୃକ୍ତ ମୂଲ୍ୟାୟନକାରୀଙ୍କ ବିରୋଧରେ ବିଭାଗୀୟ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି କହିଛନ୍ତି ବୋର୍ଡ କର୍ତ୍ତୃପକ୍ଷ ।

ଅନ୍ୟପକ୍ଷେ ମୂଲ୍ୟାୟନକାରୀ ପ୍ରତ୍ୟେକ ସବ୍‌ଜେକ୍‌ଟିିଭ୍‌ ପ୍ରଶ୍ନର ନିର୍ଦ୍ଧିଷ୍ଟ ଏକ ଉତ୍ତର ହିସାବରେ ମୂଲ୍ୟାୟନ କରିବେ । ପ୍ରତିଦିନ ମୂଲ୍ୟାୟନ ପରେ ନମ୍ବର ଅନ୍‌ଲାଇନ୍‌ରେ ଅପ୍‌ଲେଡ କରାଯିବ । ଏଥିଲାଗି ବୋର୍ଡ ପକ୍ଷରୁ ୩୦୦ରୁ ଊର୍ଦ୍ଧ୍ବ ଡାଟା ଏଣ୍ଟ୍ରି ଅପରେଟରଙ୍କୁ ନିୟୋଜିତ କରାଯାଇଛି । ନମ୍ବର ଏଣ୍ଟ୍ରି ସମୟରେ ଯେପରି ତ୍ରୁଟି ନ ରୁହେ, ଏଥିପ୍ରତି ଯତ୍ନବାନ ରହିବାକୁ ପରାମର୍ଶ ଦିଆଯାଇଛି । ପ୍ରାୟ ୧୨ରୁ ୧୫ ଦିନ ମଧ୍ୟରେ ମୂଲ୍ୟାୟନ ପ୍ରକ୍ରିୟା ଶେଷ କରିବାକୁ ଲକ୍ଷ୍ୟ ରଖାଯାଇଥିବା ବୋର୍ଡ ପକ୍ଷରୁ କୁହାଯାଇଛି । ଚଳିତବର୍ଷ ରାଜ୍ୟର ମୋଟ ୫,୨୨,୩୩୬ ପରୀକ୍ଷାର୍ଥୀ ଦଶମ ବାର୍ଷିକ ପରୀକ୍ଷା ଦେବାକୁ ଫର୍ମପୂରଣ କରିଥିଲେ । ସେଥିମଧ୍ୟରୁ ୧୫ ହଜାରରୁ ଊର୍ଦ୍ଧ୍ବ ଅନୁପସ୍ଥିତ ଥିବା ଜଣାପଡ଼ିଛି ।

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...