32.9 C
Balāngīr
Monday, April 28, 2025

ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ : ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ଦେବେ ପରୀକ୍ଷା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୧/୦୨) : ଆଜିଠୁ ମାଟ୍ରିକ ପରୀକ୍ଷା ଆରମ୍ଭ। ତେବେ ମାର୍ଚ୍ଚ ୬ ଯାଏ ପରୀକ୍ଷା ଚାଲିବ । ରାଜ୍ୟର ୩୧୩୩ ଟି ସେଣ୍ଟରରେ ୫ ଲକ୍ଷ ୨୨ ହଜାର ୩୩୬ ଜଣ ଛାତ୍ରଛାତ୍ରୀ ପରୀକ୍ଷା ଦେବେ ।

ଆଜି ପ୍ରଥମ ଦିନରେ ଛାତ୍ରଛାତ୍ରୀ ପ୍ରଥମ ଭାଷା ପରୀକ୍ଷା ଦେବେ। ତେବେ ସକାଳ ୯ ଟାରୁ ସାଢ଼େ ୧୧ ଟା ପର୍ଯ୍ୟନ୍ତ ପରୀକ୍ଷା ଚାଲିବ । ଏଥିପାଇଁ ପରୀକ୍ଷାର୍ଥୀମାନଙ୍କୁ ସକାଳ ସାଢ଼େ ୭ ଟାରୁ ପରୀକ୍ଷା କେନ୍ଦ୍ରରେ ପ୍ରଵେଶ କରିବା ପାଇଁ ନିର୍ଦେଶ ଦିଆଯାଇଛି । କପି ରୋକିବା ପାଇଁ ୪ ସ୍ତରୀୟ ସ୍କ୍ବାଡ ବ୍ୟବସ୍ଥା କରାଯାଇଛି। ବୋର୍ଡ ପକ୍ଷରୁ ୪୨ ଟି ସ୍କ୍ୱାଡ ଓ ଜିଲ୍ଲା ଶିକ୍ଷାଧିକାରୀଙ୍କ ପକ୍ଷରୁ ୯୦ ଟି ସ୍କ୍ୱାଡ ନିୟୋଜିତ ହୋଇଛନ୍ତି ।

ମାଟ୍ରିକ ପରୀକ୍ଷାର ସୁପରିଚାଳନା ପାଇଁ ୩୦ ଟି ଜିଲ୍ଲାରେ ୩୧୪ ଟି ନୋଡାଲ ସେଣ୍ଟର ରହିଛି । ଯେଉଁ ଦିନ ଯେଉଁ ବିଷୟ ପରୀକ୍ଷା ଥିବ ସେଦିନ ନୋଡାଲ ସେଣ୍ଟରରୁ ପରୀକ୍ଷା କେନ୍ଦ୍ରକୁ ପ୍ରଶ୍ନପତ୍ର ସାଢ଼େ ୭ ରୁ ସାଢ଼େ ୮ ମଧ୍ୟରେ ପହଞ୍ଚିବ। ୩୧୪ ନୋଡାଲ ସେଣ୍ଟର ଓ ୩୦୦ ପରୀକ୍ଷା କେନ୍ଦ୍ରରୁ ଲାଇଭ ଦେଖିବା ପାଇଁ ବୋର୍ଡ ମୁଖ୍ୟ କାର୍ଯ୍ୟାଳୟରେ ରହିଛି ସେଣ୍ଟ୍ରାଲ କମାଣ୍ଡ କଣ୍ଟ୍ରୋଲ ରୁମ କରାଯାଇଛି। ଏହାସହିତ ପ୍ରତି ପରୀକ୍ଷା କେନ୍ଦ୍ରରେ ସିସିଟିଭି ଲଗାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...