32.9 C
Balāngīr
Tuesday, May 20, 2025

ଆଜିଠୁ ୪ ଦିନ କାଳବୈଶାଖୀ, ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Must read

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ଭୁବନେଶ୍ୱର, (୨୬/୦୪) : ଆପ୍ର. : ଆଜିଠୁ ୪ ଦିନ କାଳବୈଶାଖୀ ବର୍ଷା । ଆଜି ଅପରାହ୍ଣରେ ମାଲକାନଗିରି, ଗଞ୍ଜାମ, କୋରାପୁଟ ଓ ମୟୂରଭଞ୍ଜରେ ବିଜୁଳି, ଘଡ଼ଘଡ଼ିର ଆଶଙ୍କା ରହିଥିବାରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ଘଣ୍ଟା ପ୍ରତି ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିବ । ସେହିପରି ଝାରସୁଗୁଡ଼ା, ବୌଦ୍ଧ, ସମ୍ବଲପୁର ଓ ବଲାଙ୍ଗୀରକୁ ହିଟୱେଭ ପାଇଁ ୟେଲୋ ଚେତାବନୀ ଜାରି କରାଯାଇଛି । ତାତି ଓ ଆର୍ଦ୍ରତା ପାଇଁ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଆସନ୍ତାକାଲି କାଳବୈଶାଖୀ ପାଇଁ ୭ ଜିଲ୍ଲା କୋରାପୁଟ, ଗଞ୍ଜାମ, ସୁନ୍ଦରଗଡ଼, ମୟୂରଭଞ୍ଜ, ବାଲେଶ୍ବର, କେନ୍ଦୁଝର ଓ ଭଦ୍ରକକୁ ଅରେଞ୍ଜ ୱାର୍ଣ୍ଣିଂ ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଏସବୁ ଜିଲ୍ଲାରେ ଘଣ୍ଟା ପ୍ରତି ୫୦ରୁ ୬୦ କିଲୋମିଟର ବେଗରେ ପବନ ବହିପାରେ । ସେହିପରି ବିଜୁଳି, ଘଡ଼ଘଡ଼ି ଓ ପବନ ପାଇଁ ୧୮ ଜିଲ୍ଲାକୁ ଦିଆଯାଇଛି ୟେଲୋ ୱାର୍ଣ୍ଣିଂ । ୨୯ ତାରିଖ ଯାଏ କାଳବୈଶାଖୀ ଆଶଙ୍କା ରହିଛି । ୩ ଦିନରେ ତାପମାତ୍ରାରେ ବଡ଼ ଧରଣର ପରିବର୍ତ୍ତନର ସମ୍ଭାବନା ନାହିଁ । ଏହାପରେ ଦିନ ତାପମାତ୍ରାରେ ୩ରୁ ୫ ଡିଗ୍ରି ସେଲସିୟସ ହ୍ରାସ ହୋଇପାରେ ।

 

- Advertisement -spot_img

More articles

- Advertisement -spot_img

Latest article

ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ବୃକ୍ଷ ରୋପଣ

ବ୍ରହ୍ମପୁର, (୨୦/୦୫) : ଆପ୍ର. : ଛତ୍ରପୁର ବ୍ଲକ ଅନ୍ତର୍ଗତ କରାତଳି ଗ୍ରାମରେ ବିଭିନ୍ନ ଜାଗାର ଖାଲି ସ୍ଥାନ ମାନଙ୍କରେ ଶାହା ଚାରିଟେବୁଲ୍ ଟ୍ରଷ୍ଟ ପକ୍ଷରୁ ୫ଶହ ଗୁଆ ବୃକ୍ଷ-ଚାରା ରୋପଣ କରାଯାଇଛି...

ନୂଆପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା: ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍

ନୂଆପଡ଼ା, (୨୦/୦୫) : ଆପ୍ର. : ନୂଆପଡ଼ା ସଦର ଥାନା ଅନ୍ତର୍ଗତ ଏକତା ଛକରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ସ୍ବାମୀଙ୍କ ଆଖି ଆଗରେ ସ୍ତ୍ରୀଙ୍କ ଉପରେ ଚଢ଼ିଗଲା ଟ୍ରକ୍ । ଘଟଣାସ୍ଥଳରେ ସ୍ତ୍ରୀ...

ଖଇରକାଠ ଜବତ କଲା ବନ ବିଭାଗ

ବଲାଙ୍ଗିର, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ସଇଁନ୍ତଳା ପୋଲିସ ଗତକାଲି ସନ୍ଧ୍ୟାରେ ପେଟ୍ରୋଲିଙ୍ଗ କରୁଥିବା ବେଳେ ମୁରସିଂବିଟ ନିକଟସ୍ଥ ସିକୁଆଁ ଗାଁରୁ ଏକ ପିକ୍‌ଅପ୍‌ ଭ୍ୟାନ୍‌ ଯୋଗେ ବେଆଇନ ଭାବେ...

କାଳବୈଶାଖୀ ବର୍ଷାରେ ବେହାଲ କଟକ ସହର

କଟକ, (୨୦/୦୫) : ଆପ୍ର. : କଟକରେ କାଳବୈଶାଖୀ ପ୍ରଭାବରେ ବର୍ଷା ଜାରି । ଘଡ଼ଘଡ଼ି ସହ ପ୍ରବଳ ବର୍ଷାରେ ବେହାଲ ହୋଇଛି କଟକ ସହର । ପ୍ରବଳ ବର୍ଷା ପାଇଁ ତଳିଆ ଅଞ୍ଚଳରେ...

ବନବାହାଲରେ ୩୫ଟିକିଆ ହାତୀପଲଙ୍କ ଦ୍ଵାରା ପୁଣି ଚାଷୀଙ୍କ ୩ ଏକର ଡ଼ାଳୁଆ ଧାନ ଫସଲ ନଷ୍ଟ

ମୁରିବାହାଲ, (୨୦/୦୫) : ଆପ୍ର. : ବଲାଙ୍ଗିର ଜିଲ୍ଲା ମୁରିବାହାଲ ରେଞ୍ଜର ତିଖାଲି ସଂରକ୍ଷିତ ଜଙ୍ଗଲ ଅଞ୍ଚଳରେ ଆସି ଦୀର୍ଘ ୫ମାସ ହେବ ରହିଯାଇଥିବା ୩୫ଟିକିଆ ହାତୀପଲ ବିଭିନ୍ନ ସମୟରେ ପାର୍ଶ୍ଵବର୍ତ୍ତୀ ବହୁ...