ଭୁବନେଶ୍ୱର, (୨୪/୦୩) : ଆ.ପ୍ର. : ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଭୁବନେଶ୍ୱର ବିମାନ ବନ୍ଦରରେ ଅପରାହ୍ଣ ସାଢେ ଗୋଟାଏରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପହଞ୍ଚିବେ।
ଏହାପରେ ସେଠାରୁ ହେଲିକପ୍ଟର ଯୋଗେ ନୟାଗଡ଼ ଅଭିମୁଖେ ବାହାରିବେ । ନୟାଗଡ଼ର କାଳିଆପଲ୍ଲୀରେ ବିଶ୍ବାବସୁ ସମ୍ପ୍ରଦାୟର ଯଜ୍ଞରେ ଯୋଗଦେବେ । ଏହାସହ କଣ୍ଟିଲୋ ନୀଳମାଧବ ମନ୍ଦିର ଦର୍ଶନ କରିବେ । କଣ୍ଟିଲୋ ନୀଳମାଧବ ମନ୍ଦିରର ସୌନ୍ଦର୍ଯ୍ୟକରଣ କାର୍ଯ୍ୟକୁ ଜୋର ଦେଇଛି ଜିଲ୍ଲା ପ୍ରଶାସନ । ତେବେ ନୟାଗଡ଼ ଜିଲ୍ଲାକୁ ରାଷ୍ଟ୍ରପତିଙ୍କର ଏହା ପ୍ରଥମ ଗସ୍ତ ହୋଇଥିବାରୁ ସ୍ଥାନୀୟ ଅଞ୍ଚଳରେ ଖୁବ୍ ଉତ୍ସାହ ପରିଲକ୍ଷିତ ହୋଇଛି । ତେବେ ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ବିମାନ ବନ୍ଦରରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିଛନ୍ତି ପୋଲିସ କମିଶନର ସୁରେଶ ଦେବଦତ୍ତ ସିଂରାଷ୍ଟ୍ରପତି ଏହାସହିତ ମହାମହିମଙ୍କ ଗସ୍ତ ପାଇଁ ନୟାଗଡ଼ ପୁଲିସ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି ।