32.9 C
Balāngīr
Wednesday, April 23, 2025

ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର, କାକଟପୁର ମା ମଙ୍ଗଳାଙ୍କ ପୀଠରେ ଚୈତ୍ର ପର୍ବ ଆରମ୍ଭ

Must read

କାକଟପୁର, (୧୮/୦୩) : ଆ.ପ୍ର. : ଆଜି ଚୈତ୍ର ମାସର ପ୍ରଥମ ମଙ୍ଗଳବାର । ପୁରୀ ଜିଲ୍ଲାର କାକଟପୁର ମା ମଙ୍ଗଳାଙ୍କ ପୀଠରେ ଆରମ୍ଭ ହୋଇଛି ଚୈତ୍ର ପର୍ବ । ଏଥିପାଇଁ ଚଳଚଞ୍ଚଳ ହୋଇଉଠିଛି ମଙ୍ଗଳା ପୀଠ ।

ରାଜରାଜେଶ୍ୱରୀ ବେଶରେ ଦର୍ଶନ ଦେଉଛନ୍ତି ମାଆ ମଙ୍ଗଳା । ଆଜି ସକାଳୁ ହଜାର ହଜାର ଭକ୍ତ ମନ୍ଦିର ଆସି ମାଆଙ୍କ ଦର୍ଶନ କରୁଛନ୍ତି । ମାଆଙ୍କ ଦର୍ଶନ ପାଇଁ ଭକ୍ତମାନେ ଲମ୍ବା ଲାଇନରେ ଛିଡା ହୋଇରହିଥିବା ପରିଲକ୍ଷିତ ହୋଇଛି । ପୀଠରେ ମାଆଙ୍କର ସ୍ବତନ୍ତ୍ର ନୀତିକାନ୍ତି ସହ ପୂଜାର୍ଚ୍ଚନା ଚାଲିଛି । ଚୈତ୍ର ମାସ ପ୍ରଥମ ମଙ୍ଗଳବାରରୁ ଆରମ୍ଭ ହୋଇଥାଏ କାକଟପୁରର ମାଆ ମଙ୍ଗଳାଙ୍କ ଚଇତି ପର୍ବ । ପବିତ୍ର ଯାତ୍ରାକୁ ନେଇ କାକଟପୁରର ଅଧିଷ୍ଠାତ୍ରୀ ଦେବୀ ମାଆ ମଙ୍ଗଳାଙ୍କ ପୀଠ ଚଳଚଞ୍ଚଳ ଓ ଉତ୍ସବ ମୁଖର ହୋଇଉଠିଛି । ମାଆଙ୍କ ନିକଟରେ ଆଜି ସ୍ୱତନ୍ତ୍ର ନୀତିକାନ୍ତି କରାଯାଇଛି ।

ଚଇତି ଯାତ୍ରାର ପ୍ରଥମ ଦିନରେ ମାଆ ରାଜରାଜେଶ୍ୱରୀ ବେଶରେ ସୁସଜ୍ଜିତ ହୋଇ ଭକ୍ତମାନଙ୍କୁ ଦର୍ଶନ ଦେଉଛନ୍ତି । ବ୍ରାହ୍ମ ମୁହୂର୍ତ୍ତରୁ ମନ୍ଦିରର ଦ୍ବାର ଫିଟା ଯାଇ, ମଙ୍ଗଳ ଆଳତୀ, ସ୍ନାନ, ମାର୍ଜନା, ମଇଲମ କରାଯିବା ପରେ ମାଆଙ୍କୁ ରାଜରାଜେଶ୍ୱରୀ ବେଶରେ ବେଶ ସଜ୍ଜିତ କରାଯାଇଥିଲା । ମାଆଙ୍କ ଶେଷ ମଙ୍ଗଳବାର ବୈଶାଖ ମାସ ପ୍ରଥମ ମଙ୍ଗଳବାରରେ ଅନୁଷ୍ଠିତ ହୋଇଥାଏ ପ୍ରସିଦ୍ଧ ଝାମୁ ଯାତ୍ରା ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...