32.9 C
Balāngīr
Wednesday, April 30, 2025

ଆଜି ଠାରୁ କଲବଲ କରିବ ଖରା ; ସରିଲା ଶୀତର ମଜା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୩୦/୦୧) : ଆଜିଠୁ କଲବଲ କରିବ ଖରା । ରାଜ୍ୟରୁ ଶୀତ ପ୍ରତ୍ୟାବର୍ତ୍ତନ କରିଛି, ଆଜିଠୁ ବଢିବ ଖରାର ପ୍ରକୋପ । ଏହି ଗରମ ସପ୍ତାହ ଯାଏଁ ରହିବ ।

ଖରାରୁ ନିସ୍ତାର ନାହିଁ ବୋଲି ପୂର୍ବାନୁମାନ କରିଛି ପାଣିପାଗ ବିଭାଗ । । ଏବେ ରାଜ୍ୟରେ ସ୍ବାଭାବିକ ଠାରୁ ତାପମାତ୍ରା ୨ରୁ ୪ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି । ରାଜ୍ୟରେ ଶୀତ ବହୁ ବିଳମ୍ବରେ ଅନୁଭୁତ ହୋଇଥିବାବେଳେ, ବହୁ ଶୀଘ୍ର ବିଦାୟ ନେଇଛି । ଆସନ୍ତାକାଲିଠାରୁ ରାଜ୍ୟରେ ଶୀତ କମ ଗରମ ବେଶୀ ଅନୁଭୂତ ହେବ । ରାଜ୍ୟରୁ ଶୀତ ପ୍ରତ୍ୟାବର୍ତ୍ତନ କରିଛି । ଗୋଟେପଟେ ସକାଳେ ଘନକୁହୁଡ଼ି ଲୋକଙ୍କ ଜୀବନକୁ ଅସ୍ତବ୍ୟସ୍ତ କରୁଥିବାବେଳେ ଦିନରେ ଟାଇଁ ଟାଇଁ ଖରା ରାଜ୍ୟବାସୀଙ୍କୁ ହନ୍ତସନ୍ତ କରିବ ।

ଆଗାମୀ ୪ରୁ ୫ ଦିନ ଯାଏଁ ରାତି ତାପମାତ୍ରା ଅଧିକ ରହିବ । ଗତକାଲି ରାଜ୍ୟର ଅଧିକାଂଶ ସହରରେ ତାପମାତ୍ରା ବଢିଛି । ମାଲକାନଗିରି, କୋରାପୁଟ,ରାୟଗଡା,ଗଜପତି ଗଂଜାମ ,କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ପୁରୀ, ଜଗତସିଂହପୁର, କେନ୍ଦ୍ରାପଡା, କଟକ, ଢେଙ୍କାନାଳ, ଅନୁଗୁଳ, ଯାଜପୁର ଦେଓଗଡ, ସମ୍ବଲପୁର ଓ କେନ୍ଦୁଝର ଜିଲ୍ଲାକୁ ସତର୍କ କରିଛି ପାଣିପାଗ ବିଭାଗ । ୩୧ ତାରିଖରେ ଉପକୂଳ ଓଡିଶାରେ ହାଲୁକାରୁ ମଧ୍ୟମ ଧରଣର କୁହୁଡି ଦେଖିବାକୁ ମିଳିବ ।

 

 

 

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...