32.9 C
Balāngīr
Friday, June 13, 2025

ଆଜି ପବିତ୍ର ଦେବସ୍ନାନ ପୂର୍ଣ୍ଣିମା, ରତ୍ନମଣ୍ଡପ ଛାଡି ସ୍ନାନବେଦୀରେ ଶ୍ରୀଜିଉ

Must read

ପୁରୀ, (୧୧/୦୬) : ଆପ୍ର. : ଆଜି ପବିତ୍ର ଜ୍ୟେଷ୍ଠ ପୂର୍ଣ୍ଣିମା ବା ଦେବସ୍ନାନ ପୂର୍ଣ୍ଣିମା । ରତ୍ନବେଦୀରୁ ଓହ୍ଲାଇ ଆସି ସ୍ନାନବେଦୀରେ ବିଜେ କରିଛନ୍ତି କୋଟି ଓଡ଼ିଆଙ୍କ ମଉଡ଼ମଣି ଶ୍ରୀଜିଉ ।

ଦଇତାପତି ସେବାୟତମାନେ ଠାକୁରଙ୍କୁ ଧାଡ଼ି ପହଣ୍ଡିରେ ସ୍ନାନ ମଣ୍ଡପରେ ବିଜେ କରାଇଛନ୍ତି । ୧୦୮ ସୁବାସିତ ଜଳରେ ସ୍ନାନ କରିବେ ଚତୁର୍ଦ୍ଧାମୂର୍ତ୍ତି । ସ୍ନାନ ପରେ ହାତୀ ବେଶରେ ଦର୍ଶନ ଦେବେ ଚତୁର୍ଦ୍ଧାମୂର୍ତ୍ତି । ସାଧାରଣତଃ ବର୍ଷରେ ଥରୁଟିଏ ଶ୍ରୀ ଜଗନ୍ନାଥ ଭାଇଭଉଣୀଙ୍କ ସହିତ ଜଳସ୍ନାନ କରନ୍ତି, ଅନ୍ୟ ସମୟରେ ତାଙ୍କୁ ମନ୍ତ୍ରସ୍ନାନ କରାଯାଏ । ଏହି ଦିନକୁ ଜଗନ୍ନାଥଙ୍କର ଜନ୍ମଦିନ ରୂପରେ ମଧ୍ୟ ପାଳନ କରାଯାଇଥାଏ । ଏହା ରଥଯାତ୍ରା ଆଗରୁ ପାଳିତ ହେଉଥିବା ଏକ ପୂଜା ବିଧି ।

ଏଥି ପାଇଁ ଶ୍ରୀଜିଉମାନଙ୍କର ନୀତିକାନ୍ତି ଭୋର୍‌ରୁ ଆରମ୍ଭ ହୋଇଯାଇଛି । ମହାପ୍ରଭୁଙ୍କ ମଙ୍ଗଳର୍ପଣ ସକାଳ ୫.୩୨ ଆରମ୍ଭ ହୋଇଥିଲା । ଏହା ପରେ ସୁଦର୍ଶନ ମହାପ୍ରଭୁଙ୍କ ପହଣ୍ଡି ୫.୪୫ରେ ଆରମ୍ଭ ହୋଇଥିବା ବେଳେ ବଳଭଦ୍ରଙ୍କ ପହଣ୍ଡି ୫.୫୩ରେ ଆରମ୍ଭ ହେଲା । ସେହିପରି ମା ସୁଭଦ୍ରାଙ୍କ ପହଣ୍ଡି ୬.୬ ଏବଂ ଜଗନ୍ନାଥ ମହାପ୍ରଭୁଙ୍କର ପହଣ୍ଡି ୬.୨୨ ମିନିଟରେ ଆରମ୍ଭ ହୋଇଥିଲା । ପୁରୀ ଜିଲ୍ଲା ପ୍ରଶାସନ ଓ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଜୋରଦାର ପ୍ରସ୍ତୁତି କରାଯାଇଛି । ମହାପ୍ରଭୁଙ୍କ ପହଣ୍ଡି, ଜଳଲାଗି ଓ ହାତୀବେଶ ଆଦି ନୀତିକୁ ଶୃଙ୍ଖଳିତ କରିବା ଲାଗି ସେବାୟତ ଓ ପ୍ରଶାସନ ସମସ୍ତେ ପ୍ରସ୍ତୁତ ଅଛନ୍ତି ।

ସେପଟେ ସ୍ନାନ ପରେ ଜ୍ବରରେ ପୀଡିତ ହେବେ ଶ୍ରୀଜିଉ । ୧୫ ଦିନ ଅଣସର ଘରେ ଚାଲିବ ମହାପ୍ରଭୁଙ୍କ ଉପଚାର । ଜ୍ବରରୁ ଭଲ ହେଲା ପରେ ଭାଇଭଉଣୀଙ୍କୁ ସାଥିରେ ନେଇ ନବଦିନାତ୍ମକ ଯାତ୍ରାରେ ବାହାରି ଆସିବେ କାଳିଆ ସାଆନ୍ତେ । ପବିତ୍ର ସ୍ନାନ ପୂର୍ଣ୍ଣିମା ପାଇଁ ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ସୁରକ୍ଷା ପାଇଁ ୭୦ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ । ଧାଡି ପହଣ୍ଡିରେ ଆସି ସ୍ନାନବେଦୀରେ ପ୍ରଭୁ ବଳଭଦ୍ର । ଏହି ପବିତ୍ର ଦିବ୍ୟସ୍ନାନର ସାକ୍ଷୀ ହେବାକୁ ପୁରୀ ବଡଦାଣ୍ଡ ଲୋକାରଣ୍ୟ ହୋଇଉଠିଛି ।

- Advertisement -spot_img

More articles

Leave a Reply

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...