32.9 C
Balāngīr
Wednesday, April 23, 2025

ଆଜି ପବିତ୍ର ମକର ସଂକ୍ରାନ୍ତି ; ମକର ଚୌରାସୀ ବେଶରେ ଦର୍ଶନ ଦେବେ ମହାପ୍ରଭୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୧୪/୦୧) : ଆଜି ପବିତ୍ର ମକର ସଂକ୍ରାନ୍ତି । ଏହି ଅବସରରେ ଶ୍ରୀମନ୍ଦିରରେ ପାଳନ ହେବ ମହାପ୍ରଭୁଙ୍କ ସ୍ୱତନ୍ତ୍ର ନୀତି । ରତ୍ନସିଂହାସନରେ ମକରଚୌରାଶୀ ବେଶରେ ଶ୍ରଦ୍ଧାଳୁଙ୍କୁ ଦର୍ଶନ ଦେଉଛନ୍ତି ମହାପ୍ରଭୁ ।

ଏହି ବେଶରେ ମକର ଚୁଳ ଲଗାଯିବାର ପରମ୍ପରା ରହିଛି । ମକର ବେଢ଼ା ଓ ମକର ଚାଉଳ ଭୋଗ ହେବା ପାଇଁ ଏକ ବୃହଦକାୟ ମକର ତାଡ଼ ହେବାର ପରମ୍ପରା ମଧ୍ୟ ରହିଛି । ଏହାସହ ମଧ୍ୟାହ୍ନ ଧୂପ ପରେ ନଡିଆ, ଘିଅ, ମିଠା, ଦୁଧ, ସର, ଖୁଆ ଓ ଚାଉଳର ମିଶ୍ରଣରେ ପ୍ରସ୍ତୁତ ମକର ଭୋଗ ଶ୍ରୀଜିଉଙ୍କ ପାଖରେ ଲାଗି ହେବ । ଏହି ଅବସରରେ ବିଭିନ୍ନ ମଠ ମନ୍ଦିର ଏବଂ ଶ୍ରୀକ୍ଷେତ୍ରର ଘରେ ଘରେ ମକର ଚାଉଳ ପ୍ରସ୍ତୁତ କରାଯାଇ ଭୋଗ ରୂପେ ଅର୍ପଣ କରିବାର ପରମ୍ପରା ମଧ୍ୟ ରହିଛି ।

ତେବେ ମହାପ୍ରଭୂ ଶ୍ରୀଜଗନ୍ନାଥଙ୍କ ଦ୍ୱାଦଶଯାତ୍ରା ମଧ୍ୟରେ ମକରସଂକ୍ରାନ୍ତି ଏକ ପ୍ରମୂଖ ଯାତ୍ରା ହୋଇଥିବାରୁ ଏଥିପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ନିତୀ ନିର୍ଘଣ୍ଟ କରାଯାଇଛି । ଆଜି ଭୋରରୁ ଶ୍ରୀମନ୍ଦିର ଦ୍ୱାର ଫିଟିବା ପରେ ମହାପ୍ରଭୁଙ୍କର ମଙ୍ଗଳ ଆଳତି ଓ ଅବକାଶ ନୀତି ବଢ଼ିବା ପରେ ଶ୍ରୀଜିଉମାନଙ୍କର ପଟା ପହରଣ (ପତଳା ସୂତାର ଜାଲିକନା) ଲାଗି କରାଯିବା ପରେ ତ୍ରିମୁଣ୍ଡିରେ ମକରଚୂଳ ଲାଗି ହେବ । ଏହାପରେ କର୍ପୂର ଲାଗି ହୋଇ ଶ୍ରୀବିଗ୍ରହମାନଙ୍କର ବେଶ ବଢ଼ିବ । ଗୋପାଳବଲ୍ଲଭ ଓ ସକାଳଧୂପ ନୀତି ବଢ଼ିବା ପରେ ମଇଲମ, ମହାସ୍ନାନ, ସର୍ବାଙ୍ଗ ଲାଗି, ନୂଆଲୁଗା ଲାଗି, ମାଳଚୂଳ ଲାଗି ହେବା ପରେ ୬ ମୂର୍ତ୍ତି ଅଳଙ୍କାର ଲାଗି ହୋଇ ମହାପ୍ରଭୁ ମକରଚୌରାସୀ ବେଶରେ ଅଗଣିତ ଭକ୍ତଙ୍କୁ ଦର୍ଶନ ଦେବେ ।

 

- Advertisement -spot_img

More articles

- Advertisement -spot_img

Latest article

ଅଭିଯୁକ୍ତର କାଠ ଫାଳିଆ ମାଡ଼ରେ କନେଷ୍ଟବଳ ଗୁରୁତର, ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଭର୍ତ୍ତି

ବଲାଙ୍ଗିର, (୨୩/୦୪) : ଆପ୍ର. : ଥାନା ଭିତରେ ପୋଲିସକୁ ଆକ୍ରମଣ । କାଠ ଫାଳିଆ ମାଡ଼ରେ କନେଷ୍ଟବଳ ସୁଦାମ ନାଗ ଗୁରୁତର । ବଲାଙ୍ଗିର ଭୀମ ଭୋଇ ମେଡିକାଲରେ ଗୁରୁତର କନେଷ୍ଟବଳଙ୍କୁ ଭର୍ତ୍ତି...

ନାବାଳିକାକୁ ଗଣ ଦୁଷ୍କର୍ମ: ୩ ଯୁବକଙ୍କ ସଂପୃକ୍ତ, ପୁଲିସ ତଦନ୍ତ ଆରମ୍ଭ

ସୁନ୍ଦରଗଡ଼଼, (୨୩/୦୪) : ଆପ୍ର. : ସୁନ୍ଦରଗଡ଼଼ ଜିଲ୍ଲା ତଳସରା ଥାନା ଅଞ୍ଚଳରେ ଲଜ୍ଜା। ଜଙ୍ଗଲକୁ ଟେକି ନେଇ ନାବାଳିକାକୁ ଗଣ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ଏକୋଇଶିଆ ଭୋଜି ଖାଇ ସାଙ୍ଗମାନଙ୍କ...

ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ବିଶ୍ୱ ପୃଥିବୀ ଦିବସ ପାଳିତ

ପାଟଣା, (୨୪/୦୩) : ଆପ୍ର. : ଢେଙ୍କିକୋଟ ଟିକିରା ସ୍ଥିତ ଘଟଗାଁ ବ୍ଲକ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ଆଜି ବିଶ୍ୱ ପୃଥିବୀ ଦିବସ ଉତ୍ସାହପୂର୍ଣ୍ଣ ଭାବେ ପାଳନ ହୋଇଯାଇଛି । ପ୍ରାକୃତିକ ସଂପଦର ରକ୍ଷା,...

ବସ୍‌ରୁ ପଡି ଛାତ୍ରୀ ଗୁରୁତର

କଣ୍ଟାବାଞ୍ଜି, (୨୩/୦୪) : ଆପ୍ର. : ବସ୍‌ରୁ ପଡି ନବମ ଶ୍ରେଣୀ ଛାତ୍ରୀ ଗୁରୁତର । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି କୁକୁଡାହାଟ ଗାଁ ନିକଟରେ ଅଭାବନୀୟ ଘଟଣା ଘଟିଛି । ଆଜି ବସ୍‌ ରୁ...

ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ପୋଷାକ ବଣ୍ଟନ

ପାଟଣା, (୨୩/୦୪) : ଆପ୍ର. : ପାଟଣା ବ୍ଲକ ସରାସକୋଲା ଉଚ୍ଚ ବିଦ୍ୟାଳୟରେ ଛାତ୍ରଛାତ୍ରୀ ମାନଙ୍କୁ ଆଜି ନୂତନ ପୋଷାକ ବଣ୍ଟନ କରାଯାଇଛି । ଏଠାରେ ୧୩୫ ଜଣ ଛାତ୍ରଛାତ୍ରୀ ପୋଷାକ ବଣ୍ଟନ କରାଯାଇଥିବା...