32.9 C
Balāngīr
Monday, April 28, 2025

ଆଜି ପବିତ୍ର ମହାବିଷୁବ ପଣା ସଂକ୍ରାନ୍ତି, ଓଡ଼ିଆ ପରମ୍ପରାରେ ଆଜିଠାରୁ ନୂଆବର୍ଷ ଆରମ୍ଭ

Must read

ଭୁବନେଶ୍ୱର, (୧୪/୦୪) : ଆପ୍ର. : ଆଜି ପବିତ୍ର ପଣା ସଂକ୍ରାନ୍ତି ଏବଂ ଓଡ଼ିଆ ନବବର୍ଷ । ଓଡ଼ିଆ ପରମ୍ପରା ଅନୁସାରେ ପଣା ସଂକ୍ରାନ୍ତିଠାରୁ ଆରମ୍ଭ ହୋଇଛି ନୂଆବର୍ଷ ।

ଏହି ଦିନକୁ ସମସ୍ତେ ପାଳନ କରିବାକୁ ବେଶ୍ ଉତ୍ସାହିତ ଅଛନ୍ତି । କାରଣ ଏହି ଦିନରେ ପବନପୁର୍ତ ହନୁମାନଙ୍କ ଜୟନ୍ତୀ । ଏଥିପାଇଁ ରାଜଧାନୀର ବିଭିନ୍ନ ହନୁମାନ ମନ୍ଦିରକୁ ଆକର୍ଷଣୀୟ ଭାବେ ସଜାଯାଇଛି । ଜୟ ହନୁମାନ ଜ୍ଞାନ ଗୁନ ସାଗର ଶ୍କୋକରେ ଗୁଞ୍ଜରିତ ହେଉଛି ମନ୍ଦିର । ହନୁମାନ ଜୟନ୍ତୀ ପାଇଁ ଭକ୍ତିମୟ ପରିବେଶ ସୃଷ୍ଟି ହୋଇଛି । କେତେକ ସ୍ଥାନରେ ଭକ୍ତଙ୍କୁ ପଣା ଓ ଭୋଗ ବଣ୍ଟନ କରାଯିବାର ବ୍ୟବସ୍ଥା କରାଯାଇଛି । ସେହିପରି ଘରେ ଘରେ ମଧ୍ୟ ପଣା ସଂକ୍ରାନ୍ତି ପାଳନ କରାଯାଉଛି । ବୃନ୍ଦାବତୀଙ୍କ ଉପରେ କଳସ ବସାଇ ସେଥିରେ ପଣା ଭୋଗ ଲଗାଯାଏ ।

ଓଡିଆ ପରମ୍ପରା ଅନୁସାରେ ଏହି ଦିନର ଏକ ବିଶେଷତ୍ୱ ରହିଛି । ଭଗବାନ୍ ରାମଚନ୍ଦ୍ରଙ୍କ ପରମ ଭକ୍ତ ଭଗବାନ୍ ହନୁମାନଙ୍କ ଜନ୍ମଦିନ ବୋଲି ଓଡିଶାବାସୀ ବିଶ୍ୱାସ କରନ୍ତି । ତେଣୁ ହନୁମାନ ମନ୍ଦିରରେ ମହାସମାବେଶର ଆୟୋଜନ ହୁଏ । ଦିନସାରା ମନ୍ଦିରରେ ହୋମ-ଯଜ୍ଞ ଏବଂ ଭଜନ କୀର୍ତ୍ତନ ଆଦି ଚାଲିଥାଏ । ନୂତନ ବର୍ଷରେ ଅନେକ ଭକ୍ତ ହନୁମାନ ମନ୍ଦିର, ଶିବ ଏବଂ ସୂର୍ଯ୍ୟ ଦେବତା ମନ୍ଦିର ଯାଆନ୍ତି ।

ଏହା ସହ କେତେକ ସ୍ଥାନରେ ବୁଡ ପକାଇବାର ମଧ୍ୟ ବିଶେଷ ମହତ୍ତ୍ୱ ରହିଛି । ପବିତ୍ର ନଦୀ ଗୁଡିକରେ ବଡି ଭୋରରୁ ଶ୍ରଦ୍ଧାଳୁମାନେ ସ୍ନାନ କରି ମନୋସ୍କାମନା ପୂରଣ ନିମନ୍ତେ ପ୍ରାର୍ଥନା କରନ୍ତି । ପାରମ୍ପାରିକ ନୃତ୍ୟ , ଝାମୁ ଯାତ୍ରା ଓ ପାଟୁଆ ଯାତ୍ରାରେ ଗାଁ ଦାଣ୍ଡ ଦୁଲୁକି ଉଠେ । ଏହି ଦିନ ଘରେ ଓ ମନ୍ଦିରରେ ଦେବାଦେବୀଙ୍କ ନିକଟରେ ପଣା ଭୋଗ ଲାଗେ । ଏହା ସହ ମନ୍ଦିର ବାହାରେ ବିଭିନ୍ନ ସ୍ଥାନରେ ପଣା ବଣ୍ଟାଯାଏ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...