32.9 C
Balāngīr
Thursday, June 12, 2025

ଆଜି ପବିତ୍ର ରକ୍ଷା ବନ୍ଧନ; ଭାଇ ହାତରେ ଭଉଣୀ ବାନ୍ଧେ ସ୍ନେହର ଡୋରି

Must read

ରିପୋର୍ଟ : ଜଗଦୀଶ ଦାଶ
ରାଇକିଆ, (୨୦/୦୮) : ଭାଇ-ଭଉଣୀର ସଂପର୍କକୁ ଅଧିକ ମଜବୁତ କରିଥାଏ ରାକ୍ଷୀ । ଆଜିର ଦିନରେ ଭଉଣୀ, ଭାଇ ହାତରେ ରାକ୍ଷୀ ବାନ୍ଧିଥାଏ ଓ ଭାଇର ଉଜ୍ଜ୍ୱଳ ଭବିଷ୍ୟତ ପାଇଁ ପ୍ରାର୍ଥନା କରିଥାଏ ।

ଆଜି ପବିତ୍ର ରକ୍ଷା ବନ୍ଧନ । ଆଉ ବଦଳରେ ଭାଇ, ତା’ର ଭଉଣୀକୁ ରକ୍ଷା କରିବାର ସଂକଳ୍ପ ନେଇଥାଏ। ଭାଇ ହାତରେ ରାକ୍ଷୀଟିଏ ବାନ୍ଧିବା ଲାଗି ଭଉଣୀ ବର୍ଷ ସାରା ଅପେକ୍ଷା କରି ରହିଥାଏ ଆଜିର ଦିନକୁ । ରକ୍ଷା ବନ୍ଧନକୁ ନେଇ ଗାଁଠୁ ସହର ସବୁଠି ଉତ୍ସବର ପରିବେଶ । ଘରେ ଘରେ ପିଠାପଣାର ମହକ । ଏପଟେ ଶ୍ରୀମନ୍ଦିରରେ ମଧ୍ୟ ରକ୍ଷା ବନ୍ଧନ ପର୍ବ ପାଳନ ଲାଗି ସ୍ୱତନ୍ତ୍ର ନୀତିକାନ୍ତି ରହିଛି । ରାକ୍ଷୀ ପୂର୍ଣ୍ଣିମା ସହ ଆଜି ମଧ୍ୟ ଗହ୍ମା ପୂର୍ଣ୍ଣିମା । ପ୍ରଭୁ ବଳଭଦ୍ରଙ୍କ ଜନ୍ମ ତିଥି । ହଳମୂଷଳ ଧାରଣ କରିଥିବା ବଳଭଦ୍ରଙ୍କୁ ସମ୍ମାନ ଜଣାଇ ଏହିଦିନ ଗୋମାତାଙ୍କୁ ପୂଜା କରାଯାଏ । ସେମାନଙ୍କୁ ଗାଧୋଇ ଦିଆଯାଇ ତାଙ୍କ ଶିଙ୍ଗରେ ରାକ୍ଷୀ ବାନ୍ଧିବା ଏବଂ ପିଠା ଖାଇବାକୁ ଦେବାର ପରମ୍ପରା ରହିଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...