32.9 C
Balāngīr
Saturday, April 26, 2025

ଆଜି ପୁଣି ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା

Must read

ଭୁବନେଶ୍ୱର, (୩୦/୦୩) : ଆପ୍ର. : ଆଜି ପୁଣି ୨ରୁ ୩ ଡିଗ୍ରୀ ବଢିବ ତାପମାତ୍ରା। ତାତିରେ କଲବଲ ହେବେ ରାଜ୍ୟବାସୀ। ଅସହ୍ୟ ଗୁଳୁଗୁଳି ସାଙ୍ଗକୁ ଗ୍ରୀଷ୍ମପ୍ରବାହ ଅନୁଭୂତ ହେବ ।

କିଛି ସ୍ଥାନରେ ୪୩ ଡିଗ୍ରୀ ଟପିପାରେ ତାପମାତ୍ରା। ତେବେ ଆଜି ହିଟୱେଭ୍ ନେଇ ୬ ଜିଲ୍ଲା କଳାହାଣ୍ଡି, ବଲାଙ୍ଗିର, ସୋନପୁର, ବୌଦ୍ଧ, ସମ୍ବଲପୁର ଓ ଝାରସୁଗୁଡାକୁକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଗତକାଲି ୧୩ ସହରର ତାପମାତ୍ରା ୪୦ ଡିଗ୍ରି ,ସମ୍ବଲପୁରରେ ୪୨ ଡିଗ୍ରି,ଝାରସୁଗୁଡ଼ାରେ ୪୧.୮, ହୀରାକୁଦରେ ୪୧.୭, ବୌଦ୍ଧ ଓ ତାଳଚେରରେ ୪୧.୨, ଭବାନୀପାଟଣା ଓ ଟିଟିଲାଗଡ଼ରେ ୪୧ ଡିଗ୍ରି ତାପମାତ୍ରା ରହିଥିଲା। ତାତିରେ ଜାଳୁଥିଲେ ଲୋକେ। ତେବେ ଆଜି ତାତି ବଢିଲେ ମଧ୍ୟ ଆସନ୍ତା ୨ ତାରିଖ ବେଳକୁ ରାଜ୍ୟରେ ବର୍ଷା ହେବାର ସମ୍ଭାବନା ରହିଛି। ତେଣୁ ଆସନ୍ତାକାଲି ତାତିରୁ ସାମାନ୍ୟ ଆସ୍ୱସ୍ଥି ମିଳିପାରେ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...