32.9 C
Balāngīr
Thursday, June 12, 2025

ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ, ଡିଜି ଲକର ସହ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ

Must read

ଭୁବନେଶ୍ୱର, (୨୧/୦୫) : ଆପ୍ର. : ଆଜି ପ୍ରକାଶ ପାଇବ ଯୁକ୍ତ ୨ ପରୀକ୍ଷା ଫଳ । ଅପରାହ୍ନ ୪ଟା ରେ ପ୍ରକାଶ ପାଇବ ରେଜଲଟ ।

ଏକସଙ୍ଗେ କଳା, ବାଣିଜ୍ୟ ଓ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ । ଏଥି ସହିତ ଧନ୍ଦାମୂଳକ ପରୀକ୍ଷା ରେଜଲଟ ମଧ୍ୟ ପ୍ରକାଶ ପାଇବ । ଏନେଇ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ-ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ ପରିଡ଼ା ସୂଚନା ଦେଇଛନ୍ତି । ଭୁବନେଶ୍ବର ସ୍ଥିତ ମାଧ୍ୟମିକ ଶିକ୍ଷା ପରିଷଦ କାର୍ଯ୍ୟାଳୟରେ ପରୀକ୍ଷା ଫଳ ପ୍ରକାଶ ପାଇବ। ଡିଜି ଲକର ସହ ୱେବସାଇଟରେ ରେଜଲ୍ଟ ଉପଲବ୍ଧ ହେବ ।

ପରୀକ୍ଷାର୍ଥୀମାନେ ସେମାନଙ୍କର ରେଜଲ୍ଟ www.chseodisha.nic.in ଏବଂ http://orissaresults.nic.in ଓ୍ୱେବସାଇଟରେ ଘୋଷଣାର ଏକ ଘଣ୍ଟା ପରେ ଜାଣିପାରିବେ । ଏହା ସହ ପରୀକ୍ଷା ଫଳ ଘୋଷଣାର ଏକଘଣ୍ଟା ପରେ SAMS e-spaceରୁ ଅଧ୍ୟକ୍ଷ ଅଧ୍ୟକ୍ଷା ମାନେ ସେମାନଙ୍କ ଉଚ୍ଚମାଧ୍ୟମିକ ବିଦ୍ୟାଳୟର ଟାବୁଲେସନ ରେଜିଷ୍ଟର ପାଇପାରିବେ । ଚଳିତ ବର୍ଷ ଯୁକ୍ତ ଦୁଇ ପରୀକ୍ଷା ଫେବୃଆରୀ ୧୮ ତାରିଖରୁ ମାର୍ଚ୍ଚ ୨୭ ଯାଏ ହୋଇଥିଲା । ଚଳିତ ବର୍ଷ ୧୨ ଶହ ୭୬ ସେଣ୍ଟରରେ ପରୀକ୍ଷା ଦେଇଥିଲେ ୩ ଲକ୍ଷ ୯୩ ହଜାର ୬୧୮ ଛାତ୍ରଛାତ୍ରୀ ।

 

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...