32.9 C
Balāngīr
Wednesday, April 23, 2025

ଆଜି ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟ ପରାଗ

Must read

ଭୁବନେଶ୍ୱର, (୨୯/୦୩) : ଆପ୍ର. : ମାର୍ଚ୍ଚ ମାସ ୨୯ ତାରିଖ ଅର୍ଥାତ ଆଜି ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟ ପରାଗ

ଏହି ପରାଗ ଉତ୍ତର ଆମେରିକା, ଗ୍ରୀନଲ୍ୟାଣ୍ଡ, ଆଇସଲ୍ୟାଣ୍ଡ, ଉତ୍ତର ଆଟଲାଣ୍ଟିକ୍ ମହାସାଗର, ୟୁରୋପ ଏବଂ ଉତ୍ତର-ପଶ୍ଚିମ ଋଷରେ ଦୃଶ୍ୟମାନ ହେବ ବୋଲି ସୂଚନା ରହିଛି । କେତେକ ସ୍ଥାନରେ ଏଥର ସର୍ବାଧିକ ସୂର୍ଯ୍ୟ ପରାଗ ୯୦ ପ୍ରତିଶତ ହେବ । ପରାଗ ଭାରତୀୟ ସମୟ ଦିନ ୨ଟା ୨୦ ମିନିଟ୍ ରୁ ଆରମ୍ଭ ହୋଇ ୪ଟା ୧୭ ମିନିଟ୍ ରେ ସର୍ବାଧିକ ସମୟ (୯୦%) ହେବ । ଭାରତୀୟ ସମୟ ଦିନ ୪ ଟା ୧୪ ମିନିଟ୍ ରେ ପରାଗ ଶେଷ ହେବ । ତେବେ ସଂଗଠିତ ହେବାକୁ ଥିବା ଏହି ପରାଗ ଭାରତରେ ଦୃଶ୍ୟମାନ ହେବ ନାହିଁ। ତେଣୁ ଶ୍ରୀମନ୍ଦିର ନୀତିକାନ୍ତିରେ ବି କୌଣସି ପରିବର୍ତ୍ତନ ହେବନି ବୋଲି ଶ୍ରୀମନ୍ଦିର ପ୍ରଶାସନ ସୂଚନା ଦେଇଛି।

ଚଳିତବର୍ଷର ଅନ୍ତିମ ଆଂଶିକ ସୂର୍ଯ୍ୟ ପରାଗ ସେପ୍ଟେମ୍ବର ୨୧-୨୨ ତାରିଖରେ ନ୍ୟୁଜିଲ୍ୟାଣ୍ଡ, ଇଷ୍ଟର୍ଣ୍ଣ ମେଲାନେସିଆ ଏବଂ ପଶ୍ଚିମ ଆଣ୍ଟାର୍ଟିକା ରେ ଦୃଶ୍ୟମାନ ହେବ । କିନ୍ତୁ ଏହା ମଧ୍ୟ ଭାରତରେ ଦୃଶ୍ୟମାନ ହେବ ନାହିଁ । ସୂର୍ଯ୍ୟ ପରାଗ ଅମାବାସ୍ୟା ତିଥିରେ ସଂଗଠିତ ହୋଇଥାଏ। ଏହି ପରାଗ ସମୟରେ ‘ପୃଥିବୀ ଓ ସୂର୍ଯ୍ୟ’ ମଝିରେ ଚନ୍ଦ୍ର ରହିଥାଏ ଓ ଚନ୍ଦ୍ରର ଛାଇ ପଡୁଥିବା ଅଞ୍ଚଳର ଲୋକମାନେ କିଛି ସମୟ ପାଇଁ ସୂର୍ଯ୍ୟକୁ ଦେଖିପାରନ୍ତି ନାହିଁ ।

- Advertisement -spot_img

More articles

- Advertisement -spot_img

Latest article

ପୁଅର ପ୍ରେମ ପାଇଁ ବାପାକୁ ହତ୍ୟା, ପୋଲିସର ତଦନ୍ତ ଜାରି

ଗଞ୍ଜାମ, (୨୨/୦୪) : ଆପ୍ର. : ପୁଅର ପ୍ରେମ ପାଇଁ ବାପାକୁ ନୃଶଂସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି । ଗଂଜାମ ଜିଲ୍ଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ କୁମୁଣ୍ଡା ଗାଁରେ ଘଟିଛି...

କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ

କାଶୀନଗର, (୨୨/୪) : ଆପ୍ର. : କାଶୀନଗର ବ୍ଲକ ରେ ମଦ ବିରୋଧୀ ଆନ୍ଦୋଳନ ମୁଣ୍ଡ ଟେକିଛି । ଗତ କାଲି ଅଲଡା ପଂଚାୟତ ରେ ବିଭିନ୍ନ ମହିଳା ସଂଘଠନ ଗୁଡିକ ତରଫରୁ ଅଲଡା...

ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି, ଶେଷ ହେବ ସାହିଯାତ

ପୁରୀ, (୨୨/୦୪) : ଆପ୍ର. : ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ରାମାଭିଷେକ ନୀତି । ଏହାସହ ଶ୍ରୀରାମ ନବମୀରୁ ଆରମ୍ଭ ହୋଇଥିବା ଶ୍ରୀକ୍ଷେତ୍ର ସାହିଯାତ ମଧ୍ୟ ଶେଷ ହେବ । ଆଜି ଶ୍ରୀମନ୍ଦିରରେ ମଧ୍ୟାହ୍ନ...

ରାଜଧାନୀରେ ବ୍ୟାପୁଛି ଝାଡ଼ାବାନ୍ତି, ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ୬ଜଣ ଆକ୍ରାନ୍ତ

ଭୁବନେଶ୍ୱର, (୨୨/୦୪) : ଆପ୍ର. : ଭୁବନେଶ୍ୱରରେ ଝାଡ଼ାବାନ୍ତି ଆତଙ୍କ। ନୀଳାଦ୍ରି ନିବାସ ପରେ ଖଣ୍ଡଗିରିରେ ବ୍ୟାପୁଛି ଝାଡ଼ାବାନ୍ତି। ଗାନ୍ଧି ଯୁକ୍ତ ୨ ବିଦ୍ୟାପୀଠରେ ଝାଡ଼ାବାନ୍ତିରେ ୬ ଛାତ୍ରଛାତ୍ରୀ ଆକ୍ରାନ୍ତ ହୋଇଛନ୍ତି । ବର୍ତ୍ତମାନ...

ପାଣିରେ ବୁଡି ଚାଲିଗଲା ନାବାଳକର ଜୀବନ

ବଲାଙ୍ଗିର, (୨୨/୦୪) : ଆପ୍ର. : ପାଣିରେ ବୁଡି ନାବାଳକ ପୁଅ ର ଚାଲିଗଲା ଜୀବନ । ଗାଧୋଇବା ପାଇଁ ଚାରି ଜଣ ସାଙ୍ଗ ଯାଇ ଥିବା ବେଳେ ଜଣେ ସାଙ୍ଗ ପାଣିରେ...