32.9 C
Balāngīr
Monday, April 28, 2025

ଆଜି ବିଶ୍ୱ ପଖାଳ ଦିବସ

Must read

ସମ୍ବଲପୁର, (୨୦/୦୩) : ଆ.ପ୍ର. : ଆଜି ପଖାଳ ଦିବସ । ଓଡ଼ିଆଙ୍କ ପରିଚୟ ପଖାଳ । ସେ ଗାଁ ହେଉ କି ସହର, ପଖାଳ ବାସ୍ନା ସବୁବେଳେ ନିଆରା ।

ଖରାଦିନ ଆସିଲେ ଖୋଜାପଡ଼େ ପଖାଳ କଂସା । ପଖାଳ ହେଉଛି ସଭିଙ୍କର ପ୍ରିୟ ଖାଦ୍ୟ । ଯେତେ ଯାହା ଖାଇଲେ ବି ପଖାଳ ମୁଠେ ପେଟରେ ପଡ଼ିଗଲେ ମନ ଓ ଦେହକୁ ଯେଉଁ ଶାନ୍ତି ମିଳେ, ତାହା ଅନ୍ୟ କେଉଁଥିରେ ମିଳେନାହିଁ । ଓଡ଼ିଆଙ୍କ ଆରାଧ୍ୟ ଦେବତା ମହାପ୍ରଭୁ ଜଗନ୍ନାଥ ମଧ୍ୟ ପଖାଳ ପ୍ରିୟ । ଏଣୁ ପଖାଳର ଚାହିଦାକୁ ଦୃଷ୍ଟିରେ ରଖି ମାର୍ଚ୍ଚ ୨୦ ତାରିଖକୁ ବିଶ୍ୱ ପଖାଳ ଦିବସ ରୂପେ ପାଳନ କରାଯାଉଛି । କଥାରେ ଅଛି, ‘ଝୁରି ହେଉଛି ଦିନକାଳ, ମନ ଖୋଜୁଛି ସେକାଳ ପଖାଳ’ । ଓଡ଼ିଆ ଜନଜୀବନ ସହ ପଖାଳର ସମ୍ପର୍କ ବହୁ ପୁରୁଣା । ସାରା ବିଶ୍ବରେ ଥିବା ଓଡିଆମାନେ ପାଳନ କରିବେ ଏହି ପଖାଳ ଦିବସ । ଏକଦା ଗରୀବଙ୍କ ସହଜ ଖାଦ୍ୟ ଭାବେ ପରିଚିତ ଓଡ଼ିଆଙ୍କ ପ୍ରିୟ ପଖାଳ ଏବେ ମାଟିପିଣ୍ଡାରୁ ଯାଇ ପଞ୍ଚତାରକା ହୋଟେଲର ଡାଇନିଂ ଟେବୁଲରେ ଶୋଭା ପାଇଲାଣି ।

ସାଧାରଣତଃ ଗୀଷ୍ମଋତୁ ବା ଖରାଦିନେ ହିଁ ଓଡ଼ିଶାର ପ୍ରତ୍ୟେକ ଘରେ ପଖାଳର ଆସର ଦେଖିବାକୁ ମିଳିଥାଏ । ପଖାଳ ସାଙ୍ଗକୁ ବଡିଚୁରା କି ଭଜା ଟିକିଏ ହେଲେ ପୂରା ପେଟ ଶାନ୍ତି । କି ନେତା, କି ମନ୍ତ୍ରୀ । ସାନ-ବଡ଼, ଧନୀ ଗରିବ । ସବୁ ଭେଦଭାବକୁ ଭେଦ କରି ସମସ୍ତଙ୍କୁ ଏକାକାର କରିଦେଇଛି ପଖାଳ କଂସା । କିଏ ବିଲ ହୁଡ଼ାରେ ବସି ପଖାଳ ଖାଏ, ତ ଆଉ କିଏ ତାରକା ହୋଟେଲରେ ପଖାଳ ଖାଏ । ଖଟିଖିଆର ଭାତହାଣ୍ଡିରୁ ମନ୍ଦିର ଏପରିକି ସୌଖିନ ହୋଟେଲର ମେନ୍ୟୁରେ ସ୍ଥାନ ପାଇଛି ପଖାଳ ।

ସହର ଚାକଚକ୍ୟ ଏବଂ ଦେଶୀ, ବିଦେଶୀ ଖାଦ୍ୟପେୟ ଭିତରେ ବି ଲୋକେ ପଖାଳ ଖୋଜୁଛନ୍ତି । ବିଶେଷକରି ୨୦୧୧ରେ ପଖାଳ ଦିବସ ପାଳନ ଆରମ୍ଭ ହେବାଠାରୁ ବର୍ତ୍ତମାନର ଯୁବପିଢିଙ୍କ ମଧ୍ୟରେ ପଖାଳର କ୍ରେଜ୍‌ ବେଶ୍‌ ଅଧିକ ଦେଖିବାକୁ ମିଳୁଛି । କଥା ହେଲା, କେବଳ ଓଡ଼ିଶାରେ ରହୁଥିବା ଓଡ଼ିଆ ନୁହଁନ୍ତି ବରଂ ରାଜ୍ୟ ତଥା ଦେଶ ବାହାରେ ରହୁଥିବା ପ୍ରତ୍ୟେକ ଓଡ଼ିଆ ଏହି ଦିନ ପଖାଳ ଖାଇବାକୁ କେବେ ଭୁଲନ୍ତି ନାହିଁ । ସୋସିଆଲ ମିଡିଆରେ ବି ଟ୍ରେଣ୍ଡ କରୁଛି ପଖାଳ ଦିବସ । ସେଲିବ୍ରିଟିଙ୍କଠୁ ଆରମ୍ଭ କରି ରାଜନେତା ଆଜି ଖାଉଛନ୍ତି ପଖାଳ । ପରେ ପରେ ସୋସିଆଲ ମିଡିଆରେ ପୋଷ୍ଟ କରୁଛନ୍ତି ଫଟୋ ।

ପଖାଳ ଶବ୍ଦ ପାଲି ଭାଷା ‘ପଖାଳିବା’ରୁ ଆସିଛି । ଯାହାର ଅର୍ଥ ଧୋଇବା । ଗରମ ଭାତ ଥଣ୍ଡା ହେବା ପରେ ତାକୁ ଧୋଇ ସେଥିରେ ପାଣି ମିଶାଇ ତିଆରି କରାଯାଉଥିବାରୁ ଏହାର ଏପରି ନାମକରଣ ହୋଇଛି । ବିଭିନ୍ନ ରାଜ୍ୟରେ ପଖାଳକୁ ଭିନ୍ନ ଭିନ୍ନ ନାମରେ ସମ୍ଭୋଧନ କରାଯାଇଥାଏ । ଆସାମରେ ଏହାକୁ ପୋଇତାଭାତ, ଛତିଶଗଡରେ ପଖାଳ ବା ବୋରେ ଭାତ,ପଶ୍ଚିମବଙ୍ଗରେ ପାନ୍ତା ଭାତ, ତାମିଲନାଡୁରେ ବଖାଳବାତ କୁହାଯାଇଥାଏ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...