32.9 C
Balāngīr
Saturday, July 12, 2025

ଆଜି ଭୁବନେଶ୍ୱରରେ ହାପ୍‌ ଡେ’ ଅଫିସ୍, ମୋଦିଙ୍କ ଗସ୍ତ ନେଇ ଏପରି ନିଷ୍ପତ୍ତି

Must read

ଭୁବନେଶ୍ୱର, (୨୦/୦୬) : ଆପ୍ର. : ଆଜି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ମୋଦି । ମୋହନ ସରକାରଙ୍କ ବର୍ଷ ପୂର୍ତ୍ତି ଉତ୍ସବରେ ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

ଜନତା ମଇଦାନରେ ଆୟୋଜିତ ମେଗା ସୋ’ରେ ଓଡ଼ିଶାକୁ ମୋଦି ଭେଟିଦେବେ ୧୯ ହଜାର କୋଟିର ପ୍ରକଳ୍ପ । ଉପସ୍ଥିତ ଜନତାଙ୍କୁ କରିବେ ସମ୍ବୋଧନ । ଏ ଗସ୍ତ ବେଳେ ପ୍ରଧାନମନ୍ତ୍ରୀ ତ୍ରିରଙ୍ଗା ଯାତ୍ରାରେ ସାମିଲ ହେବେ । ରାଜ୍ୟ ସ୍ତରୀୟ ସମାବେଶ ହେବାକୁ ଥିବାରୁ ବିପୁଳ ଜନ ସମାଗମ ହେବାର ସମ୍ଭାବନା ଅଛି। ପ୍ରାୟ ୨ ଲକ୍ଷ ଲୋକ ଏଥିରେ ଯୋଗ ଦେବାର ଆଶା କରାଯାଉଛି ।

ଏ ନେଇ ପ୍ରଧାନମନ୍ତ୍ରୀଙ୍କ ଗସ୍ତ ଦୃଷ୍ଟିରୁ ଟ୍ରାଫିକ୍ ସମସ୍ୟା ଉପୁଜିବା ଆଶଙ୍କା କରି ଭୁବନେଶ୍ବରରେ ଆଜି ହାଫ୍ ଡେ’ ଡ୍ୟୁଟି ଘୋଷଣା କରାଯାଇଛି । ଆଜି ଦ୍ବିତୀୟାର୍ଦ୍ଧରେ ଭୁବନେଶ୍ବରରେ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ଭୁବନେଶ୍ବର ମହାନଗର ନିଗମ ଅନ୍ତର୍ଗତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିବ । ରାଜସ୍ବ ଓ ମାଜିଷ୍ଟେରିଆଲ କୋର୍ଟ ମଧ୍ୟ ଛୁଟି ରହିବ ବୋଲି ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ରାଜ୍ୟରେ ବିଜେପି ସରକାର ଗଠନ ହେବା ପରେ ମୋଦିଙ୍କର ଏହା ଷଷ୍ଠ ଓଡ଼ିଶା ଗସ୍ତ । ମୋଦିଙ୍କ ଗସ୍ତ ପାଇଁ କଡ଼ାକଡ଼ି ହୋଇଛି ସୁରକ୍ଷା ବ୍ୟବସ୍ଥା । ସୁରକ୍ଷା ଛାଉଣୀରେ ପରିଣତ ହୋଇଛି ଜନତା ମୈଦାନ । ତ୍ରିରଙ୍ଗା ଯାତ୍ରା ଓ ରୋଡ ସୋ ପାଇଁ କଡ଼ା ସୁରକ୍ଷା ବନ୍ଦୋବସ୍ତ ହୋଇଛି । ସୁରକ୍ଷାରେ ନିୟୋଜିତ ହୋଇଛନ୍ତି ୧୩୩ ପ୍ଲାଟୁନ ଫୋର୍ସ । କେବଳ ୨୫ ପ୍ଲାଟୁନ ଫୋର୍ସ ରୁଟ ଲାଇନରେ ମୁତୟନ ହେବେ । ୫୦୦ରୁ ଅଧିକ ଅଫିସର ମୁତୟନ ଅଛନ୍ତି । ସେଣ୍ଟ୍ରାଲ ଆର୍ମଡ ପୋଲିସ ଫୋର୍ସ ଏବଂ ସ୍ଵତନ୍ତ୍ର ଏଜେନ୍ସୀ ବି ସୁରକ୍ଷା ଦାୟିତ୍ୱରେ ଅଛନ୍ତି । ରୁଫ ଟପ ସୁରକ୍ଷା ବ୍ୟବସ୍ଥା ସହ ସାଧା ପୋଷାକରେ ପୋଲିସ ଅଫିସର ରହିବେ । ଏୟାର ପୋର୍ଟରୁ ଜନତା ମଇଦାନ ପର୍ଯ୍ୟନ୍ତ ଟ୍ରାଫିକ ବ୍ୟବସ୍ଥା, ଭିଡ଼ ନିୟନ୍ତ୍ରଣ ଏବଂ ପରିଚାଳନା, ଆତଙ୍କବାଦ କାର୍ଯ୍ୟକଳାପକୁ ଦମନ କରିବା ପାଇଁ ବ୍ୟାପକ ବ୍ୟବସ୍ଥା ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ତିନି ଲକ୍ଷ ୫୫ ହଜାର ଟଙ୍କା ର ଚୋରା ଗଞ୍ଜେଇ ଜବତ, ତିନି ଅଭିଯୁକ୍ତ ଗିରଫ

ବଲାଙ୍ଗୀର/ଟିଟିଲାଗଡ଼, (୧୦/୦୭) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ଼ ରେଳ ଷ୍ଟେସନ ରୁ ତିନି ଗଞ୍ଜେଇ ଚୋରା ଚାଲାଣ କରୁଥିବା ଯୁବକ ଶହ ତିରିଶ କେଜି ୫୦୦ ଗ୍ରାମ ଗଞ୍ଜେଇ...

ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ: ସଂକ୍ରମିତ ସ୍ଥାନରୁ ୧୦ କି.ମି ମଧ୍ୟରେ କୁକୁଡ଼ା ଦୋକାନ ବନ୍ଦ

ପିପିଲି, (୧୨/୦୭) : ଆପ୍ର. : ରାଜ୍ୟରେ ବଢ଼ିଲାଣି ବାର୍ଡ ଫ୍ଲୁ ଭୟ । ଡେଲାଙ୍ଗରେ ସ୍ପଷ୍ଟ ହେଲା ବାର୍ଡ ଫ୍ଲୁ। ନମୁନା ପରୀକ୍ଷାରୁ ଆସିଲା ପଜିଟିଭ୍ ରିପୋର୍ଟ । ନH5N1 ଆଭିଏନ୍‌...

ଭୁବନେଶ୍ୱରରେ ପହଞ୍ଚିଲେ ରାହୁଲ ଗାନ୍ଧୀ: ସମ୍ୱିଧାନ ବଞ୍ଚାଅ ସମାବେଶରେ ହେବେ ସାମିଲ

ଭୁବନେଶ୍ୱର, (୧୨/୦୭) :ଆପ୍ର. : ଓଡ଼ିଶାରେ ରାହୁଲ । ଭୁବନେଶ୍ବରରେ ପହଞ୍ଚିଲେ ରାହୁଲ ଗାନ୍ଧୀ । ଦିଲ୍ଲୀରୁ ବିମାନରେ ଆସି ପହଞ୍ଚିବା ପରେ ତାଙ୍କୁ ବିମାନବନ୍ଦରରେ କଂଗ୍ରେସ ନେତାମାନେ ଭବ୍ୟ ସ୍ବାଗତ କରିଛନ୍ତି...

ସଡ଼କ ଦୁର୍ଘଟଣାରେ ବାଇକ ଚାଳକ ମୃତ

ସୋନପୁର, (୧୨/୦୭) : ଆପ୍ର. : ଅଜଣା ଗାଡ଼ିରେ ବାଇକ ପିଟି ହୋଇ ଚାଲିଗଲା ବାଇକ ଚାଳକଙ୍କ ଜୀବନ । ଘଟଣା ଘଟିଛି ସୋନପୁର - ବଲାଙ୍ଗିର ସୀମାନ୍ତ ବିଲେଇସର୍ଡ଼ା ଗ୍ରାମ ନିକଟରେ...

ଘଞ୍ଚ ଜଙ୍ଗଲରୁ ମିଳିଲା ମୃତଦେହ, ପରିଚୟ ଅସ୍ପଷ୍ଟ

ଭଞ୍ଜନଗର, (୧୨/୦୭) : ଆପ୍ର. : ଘଞ୍ଚ ଜଙ୍ଗଲରେ ପୋତା ଯାଇଥିଲା ମୃତଦେହ । ମୃତଦେହ ନିକଟରେ ଲାଗିଛି ଧୂପକାଠି । ପାଖରେ ପଡ଼ିଛି କିଛି ଖଇ, ଚାଉଳ ଏବଂ ଖୁଚୁରା ପଇସା...