32.9 C
Balāngīr
Tuesday, May 13, 2025

ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା, ଏକାସାଙ୍ଗରେ ଆସିବ ଦୁଇଟି କିସ୍ତି

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ୱର, (୨୪/୦୪) : ଆପ୍ର. : ଆଜି ମିଳିବ ‘ସୁଭଦ୍ରା’ର ଷଷ୍ଠ ପର୍ଯ୍ୟାୟ ଟଙ୍କା । ପଞ୍ଚାୟତିରାଜ ଦିବସରେ ପୁରୀଠାରେ ସୁଭଦ୍ରା ଟଙ୍କା ଦେବେ ସରକାର ।

ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ାଙ୍କ ଏହି ଘୋଷଣା କରିଛନ୍ତି । ୧ ଲକ୍ଷ ୭୦ ହଜାର ମହିଳା ପାଇବେ ସୁଭଦ୍ରା ଟଙ୍କା । ଏକାସାଙ୍ଗରେ ଦୁଇଟି କିସ୍ତିର ଟଙ୍କା ମିଳିବ । ପୁରୀଠାରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଦ୍ବାରା ଏହି ଟଙ୍କା ପ୍ରଦାନ କରାଯିବ । ପଞ୍ଚାୟତିରାଜ ଦିବସରେ ୧ ଲକ୍ଷ ୭୦ ହଜାର ହିତାଧିକାରୀଙ୍କ ଆକାଉଣ୍ଟକୁ ଦୁଇଟି କିସ୍ତିର ଟଙ୍କା ଆସିବ । ସେମାନେ ଏକ ସମୟରେ ୧୦ ହଜାର ଟଙ୍କା ପାଇବେ ।

ଆଜିର ବଣ୍ଟନରେ ପ୍ରାୟ ୨ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଯୋଜନାର ଆର୍ଥିକ ସହାୟତା ପ୍ରଦାନ କରାଯିବ, ଯାହା ମହିଳାମାନଙ୍କ ଆର୍ଥିକ ସ୍ଥିତିକୁ ସୁଦୃଢ଼ କରିବା ସହ ସେମାନଙ୍କୁ ଛୋଟ ବ୍ୟବସାୟ କିମ୍ବା ଆତ୍ମନିର୍ଭରଶୀଳ କାର୍ଯ୍ୟକଳାପ ଆରମ୍ଭ କରିବାରେ ସହାୟକ ହେବ। ଏହି ପର୍ଯ୍ୟାୟରେ ଯେଉଁ ମହିଳାମାନେ ମାର୍ଚ୍ଚ ୩୧ ସୁଦ୍ଧା ଆବେଦନ କରିଛନ୍ତି ଏବଂ ଯୋଗ୍ୟ ବିବେଚିତ ହୋଇଛନ୍ତି, ସେମାନେ ଏହି ସହାୟତା ପାଇବେ। ପ୍ରତ୍ୟେକ ହିତାଧିକାରୀଙ୍କୁ ସୁଭଦ୍ରା କାର୍ଡ (ATM-cum-debit card) ମଧ୍ୟ ପ୍ରଦାନ କରାଯାଉଛି, ଯାହା ସେମାନଙ୍କ ଆର୍ଥିକ କାରବାରକୁ ସହଜ କରିବ।

ସୂଚନାଯୋଗ୍ୟ, ସୁଭଦ୍ରା ଯୋଜନାରେ ୧ କୋଟି ୬୫ ହଜାର ୮୭୭ ମହିଳା ପ୍ରଥମ କିସ୍ତି ପାଇଛନ୍ତି। ସେହିଭଳି ଦ୍ଵିତୀୟ କିସ୍ତି ପାଇଛନ୍ତି ୯୮ ଲକ୍ଷ ୮୨ ହଜାର ୯୨ ଜଣ ମହିଳା। ପ୍ରଥମ କିସ୍ତିରେ ସରକାର ୫ ହଜାର ୩୨ କୋଟି ୯୩ ଲକ୍ଷ ୮୫ ହଜାର ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ପଠାଇଛନ୍ତି। ଦ୍ଵିତୀୟ କିସ୍ତିରେ ୪ ହଜାର ୯୪୧ କୋଟି ୪ ଲକ୍ଷ ୬୦ ହଜାର ଟଙ୍କା ପଠାଯାଇଛି।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...