ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁୁବନେଶ୍ୱର, (୦୮/୦୩) : ଆଜି ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ରାଜ୍ୟ ସରକାରଙ୍କ ବହୁ ପ୍ରତୀକ୍ଷିତ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ମିଳିବ ।
ବ୍ରହ୍ମପୁରରେ ଆୟୋଜିତ ହେଉଥିବା ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ୱିତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । ପ୍ରାୟ ଏକ କୋଟି ହିତାଧିକାରୀଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଆସିବ । ଏଥିପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୫ ହଜାର କୋଟି ଟଙ୍କା ଖର୍ଚ୍ଚ ହେବ । ଏହା ପୂର୍ବରୁ ମାର୍ଚ୍ଚ ୬ରେ ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ମିଳିଥିଲା ।
ସୂଚନା ଅନୁସାରେ, ସୁଭଦ୍ରାର ଦ୍ୱିତୀୟ କିସ୍ତି ପାଇଁ ବ୍ରହ୍ମପୁରର ଏକ ସ୍ୱତନ୍ତ୍ର କାର୍ୟ୍ୟକ୍ରମରେ ଏକାଥରେ ୫ ହଜାର କୋଟି ପ୍ରଦାନ କରିବେ ସରକାର । ମହିଳାଙ୍କୁ ସଶକ୍ତ କରାଇବା ପାଇଁ ଉପମୁଖ୍ୟମନ୍ତ୍ରୀ ବଡ ଘୋଷଣା କରିଥିଲେ । ସୁଭଦ୍ରା ଯୋଜନା ମାଧ୍ୟମରେ ଓଡ଼ିଶାର ମହିଳାମାନେ ସ୍ୱାବଲମ୍ବୀ ହୋଇପାରିବେ। ପ୍ରତିଟି ଗାଁରେ ୫ଟି ଲକ୍ଷପତି ଦିଦି କରାଇବୁ ଏହାସହିତ ସଶକ୍ତ ଓଡିଶା ଗଠନ ପାଇଁ ବହୁ ଲକ୍ଷପତି ଦିଦି ଆବଶ୍ୟକ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରକାଶ କରିଥିଲେ ।