32.9 C
Balāngīr
Wednesday, April 30, 2025

ଆଜି ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁୁବନେଶ୍ୱର, (୦୮/୦୨) : ଆଜି ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଖାତାକୁ ଯିବ ।

ଆଜି ମିଳିବ ସୁଭଦ୍ରା ଯୋଜନାର ଚତୁର୍ଥ ପର୍ଯ୍ୟାୟ ଟଙ୍କା । ଯାଜପୁରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୮ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ପାଇଁ ସୁଭଦ୍ରା ଟଙ୍କା ଜାରି କରାଯିବ । ଏହାକୁ ମିଶାଇ ରାଜ୍ୟର ପ୍ରାୟ ସୁଭଦ୍ରା ଯୋଜନାରେ ଏକ କୋଟିରୁ ଅଧିକ ହିତାଧିକାରୀ ଲାଭବାନ ହେବେ । ଏ ନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ଉପମୁଖ୍ୟମନ୍ତ୍ରୀ ପୂର୍ବରୁ କହିଥିଲେ ଯେ, ହିତାଧିକାରୀ ଫେବୃଆରୀ ୩ ଓ ୪ ତାରିଖରେ ବ୍ୟାଙ୍କରେ ଏନପିସିଆଇ ଚେକ୍ କରି ପାରିବେ । ଛୋଟ ଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ । ଚତୁର୍ଥ ପର‌୍ୟ୍ୟାୟରେ ଏକ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା । ଫେବୃଆରୀରେ ଯଦି ଚତୁର୍ଥ ପର୍ଯ୍ୟୟ କିସ୍ତିରୁ ବଞ୍ଚିତ ହୁଅନ୍ତି ତେବେ ଯାଞ୍ଚ କରିବା ପାଇଁ ମାସେ ସମୟ ରହିଛି । ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚ କରି ତଥ୍ୟ ଦାଖଲ କଲେ ଟଙ୍କା ପାଇ ପାରିବେ ।

ସୂଚନାଯୋଗ୍ୟ, ଏହା ପୂର୍ବରୁ ଡିସେମ୍ବର ୨୫ରେ ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର‌୍ୟ୍ୟାୟ ଟଙ୍କା ମିଳିବ ବୋଲି ଘୋଷଣା କରାଯାଇଥିଲା । ତେବେ ହିତାଧିକାରୀଙ୍କ ବ୍ୟାଙ୍କ ସଂପର୍କିତ ସମସ୍ୟା ରହିବା ଏବଂ ଯୋଗ୍ୟ ହିତାଧିକାରୀ ଚିହ୍ନଟ ପ୍ରକ୍ରିୟା ପାଇଁ ଏହି ତାରିଖକୁ ଘୁଞ୍ଚାଇ ଦିଆଯାଇଥିଲା । ଏହା ପୂର୍ବରୁ ନଭେମ୍ବର ୨୪ ତାରିଖରେ ସୁଭଦ୍ରା ଯୋଜନାର ତୃତୀୟ ପର୍ଯ୍ୟୟ ଟଙ୍କା ମିଳିଥିଲା । ସୁନ୍ଦରଗଡରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୨୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ପାଇଁ ସୁଭଦ୍ରା ଟଙ୍କା ଜାରି କରିଥିଲେ । ଏହି ଅବସରରେ ଆୟୋଜିତ କାର୍ଯ୍ୟକ୍ରମରେ ୧୦ ଜଣ ମହିଳାଙ୍କୁ ଡମି ଚେକ୍ ପ୍ରଦାନ କରିଥିଲେ । ସେହିପରି ଆସନ୍ତା ମାର୍ଚ୍ଚରେ ସୁଭଦ୍ରା ଯୋଜନାର ଦ୍ୱିତୀୟ କିସ୍ତି ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଯିବ । ଫେବୃଆରୀ ୮ ତାରିଖ ସୁଦ୍ଧା ଓଡିଶାର ଏକ କୋଟିରୁ ଅଧିକ ଯୋଗ୍ୟ ମହିଳାଙ୍କୁ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ଟଙ୍କା ମିଳିଯିବ ।

 

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...