32.9 C
Balāngīr
Sunday, July 20, 2025

ଆଜି ରଜ ସଂକ୍ରାନ୍ତି: ପିଠା ଓ ରଜ ପାନ ଖାଇ ଦୋଳିର ମଜା ନେଉଛନ୍ତି ସମସ୍ତେ

Must read

ଭୁବନେଶ୍ୱର, (୧୫/୦୬) : ଆପ୍ର. : ରଜ ପର୍ବ ପାଇଁ ଉତ୍ସବମୁଖର ଗାଁଠୁ ସହର । ଆଜି ରଜ ସଂକ୍ରାନ୍ତି । କୁନି କୁନି ପିଲାଙ୍କଠାରୁ ଆରମ୍ଭ କରି କୁଆଁରୀମାନେ ସକାଳୁ ସକାଳୁ ନୂଆ ପୋଷାକ ପିନ୍ଧି, ପାଦରେ ଅଳତା, ହାତରେ ମେହେନ୍ଦୀ, ମୁଣ୍ଡରେ କୁଙ୍କୁମ ଲଗାଇ ସଜବାଜ ହୋଇଛନ୍ତି ।

ପିଠା ଓ ରଜ ପାନ ଖାଇ ଗାଁ ବୁଲିବା ସହ ଦୋଳି ଖେଳିବାରେ ଲାଗିଛନ୍ତି । ଘରେ ଘରେ ପିଠାପଣାର ମହକ । ୩ଦିନ ଧରି ପାଳିତ ହୋଇଥାଏ ଏହି ରଜ ପର୍ବ । ତେବେ ପୋଡପିଠା, ଚକୁଳି, ଇଡଲି, ଛୁଞ୍ଚିପତ୍ର, ଆରାସିି, କାକରା ଭଳିକି ଭଳି ପିଠାପଣା ପ୍ରସ୍ତୁତ ହୋଇ ରହିଛି ସଭିଙ୍କ ଘରେ । ଜମିଛି ତାସ୍‌, ଲୁଡୁ ଏବଂ ଚେସ୍‌ ଖେଳର ଆସର। ପ୍ରସ୍ତୁତ ହୋଇ ରହିଛି ରଜ ପାନ । ଘରେ ଘରେ ଜମିଛି ବନ୍ଧୁବାନ୍ଧବଙ୍କ ଭିଡ଼ । ରଜ ଓଡ଼ିଶାର ଏକ ପାରମ୍ପରିକ କୃଷି ଭିତ୍ତିକ ପର୍ବ । ଏହା ଚାଷର ଆରମ୍ଭକୁ ସୂଚାଇଥାଏ ।

ରଜ ଶବ୍ଦର ଆକ୍ଷରିକ ଅର୍ଥ ରଜବତୀ ହେବା, ଯାହା ପୃଥିବୀକୁ ମାତା ଭାବରେ ବିବେଚନା କରି ବର୍ଷାର ଆଗମନରେ ସେ ରଜସ୍ୱଳା ହେବାର ଓ ନୂଆ ଶସ୍ୟ ଜନ୍ମ ହେବାର ସାଙ୍କେତିକ ଭାବ ବହନ କରିଥାଏ । ଏହି ଦିନରେ ଚାଷୀମାନେ ବସୁମତୀ ତଥା ହଳଲଙ୍ଗଳ ପୂଜନ କରିବା ସହ ଚାଷ କାମରୁ ତିନି ଦିନ ପାଇଁ ବିରତି ନେଇଥାନ୍ତି ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...