32.9 C
Balāngīr
Tuesday, July 15, 2025

ଆଜି ରାସନ କାର୍ଡ E- KYCର ଶେଷ ଦିନ : ଆଜି ପରେ ରାସନ କାର୍ଡରୁ ଉପଭୋକ୍ତାଙ୍କ ନାଁ କଟିଯିବ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୧୫/୦୨) : ଆଜି ରାସନ କାର୍ଡ E- KYC ପାଇଁ ପୁରୁଛି କଣ୍ଟ। ସରକାରଙ୍କ ପକ୍ଷରୁ ଘୋଷଣା କରାଯାଇଥିବା ଡେଡଲାଇନର ଆଜି ଶେଷ ଦିନ ।

ଆଜି ଯେଉଁମାନେ E- KYC ନକରିବେ ତାଙ୍କୁ ସରେଣ୍ଡର କରାଗଲା ବୋଲି ସରକାର ପକ୍ଷରୁ ଧରି ନିଆଯିବ। ଆବେଦନ କରି ନଥିଲେ ଆଉ ସୁଯୋଗ ମିଳିବନି । ସେହି ସ୍ଥାନରେ ନୂଆ ଲୋକଙ୍କୁ ଯୋଗ କରାଯିବ । ସୂଚନା ଯୋଗ୍ୟ ଏପର୍ଯ୍ୟନ୍ତ ୩୭ ଲକ୍ଷ ଲୋକ E- KYC କରିନାହାନ୍ତି । ଗତ ଜୁନ ମାସରୁ ହୋଇଥିଲା ଏହି ପ୍ରକ୍ରିୟା । ଆଜି ପରେ E-KYC କରିନଥିଲେ ରାସନ କାର୍ଡରୁ ଉପଭୋକ୍ତାଙ୍କ ନାଁ କଟିଯିବ । ସରକାରଙ୍କଠାରୁ ମିଳୁଥିବା ମାଗଣା ଚାଉଳ ଏବଂ ଗହମ ଆଉ ପାଇବାକୁ ସକ୍ଷମ ହେବେ ନାହିଁ । ସରକାରଙ୍କ ପରାମର୍ଶକୁ ଅଣଦେଖା କଲେ ଆଗାମୀ ଦିନରେ ଚିହ୍ନଟ ହୋଇଥିବା ହିତାଧିକାରୀଙ୍କ ରାସନ କାର୍ଡ କାଟିଦିଆଯିବ ।

ଏନେଇ ସରକାରୀ ଅଫିସରଙ୍କୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ସରେଣ୍ଡର ପିରିୟଡ ଶେଷ ହେବା ପରେ ଯଦି ସରେଣ୍ଡର ନକରନ୍ତି ତେବେ ସେମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ମନ୍ତ୍ରୀ କହିଛନ୍ତି । ବହୁତ ସରକାରୀ ଅଧିକାରୀ ସରେଣ୍ଡର କରିସାରିଛନ୍ତି ବୋଲି ମନ୍ତ୍ରୀ କହିଛନ୍ତି । ତେବେ ଯେଉଁମାନେ ନକରିବେ, ତାକୁ ସରେଣ୍ଡର କରାଗଲା ବୋଲି ଧରି ନିଆଯିବ ।

- Advertisement -spot_img

More articles

- Advertisement -spot_img

Latest article

ତେଜୁଛି ସୌମ୍ୟାଶ୍ରୀ ମୃତ୍ୟୁ ଘଟଣା, ୧୭ରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ

ଭୁବନେଶ୍ୱର, (୧୫/୦୭) : ଆପ୍ର. : ଆସନ୍ତା ୧୭ ତାରିଖରେ ଓଡ଼ିଶା ବନ୍ଦ ଡାକରା ଦେଲା କଂଗ୍ରେସ ଓ ବାମପନ୍ଥୀ ଦଳ । କଂଗ୍ରେସ, ବାମଦଳ ସମେତ ୭ ରାଜନୈତିକ ଦଳର ଓଡ଼ିଶା...

ପରକୀୟା ପ୍ରୀତି କୁ ସ୍ତ୍ରୀ ବିରୋଧ କରିବାରୁ ସ୍ୱାମୀ ଙ୍କ ଆତ୍ମହତ୍ୟା

ବାଲିଗୁଡା, (୧୫/୭) : ଆପ୍ର. : ସ୍ୱାମୀ ର ଅନ୍ୟ ଏକ ଯୁବତୀ ଙ୍କ ସହ ପ୍ରେମ ବ୍ୟାପାର କୁ ନେଇ ପ୍ରଥମ ସ୍ତ୍ରୀ ର ବିରୋଧ ପରେ ସ୍ୱାମୀ ଓ ତାଙ୍କ...

ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍

ବାଲିଗୁଡା, (୧୫/୭) : ଆପ୍ର. : ବାଲିଗୁଡା ବନଖଣ୍ଡ ରେ ବୃକ୍ଷ ରୋପଣ ବୁଲି ଦେଖିଲେ ପିସିସିଏଫ୍ l ବାଲିଗୁଡା ବନ ଖଣ୍ଡ ରେ ବନ ମହୋତ୍ସବ ସପ୍ତାହ ପାଳନ ପରେ ଆଜି ବାଲିଗୁଡ଼ା...

ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ

ମୁରିବାହାଲ, (୧୫/୭) : ଆପ୍ର. : ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟରେ ଶୋକସଭା ନାରୀ ନିର୍ଯାତନା କମିଟି ଗଠନ । ବଲାଙ୍ଗିର ଜିଲ୍ଲା ମୁରିବାହାଲ ବ୍ଲକ ସଦର ମହକୁମା ପଞ୍ଚାୟତ ସମିତି ଡିଗ୍ରୀ ମହାବିଦ୍ୟାଳୟ...

ଉଚ୍ଚଶିକ୍ଷା ବିଭାଗକୁ ବଡ଼ ନିର୍ଦ୍ଦେଶ ଦେଲେ ସରକାର: ୨୪ ଘଣ୍ଟା ମଧ୍ୟରେ

ବାଲେଶ୍ୱର, (୧୫/୦୭) : ଆପ୍ର. : ବାଲେଶ୍ୱର ସ୍ଥିତ ଫକୀର ମୋହନ ସ୍ବୟଂଶାସିତ ମହାବିଦ୍ୟାଳୟ ଛାତ୍ରୀ ଆତ୍ମହତ୍ୟା ଘଟଣା ସାରା ଦେଶକୁ ସ୍ତବ୍ଧ କରିଦେଇଛି । ଏହି ଘଟଣାରେ ବରୋଧୀ ବିଜେଡି ଏବଂ କଂଗ୍ରେସ...