32.9 C
Balāngīr
Saturday, April 26, 2025

ଆଞ୍ଚଳିକ ଧନୁଯାତ୍ରା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ ଓ କୃଷ୍ଣ ବଳରାମ ବରଣ

Must read

sudhir
sudhirhttps://www.odishanews24.in
Editor led his team through the digital news revolution, always prioritizing integrity & accuracy. his legacy endures, an emblem of journalistic dedication.

ରିପୋର୍ଟ : ଧୃବରାଜ ମିଶ୍ର
ସୁବର୍ଣ୍ଣପୁର , (୦୫/୧୨) : ସୁବର୍ଣ୍ଣପୁର ଜିଲ୍ଲା ବିନିକା ବ୍ଳକ ଅନ୍ତର୍ଗତ କମିରା ଗାଁ ରେ ଆସନ୍ତା ୨୦ ତାରିଖରୁ ୨୬ ତାରିଖ ପର୍ଯ୍ୟନ୍ତ ହେବାକୁ ଥିବା ଦ୍ଵୀତୀୟ ବର୍ଷ ଆଞ୍ଚଳିକ ଧନୁଯାତ୍ରା ପାଇଁ ଶୁଭ ସ୍ତମ୍ଭ ସ୍ଥାପନ ଓ କୃଷ୍ଣ ବଳରାମ ବରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।

ଗାଁ ରେ ରାଧାକୃଷ୍ଣ ମନ୍ଦିରରେ ପୂଜାର୍ଚ୍ଚନା ପରେ ଧନୁଯାତ୍ରା ପଡ଼ିଆ କୁ ଯାଇ ଶୁଭସ୍ତମ୍ଭ ସ୍ଥାପନ କରାଯାଇଥିଲା।ପରେ କୃଷ୍ଣ ଭୂମିକାରେ ଅଭିନୟ ପାଇଁ ସାଇ ସାସ୍ବତ ମିଶ୍ର ଓ ବଳରାମ ଭୂମିକା ପାଇଁ ବିମଳ ବାବୁଙ୍କୁ ବରଣ କରାଯାଇଥିଲା। ଧନୁଯାତ୍ରା କମିଟି ସଭାପତି ଅଶୋକ ନନ୍ଦ ଙ୍କ ଅଧ୍ୟକ୍ଷତାରେ କାର୍ଯ୍ୟକାରୀ ସଭାପତି ସଂଜୀବ ତ୍ରିପାଠୀ, ସମ୍ପାଦକ ପଞ୍ଚାନନ ଦଣ୍ଡସେନା, କୋଷାଧ୍ୟକ୍ଷ ଦୀପ୍ତି ରଞ୍ଜନ ମିଶ୍ର, ଦୟାନିଧି ପାତ୍ର, ଉମେଶ ମାହାକୁର,ହାରାଧନ ମାହାର,ଗୋଲକ ସାହୁ, ଗୋପବନ୍ଧୁ ମିଶ୍ର, ସନ୍ତୋଷ ସାହୁ, ହରିଶ୍ଚନ୍ଦ୍ର ମିଶ୍ର ଓ ବିନୋଦ ଭୋଇ ଙ୍କ ସହ ଗ୍ରାମବାସୀ ଉପସ୍ଥିତ ଥିଲେ। ଏଥିରେ ବାସୁଦେବ ହୋତା ପୂଜକ ଦାୟିତ୍ଵ ତୁଲାଇଥିଲେ।

- Advertisement -spot_img

More articles

- Advertisement -spot_img

Latest article

ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ, ଦୁଇ ଉଦ୍ଧାର

କଟକ, (୨୫/୦୪) : ଆପ୍ର. : ଯୋବ୍ରା ନିକଟରେ ମହାନଦୀରେ ବୁଡିଗଲେ ୩ ଜଣ । ସ୍ଥାନୀୟ ଲୋକଙ୍କ ଦ୍ୱାରା ଜଣେ ସୁରକ୍ଷିତ ଭାବେ ଉଦ୍ଧାର ହୋଇଛନ୍ତି । ଗାଧୋଉଥିବା ବେଳେ ଘଟିଛି...

ବାହ୍ୟ ରାଜ୍ୟ କୁ ଗଞ୍ଜେଇ ଚୋରା ଚାଲାଣ ବେଳେ ଦୁଇ ବ୍ୟବସାୟୀ ଗିରଫ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଟିଟିଲାଗଡ ରେଳ ଷ୍ଟେସନ ରୁ କ୍ରମାଗତ ଭାବେ ଗଞ୍ଜେଇ ଚୋରା ଚାଲାଣ ଚାଲିଥିବା ବେଳେ ମଝିରେ ମଝିରେ ଅନେକ ଗଞ୍ଜେଇ ମାଫିଆ ଙ୍କୁ କାବୁ କରାଯାଉଛି...

ଜଳିଗଲା ବୁଲେଟ ଗାଡ଼ି, ଦୁଇ ଯୁବକ ଗୁରୁତର

ବଲାଙ୍ଗୀର, (୨୫/୦୪) : ଆପ୍ର. : ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ବେଲପଡ଼ା ସହର ନିବାସୀ ସୁମନ୍ତ ବଛା ଓ ଅଜିତ ନାଗ ନାମକ ଦୁଇ ଯୁବକ ବୁଲେଟ ଯୋଗେ ଟିଟିଲାଗଡ ଦେଇ ଖୋଲାନ...

ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ

ବଲାଙ୍ଗୀର/ଟିଟିଲାଗଡ, (୨୪/୦୪) : ଆପ୍ର. : ଖବର ପ୍ରସାରଣ ପରେ ବିଭାଗୀୟ ଅଧିକାରୀ ଙ୍କୁ ତୁରନ୍ତ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ । ବଲାଙ୍ଗୀର ଜିଲ୍ଲା ଅନ୍ତର୍ଗତ ଟିଟିଲାଗଡ ପୌର ପରିଷଦ ଅଧିକାରୀ ତଥା ପଦାଧିକାରୀ...

ସାନନ୍ଦ ମେହେରକୁ ଗିରଫ ଓ ପ୍ରକାଶ ଲୁହାଙ୍କୁ ନ୍ୟାୟ ଦାବିରେ ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା

ସୁବର୍ଣ୍ଣପୁର, (୨୪/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ଥାନା ଘେରିଲେ ହଜାର ହଜାର ପୁରୁଷ ମହିଳା । ପ୍ରାପ୍ତ ସୂଚନା ଅନୁସାରେ କିଛିଦିନ ପୂର୍ବରୁ ବୀରମହାରାଜପୁର ବ୍ଲକ ଉପାଧ୍ୟକ୍ଷ ନାରାୟଣ ଲୁହାଙ୍କ...