32.9 C
Balāngīr
Sunday, July 20, 2025

ଆନ୍ଧ୍ର ପ୍ରଦେଶ ସୀମାନ୍ତ ଗ୍ରାମରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

Must read

ରିପୋର୍ଟ : ଜିଲ୍ଲାପ୍ରତିନିଧି ଗୋପୀନାଥ ଗୌଡ଼
ରାୟଗଡା,(୨୦/୦୯) : ରାୟଗଡା ଜିଲ୍ଲା ଆଇନସେବା ପ୍ରାଧିକରଣ ପକ୍ଷରୁ ଶୁକ୍ରବାର ଆନ୍ଧ୍ର ପ୍ରଦେଶ ସୀମାନ୍ତ ଦୂର୍ଗାପାଡୁ ପଞ୍ଚାୟତ ଅନ୍ତର୍ଗତ ଦୁଇଟି ଗ୍ରାମରେ ଏକ ସ୍ୱତନ୍ତ୍ର ଆଇନ ସଚେତନତା ଶିବିର ଏବଂ ଆଇନ ସହାୟତା କେନ୍ଦ୍ର ଜିଲ୍ଲା ଆଇନସେବା ପ୍ରାଧିକରଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି ।WhatsApp Image 2021 09 20 at 10.03.08 AM ଆନ୍ଧ୍ର ପ୍ରଦେଶ ସୀମାନ୍ତ ଗ୍ରାମରେ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

ସଂପାଦକ ଶ୍ରୀ ମନୋରଞ୍ଜନ ମିଶ୍ରଙ୍କର ତତ୍ତ୍ୱାବଧାନରେ ଆନ୍ଧ୍ର ପ୍ରଦେଶ ସୀମାନ୍ତ ଗ୍ରାମରେ ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ପ୍ୟାନେଲ ଓକିଲ ଶ୍ରୀ ସାମୁଲେ ତାଠି, ପାରା ଲିଗାଲ ଭଲ୍ୟୁଣ୍ଟର ଶ୍ରୀ ସଂଞ୍ଜୟ କୁମାର ବିଡିକା, ଜଗନ୍ନାଥ ମାଠାଙ୍ଗୀ, ପଞ୍ଚାୟତ କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ବିଜୟ କୁମାର ନାୟକ, ସରପଞ୍ଚ ଶ୍ରୀ ମୋହନ ପୁଆଲ, ସମିତି ସଭ୍ୟ ଶ୍ରୀ ପେଣ୍ଟା ଟୀଆକା ଯୋଗ ଦେଇଥିଲେ ।

ଆଦିବାସୀ ଅଞ୍ଚଳରେ ଲୋକେ କିପରି ମାଗଣାରେ ଆଇନ ସେବା ପାଇପାରିବେ ସେ ସମ୍ପର୍କରେ ଆଇନସେବା ପ୍ରାଧିକରଣର ସଂପାଦକ ଶ୍ରୀ ମନୋରଞ୍ଜନ ମିଶ୍ର ଗୁରୁତ୍ୱ ଆରୋପ କରିଥିଲେ । କୌଣସି ମକଦ୍ଦମାର ବିଚାର ଦୀର୍ଘଦିନ ଧରି ଚାଲିଥିଲେ, ୩ ଲକ୍ଷରୁ କମ୍‍ ବାର୍ଷିକ ଆୟ କରୁଥିବା ବ୍ୟକ୍ତିଙ୍କୁ ମାଗଣାରେ ଆଇନ ସେବା ମିଳିଥାଏ । କୌଣସି ବିବାଦର ଆପୋସ ସହମତିରେ ସମାଧାନ ଲୋକ ଅଦାଲତରେ ହୋଇଥାଏ ଏବଂ ଏଥିପାଇଁ କୌଣସି ଅର୍ଥ ଖର୍ଚ୍ଚ କରିବାକୁ ପଡିନଥାଏ ।

ଏଥିସହ ବାଲ୍ୟ ବିବାହ, ଜଙ୍ଗଲ ଅଧିକାର ଆଇନ, ଖାଉଟି ସୁରକ୍ଷା, ନାରୀ ନିର୍ଯ୍ୟାତନା, ଯୌତୁକ ନିର୍ଯ୍ୟାତନା ଇତ୍ୟାଦି ଅନ୍ୟାନ୍ୟ ଆଇନ ସଂମ୍ପର୍କରେ ଆଲୋଚନା କରିଥିଲେ । ସେହିପରି ଜିଲ୍ଲା ଆଇନସେବା ପ୍ରାଧିକରଣ ତରଫରୁ ଆଇନ ସହାୟତା କେନ୍ଦ୍ର ମଧ୍ୟ ଆୟୋଜନ କରାଯାଇ ଲୋକ ମାନଙ୍କର ବିଭିନ୍ନ ସମସ୍ୟାର ସମାଧାନ ନିମିତ୍ତ ଆଇନ ପରାମର୍ଶ ଦିଆଯାଇଥିଲା ।

ଏହି କାର୍ଯ୍ୟକ୍ରମ ପରିଚାଳନାରେ ଜିଲ୍ଲା ଆଇନସେବା ପ୍ରାଧିକରଣର କର୍ମଚାରୀ ଶ୍ରୀ ପ୍ରେମ ଲୋଚନ ସ୍ୱାଇଁ, ଶ୍ରୀ ଜନକ ମିର୍ଦ୍ଧା ଓ ଶ୍ରୀ ସନାତନ ଦାସ ସହଯୋଗ କରିଥିଲେ । ।

- Advertisement -spot_img

More articles

- Advertisement -spot_img

Latest article

ପୁରୁଷୋତ୍ତମପୁର ଅଟୋ ୟୁନିଅନ ଦ୍ୱାରା ଚକ୍ଷୁ ପରୀକ୍ଷା ଶିବିର ଅନୁଷ୍ଠିତ

ପୁରୁଷୋତ୍ତମପୁର, (୧୯/୦୭) : ଆପ୍ର. : ପୁରୁଷୋତ୍ତମପୁର ସହର ରେ ସ୍ଥାନୀୟ ମା କନକା ଅଟୋ ମୋବାଇଲ ସଂଘ ଚାଳକ ସଂଘ ଦ୍ୱାରା ଏକ ମାଗଣା ଚକ୍ଷୁ ଚିକିତ୍ସା ଶିବିରର ଆୟୋଜନ କରାଯାଇଥିଲା...

ଅର୍ଜୁନପୁର ଜଙ୍ଗଲ ରୁ ଚୋରି ଶାଳ କାଠ ସହ ବ୍ୟବହୃତ ଗାଡି ଓ ବାଇକ ଜବତ : ୨ ଅଭିଯୁକ୍ତ କୁ ଗିରଫ 

ସୁବର୍ଣ୍ଣପୁର, (୧୯/୦୭) : ଆ.ପ୍ର : ସୁବର୍ଣ୍ଣପୁର ବନ ବିଭାଗ ରେଞ୍ଜର କୌଣସି ସୂତ୍ର ରୁ ଖବର ପାଇ ରେଞ୍ଜର ସୁବାସ ମହାପାତ୍ର ବିଶ୍ଵସ୍ତ ସୂତ୍ରରୁ ଖବର ପାଇବାରୁ ତାଙ୍କ ନିର୍ଦ୍ଦେଶ କ୍ରମେ...

ମାନସିକ ଚାପଗ୍ରସ୍ତ ଯୁବକଙ୍କ ଆତ୍ମହତ୍ୟା

ବୁର୍ଲା, (୧୯/୦୭) : ଆପ୍ର. : ବୁର୍ଲା ସହର ଶ୍ରୀରାମ ବିହାରର ଜଣେ ଯୁବକ ବେକରେ ଦୌଡ଼ି ଲଗାଇ ଆତ୍ମହତ୍ୟା କରିବା ପରି ଏକ ଅଭାବନୀୟ ଘଟଣା ଘଟିଯାଇଛି । ପୁଲିସ ଶବ ଜବତ...

ଧାନ ବିକ୍ରି ପାଇଁ ଆଜିଠୁ ଆରମ୍ଭ ହେଲା ଚାଷୀ ପଞ୍ଜୀକରଣ: ଅଗଷ୍ଟ ୨୦ ଯାଏଁ କରିପାରିବେ ଆବେଦନ; ଜାଣନ୍ତୁ ପଞ୍ଜୀକରଣର ପୂରା ପ୍ରକ୍ରିୟା

ଭୁବନେଶ୍ୱର, (୧୯/୦୭) : ଆପ୍ର. : ଆଜି ଠାରୁ ଆରମ୍ଭ ହେଉଛି ଖରିଫ ଧାନ ବିକ୍ରି ପାଇଁ ଚାଷୀ ପଞ୍ଜୀକରଣ ପ୍ରକିୟା। ଏହା ଆସନ୍ତା ଅଗଷ୍ଟ ୨୦ ତାରିଖ ପର୍ଯ୍ୟନ୍ତ ଚାଲିବ । ସେପ୍ଟେମ୍ବର...

ଫାସଡ ସୁକତେଲ ବ୍ରିଜଠାରେ ଦୁଇଟ୍ରକ ମୁହାଁମୁହିଁ ଧକ୍କା

ଲୋଇସିଂହା, (୧୯/୦୭) :ଆପ୍ର. : ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଫାସଡ ନିକଟସ୍ଥ ସୁକ୍‌ତେଲ ପୋଲ ଉପରେ ଗତକାଲି ରାତିରେ ଦୁଇଟ୍ରକ୍ ମଧ୍ୟରେ ଧକ୍କା ହେବା ଫଳରେ ରାସ୍ତା ଅବରୋଧ ହୋଇଥିଲା । ଦୁର୍ଘଟଣାଗ୍ରସ୍ତ...