32.9 C
Balāngīr
Friday, April 25, 2025

ଆରପିଏଫ ଯବାନଙ୍କ ବାଇକ ଦୁର୍ଘଟଣାରେ ମୃତ୍ୟୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଫୁଲବାଣୀ, (୨୩/୧୨) : ମା’ଙ୍କ ଶ୍ରାଦ୍ଧ ବାର୍ଷିକୀରେ ଯୋଗ ଦେବା ପାଇଁ ଆସିଥିଲେ ଆରପିଏଫ ଯବାନ। ବାଇକ ଦୁର୍ଘଟଣାରେ ଚାଲିଗଲା ଜୀବନ । ଏଭଳି ଦୁଃଖଦାୟକ ଘଟଣା ଘଟିଛି ଫୁଲବାଣୀ ସହରରେ ।

ସୂଚନା ଅନୁଯାୟୀ, ସ୍ଥାନୀୟ ସାଲୁଙ୍କି ସାହିର ମନୋଜ କୁମାର ତ୍ରିପାଠୀ( ୫୧) ରେଲୱେ ପୁଲିସ ଫୋର୍ସରେ କାର୍ଯ୍ୟରତ ଥିଲେ । ସେ ମାଆଙ୍କ ଶ୍ରାଦ୍ଧ ବାର୍ଷିକୀ ପାଳନ ନିମନ୍ତେ ନିଜ ଘରକୁ ଛୁଟି ନେଇ ଆସିଥିଲେ। ଶନିବାର ରାତିରେ କୌଣସି କାର୍ଯ୍ୟରେ ବାଇକରେ ଯାଉଥିବା ବେଳେ ଏମଆଇ ଡାକ ବଙ୍ଗଳା ପାର୍ଶ୍ବରେ ଥିବା କଲଭର୍ଟ ନିକଟରେ କୌଣସି ଅଜଣା ଗାଡି ତାଙ୍କୁ ଧକ୍କା ଦେଇଥିଲା । ଫଳରେ ବାଇକରୁ ଛିଟିକି ନିକଟସ୍ଥ ଖାଲରେ ପଡ଼ି ଯାଇଥିଲେ ଏବଂ ଘଟଣା ସ୍ଥଳରେ ତାଙ୍କର ମୃତ୍ୟୁ ହୋଇଥିଲା । ସ୍ଥାନୀୟ ଲୋକେ ଦେଖିପାରି ଫୁଲବାଣୀ ଟାଉନଥାନାକୁ ଖବର କରିଥିଲେ । ଟାଉନ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଶବକୁ ଜବତ କରି ଜିଲା ମୁଖ୍ୟ ଡାକ୍ତରଖାନାକୁ ବ୍ୟବଚ୍ଛେଦ ପାଇଁ ପଠାଇ ଥିଲେ । ଏଭଳି ଘଟଣା ସ୍ଥାନୀୟ ଅଞ୍ଚଳରେ ଶୋକର ଛାୟା ଖେଳାଇ ଦେଇଛି ।

- Advertisement -spot_img

More articles

- Advertisement -spot_img

Latest article

ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ, ଡାକ୍ତରଖାନାରେ ତୀବ୍ର ଉତ୍ତେଜନା

ଭଦ୍ରକ, (୨୪/୦୪) : ଆପ୍ର. : ଲିଫ୍ଟରେ ଚାପି ହୋଇ ମହିଳା ରୋଗୀଙ୍କ ମୃତ୍ୟୁ । ଏଭଳି ଅଭାବନୀୟ ଘଟଣା ଘଟିଛି ଭଦ୍ରକ ଜିଲ୍ଲା ହସ୍ପିଟାଲରେ । ମୃତ ମହିଳା ହେଲେ ରାନ୍ଦୀଆ ପଂଚାୟତ...

ଧାନ ସଂଗ୍ରହ କମିଟି ବୈଠକ: ଆରମ୍ଭ ହେବ ଧାନ କିଣା ବିକା ପ୍ରକ୍ରିୟା

ବରଗଡ, (୨୪/୦୪) : ଆପ୍ର. : ଚଳିତ ରବି ଋତୁ ପାଇଁ ବୁଧବାର ବରଗଡ଼ ଜିଲ୍ଲା ଧାନ ସଂଗ୍ରହ କମିଟିର ବୈଠକ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଆସନ୍ତା ମଇ ୧୪...

ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି, ରେକର୍ଡ ଭାଙ୍ଗୁଛି ତାତି

ଭୁବନେଶ୍ୱର, (୨୪/୦୪) : ଆପ୍ର. : କାଳବୈଶାଖୀ ପରେ ରାଜ୍ୟରେ ଗ୍ରୀଷ୍ମପ୍ରବାହ ଜାରି ରହିଛି । ପାରଦ ବଢିବା ସହିତ ତାତି ଓ ଗୁଳୁଗୁଳି ଅସହ୍ୟ ହେବାକୁ ବସିଲାଣି । ଘରୁ ବାହାରିବା ମଧ୍ୟ...

ଟ୍ରେନ ରୁ ଖସି ପଡ଼ି ଯୁବକ ମୃତ

ସୁବର୍ଣ୍ଣପୁର, (୨୩/୦୪) : ଆ.ପ୍ର : ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ସହଲା ଫାଟକ ନିକଟରେ ଜଣେ ବ୍ୟକ୍ତି ଟ୍ରେନ ନମ୍ୱର ୧୮୫୨୩ ବିଶାଖାପାଟନା ବନାରସ ଏକ୍ସପ୍ରେସରେ ଆସୁଥିବା ସମୟରେ ଅସାବଧାନତାରୁ ଟ୍ରେନରୁ ଖସି...

ଏପ୍ରିଲ ୧୫ରୁ ଜୁନ ୧୪ ସମୁଦ୍ରରୁ ମାଛ ଧରିବା ଉପରେ କଟକଣା, ଚିନ୍ତାରେ ମତ୍ସ୍ୟଜୀବୀ ପରିବାର

ବାଲେଶ୍ବର, (୨୪/୦୪) : ଆପ୍ର. : ଏପ୍ରିଲ ୧୫ରୁ ଜୁନ୍ ୧୪ ତାରିଖ ପର୍ଯ୍ୟନ୍ତ ସମୂଦ୍ରରୁ ମାଛ ଧରିବା ଉପରେ କଟକଣା ଲାଗିବା ପରେ ଚିନ୍ତାରେ ମତ୍ସ୍ୟଜୀବୀ ପରିବାର । ମାଛ ବଂଶ ବୃଦ୍ଧି...