32.9 C
Balāngīr
Wednesday, April 30, 2025

ଆସନ୍ତାକାଲି ଠାରୁ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗର ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଆରମ୍ଭ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୮/୦୨) : ଆସନ୍ତା ମାର୍ଚ୍ଚ ୩ ତାରିଖ ସୋମବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ୟୁନିଟ୍-୫, ଭୁବନେଶ୍ୱର ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନସାଧାରଣଙ୍କ ବିଭିନ୍ନ ଅଭିଯୋଗର ଶୁଣାଣି କରିବେ ।

ଆସନ୍ତାକାଲି ଠାରୁ ଅଭିଯୋଗ ଶୁଣାଣି ପାଇଁ ଅନଲାଇନ ପଞ୍ଜୀକରଣ ଫେବୃୟାରୀ ୨୮ତାରିଖ ୧୧ ଟା ରୁ ଆରମ୍ଭ ହେବ ଏବଂ ସର୍ବାଧିକ ୧୦୦୦ ଜଣ ପଞ୍ଜୀକରଣ କରିପାରିବେ । ସୂଚନା ଥାଉ କି ଏଥିନିମନ୍ତେ,ଆଗ୍ରହୀ ଜନସାଧାରଣଜନ ଶୁଣାଣି ପୋର୍ଟାଲ (https://janasunani.odisha.gov.in/) ଅଥବା ଜନଶୁଣାଣି ମୋବାଇଲ ଆପ୍ଲିକେଶନ ମାଧ୍ୟମରେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ପାଇଁ ପଞ୍ଜୀକରଣ କରିପାରିବେ। ଜନସାଧାରଣ ପଞ୍ଜୀକୃତ ପ୍ରାପ୍ତି ସ୍ଵୀକାର ପତ୍ର ଏବଂ ବ୍ୟକ୍ତିଗତ ପରିଚୟ ପତ୍ର ତଥା ନିଜର ଅଭିଯୋଗ ପତ୍ର ସହ ଦର୍ଶାଯାଇଥିବା ସ୍ଥାନରେ ନିର୍ଦ୍ଧାରିତ ସମୟରେ ଉପସ୍ଥିତ ରହି ନିଜର ଅଭିଯୋଗ ମୁଖ୍ୟମନ୍ତ୍ରୀଙ୍କୁ ଜଣାଇପାରିବେ । ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...