32.9 C
Balāngīr
Wednesday, April 30, 2025

ଆସନ୍ତାକାଲି ପବିତ୍ର ପୌଷ ପୂର୍ଣ୍ଣିମା: ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେବେ ମହାପ୍ରଭୁ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୧୨/୦୧) : ରାତି ପାହିଲେ ପୌଷ ପୂର୍ଣ୍ଣିମା। ଏହି ଅବସରରେ ମହାପ୍ରଭୁ ଜଗନ୍ନାଥ ତାଙ୍କର ଭକ୍ତଙ୍କୁ ସୁନାବେଶରେ ଦର୍ଶନ ଦେବେ

ମହାପ୍ରଭୁଙ୍କର ଏହି ଅପୂର୍ବ ଦର୍ଶନ ପାଇଁ ଭକ୍ତମାନେ ପୁରୀରେ ଭିଡ଼ ଲଗାଇଛନ୍ତି । ସୁନାବେଶ ପୂର୍ବରୁ ବଡ଼ଦାଣ୍ଡରେ ଆଜି ଭକ୍ତଙ୍କର ଲମ୍ବା ଲାଇନ୍‌ ଲାଗିଛି । ଆସନ୍ତାକାଲି ପୌଷ ପୂର୍ଣ୍ଣିମା ଥିବବେଳେ ତା’ ପରଦିନ (ମଙ୍ଗଳବାର) ମକର ସଂକ୍ରାନ୍ତି ପାଳନ ହେବ । ଏହି ଅବସରରେ ମହାପ୍ରଭୁଙ୍କ ସୁନାବେଶ ଦେଖିବା ପାଇଁ କାଲି ମନ୍ଦିରରେ ଆହୁରି ଅଧିକ ଭିଡ଼ ହେବାର ଆଶଙ୍କା ଦେଖାଯାଇଛି । ତେବେ ପ୍ରବଳ ଗହଳିକୁ ଦୃଷ୍ଟିରେ ରଖି ମନ୍ଦିର ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ମନ୍ଦିର ପରିସରରେ ଭକ୍ତଙ୍କ ସମାଗମ ସାଙ୍ଗକୁ ସିଂହଦ୍ୱାର ସମ୍ମୁଖରେ ଭକ୍ତଙ୍କ ଲାଇନ୍ ଦେଖିବାକୁ ମିଳିଛି। ମନ୍ଦିର ପ୍ରଶାସନ ପକ୍ଷରୁ ଭକ୍ତଙ୍କ ଦର୍ଶନ ସୁରକ୍ଷିତ ଓ ସରଳ କରିବା ପାଇଁ ଉପଯୁକ୍ତ ବ୍ୟବସ୍ଥା କରାଯାଇଛି। ସୁରକ୍ଷା ବ୍ୟବସ୍ଥାରେ ଯେପରି ‌ଢିଲା ନହୁଏ, ସେଥି ପ୍ରତି ନଜର ରଖାଯାଇଛି ।

ସୂଚନାଯୋଗ୍ୟ, ପବିତ୍ର ପୌଷ ପୂର୍ଣ୍ଣିମାରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦେବାଭିଷେକ ତଥା ପୁଷ୍ୟାଭିଷେକ ନୀତି ଅନୁଷ୍ଠିତ ହୋଇଥାଏ। ମହାପ୍ରଭୁ ସୁବର୍ଣ୍ଣ ଅଳଙ୍କାର ପରିଧାନ କରି ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦେଇଥାନ୍ତି। ଏ ନେଇ ଶ୍ରୀମନ୍ଦିରରେ ସ୍ବତନ୍ତ୍ର ନୀତିକାନ୍ତି ଅନୁଷ୍ଠିତ ହୋଇଥାଏ । ପ୍ରଭୁ ଶ୍ରୀରାମଚନ୍ଦ୍ର ୧୪ ବର୍ଷ ବନବାସ ପରେ ଅଯୋଧ୍ୟାକୁ ପ୍ରତ୍ୟାବର୍ତ୍ତନ କରି ପୌଷ ପୂର୍ଣ୍ଣିମା ତିଥିରେ ରାଜ ସିଂହାସନରେ ଅଧିଷ୍ଠିତ ହୋଇଥିଲେ। ଏହି ସ୍ମୃତିରେ ପ୍ରତିବର୍ଷ ଭଳି ଚଳିତବର୍ଷ ବି ପୌଷ ପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଅଭିଷେକ ଉତ୍ସବ ପାରମ୍ପରିକ ରୀତିନୀତି ଅନୁଯାୟୀ ପାଳିତ ହେବ । ପୁଷ୍ୟାଭିଷେକ ଉତ୍ସବ ମହାପ୍ରଭୁଙ୍କ ଦ୍ବାଦଶ ଯାତ୍ରା ଭିତରେ ଅନ୍ୟତମ। ବର୍ଷକ ମଧ୍ୟରେ ମହାପ୍ରଭୁ ୫ଥର ସୁନାବେଶରେ ଭକ୍ତଙ୍କୁ ଦର୍ଶନ ଦିଅନ୍ତି। ଏ ମଧ୍ୟରେ ପୌଷ ପୂର୍ଣ୍ଣିମା ସୁନାବେଶ ଅନ୍ୟତମ।

- Advertisement -spot_img

More articles

- Advertisement -spot_img

Latest article

ଉପାନ୍ତ ଅଞ୍ଚଳରେ ପାନୀୟ ଜଳ କଷ୍ଟ

କୋଲନରା, (୨୯/୦୪) : ଆପ୍ର. : ବଣ ଜଙ୍ଗଲ ଘେରା ଉପାନ୍ତ ଅଞ୍ଚଳରେ ଟିକର ପଡା ଗ୍ରାମ ଅବସ୍ଥିତ । ଗ୍ରାମରେ ମୋଟ ୪୫ ଗୋଟି ପରିବାର ରହୁଥିବା ବେଳେ ୨୧୫ ଜଣ...

ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ସ୍ମାରକ ପତ୍ ପ୍ରଦାନ

ରାୟଗଡ଼ା, (୨୯/୪) : ଆପ୍ର. : ଅଲ୍ ଓଡିଶା ଈପିଏଫ୍ ପେନସନର୍ ଆସୋସିଏସନର ଡାକରାରେ ରାୟଗଡ଼ ଜିଲ୍ଲା ଶାଖା ତରଫରୁ ଈପିଏଫ୍ ପେନସନରସ୍ ତଥା ବରିଷ୍ଠ ନାଗରିକ ମାନେ ସ୍ଥାନୀୟ ଜିଲ୍ଲାପାଳଙ୍କ ଜରିଆରେ...

କୁମୁଲି ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ

କୋରାପୁଟ, (୩୦/୪) : ଆପ୍ର. : ନିଖିଳ ଉତ୍କଳ ପ୍ରାଥମିକ ଶିକ୍ଷକ ସଂଘ, କଟକର ବୋରିଗୁମ୍ମା ବ୍ଲକ୍ କୁମୁଲି ସର୍କଲ ଅନ୍ତର୍ଗତ ୮ ଗୋଟି କ୍ଲଷ୍ଟରର ପ୍ରାଥମିକ ଶିକ୍ଷକ ସଂଘର ଅବଧି ସଂପୂର୍ଣ୍ଣ...

କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦରେ କାଉନସିଲ ବୈଠକ ଅନୁଷ୍ଠିତ

କାଶୀନଗର, (୨୯/୪) : ଆପ୍ର. : ଗଜପତି ଜିଲ୍ଲାରେ କାଶୀନଗର ବିଜ୍ଞାପିତ ଅଞ୍ଚଳ ପରିଷଦ ଅସ୍ଥାୟୀ କାର୍ଯ୍ୟାଳୟ ସଭାଗୃହ ଠାରେ କାଉନସିଲ ବୈଠକ ଅନୁଷ୍ଠିତ ହୋଇଥିଲା । ଏନ୍ଏସି ଅଧ୍ୟକ୍ଷା ଏମ. ସୁଧାରାଣୀ, ଉପାଧ୍ୟକ୍ଷ...

ବିବେକାନନ୍ଦ ଙ୍କ ଦର୍ଶନ ଉପରେ ମାର୍ଗ ଦର୍ଶନ କଲେ ସ୍ୱାଧି କାଞ୍ଚନ ସୋମ ଅଗ୍ରୱାଲା

ସୁବର୍ଣ୍ଣପୁର, (୨୯/୦୪) ଆ.ପ୍ର : ମଙ୍ଗଳବାର ସନ୍ଧ୍ୟା ରେ ଶ୍ରୀ ଗୋପାଳଜୀ ଯୋଗାଶ୍ରମ ମହାନଦୀ ଯୋଗବିହାର ସୁବର୍ଣ୍ଣପୁର ଠାରେ ସ୍ୱାମୀ ବିବେକାନନ୍ଦ ଙ୍କର ଦର୍ଶନ ଏବଂ ହିନ୍ଦୁ ଧର୍ମ ପ୍ରଚାର ପ୍ରସାର ରେ...