32.9 C
Balāngīr
Monday, April 28, 2025

ଆସନ୍ତାକାଲି ବନକଲାଗି ନୀତି; ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ପୁରୀ, (୦୪/୦୩) : ଆସନ୍ତାକାଲି ଫାଲଗୁନ ମାସ ଶୁକ୍ଳ ଷଷ୍ଠୀ ତିଥିରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହ ମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ ।

ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ପ୍ରାୟ ଅପରାହ୍ନ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ପ୍ରାୟ ୫ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଶ୍ରୀବିଗ୍ରହଙ୍କର ଦର୍ଶନ ପାଇପାରିବେ ନାହିଁ । କିନ୍ତୁ ପାର୍ଶ୍ଵ ଦେବାଦେବୀଙ୍କୁ ଦର୍ଶନ କରିପାରିବେ । ଏହି ନୀତି ଦତ୍ତମହାପାତ୍ର ସେବକମାନଙ୍କ ଦ୍ୱାରା ଅନୁଷ୍ଠିତ ହୋଇଥାଏ । ମହାପ୍ରଭୁଙ୍କର ଏହି ନୀତି ଗୁପ୍ତ ନୀତି ହୋଇଥିବାରୁ ଏହି ନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ରଙ୍ଗରେ ଶ୍ରୀଜିଉଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବେ। ପ୍ରାକୃତିକ ରଙ୍ଗ ସହିତ କସ୍ତୁରୀ ଓ କେଶର ଭଳି ଦାମୀ ସୁବାସିତ ପଦାର୍ଥ ବ୍ୟବହୃତ ହୋଇଥାଏ । ପରମ୍ପରା ଅନୁଯାୟୀ ଦୁଇପ୍ରହର ଧୂପ ସରିବାପରେ ମନ୍ଦିରର ସମସ୍ତ ଦରଜା ବନ୍ଦ କରାଯାଇ ଏହି ନୀତି ଆରମ୍ଭ କରାଯିବାର ପରମ୍ପରା ରହିଛି । ଦତ୍ତମହାପାତ୍ର ରତ୍ନ ସିଂହାସନ ଉପରକୁ ଯାଇ ଠାକୁରମାନଙ୍କର ଶ୍ରୀମୁଖ ଶୃଙ୍ଗାର କରନ୍ତି । ଏହି ନୀତି ସମାପନ ହେବା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିଥାଏ ।

- Advertisement -spot_img

More articles

- Advertisement -spot_img

Latest article

ଅବକାରୀ ଚଢ଼ାଉରେ ମହୁଲି ମଦ ସହ ୨ଟି ସ୍କୁଟି : ୨ଟି ମୋଟର ସାଇକେଲ ଜବତ

ରାଉରକେଲା, (୨୮/୦୪) : ଆପ୍ର. : ଆଜି ରାଉରକେଲା ଅବକାରୀ ଅଧୀକ୍ଷକ ଝସକେତନ ବରିହାଙ୍କ ନିର୍ଦ୍ଦେଶ କ୍ରମେ, ରାଉରକେଲା ଅବକାରୀ ବିଭାଗ ପକ୍ଷରୁ ଜିଅବାହାଲ, ରୁପୁଟୋଲା, ସେକ୍ଟର-୩, ଝିରପାଣି, ଅଚଂଳରେ ଚଢ଼ାଉ କରି...

ହାଇୱା-ବାଇକ ଧକ୍କା : ଜଣେ ମୃତ, ତିନି ଗୁରୁତର

ପାଟଣାଗଡ଼, (୨୮/୦୪): ଆପ୍ର. : ବଲାଙ୍ଗିର ଜିଲ୍ଲା ଲରମ୍ଭା ଥାନା ଘସିଏନ ଲରମ୍ଭା ମୁଖ୍ୟରାସ୍ତା ମଝିରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ହାଇୱାକୁ ପଛପଟୁ ପିଟିଲା ବାଇକ, ଜଣେ ମୃତ ତିନିଜଣ ଗୁରୁତର ।...

ଗଞ୍ଜାମରେ ବିଭତ୍ସ ହତ୍ୟା; ଦୁଇ ଭାଇଙ୍କୁ ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ ଦୁବୃର୍ତ

ଗଞ୍ଜାମ, (୨୮/୦୪) : ଆପ୍ର. : ପୁଣି ଅଶାନ୍ତ ହେଲା ଗଞ୍ଜାମ । ଖଲ୍ଲିକୋର୍ଟ ବେଗୁନିଆପଡ଼ା ଥାନା ଅଞ୍ଚଳରେ ଦୁଇ ଭାଇଙ୍କୁ ମାରି ଜଙ୍ଗଲରେ ଜାଳିଦେଲେ ଦୁର୍ବୁତ୍ତ । ବେଗୁନିଆପଡା ଥାନାଞ୍ଚଳର ଶାଳବଣ ଗାଁ...

ଯାଜପୁରରେ ଚାଞ୍ଚଲ୍ୟ ,ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ କଲେ ,ମାଡ଼ ମାରିଲେ ଦୁର୍ବୁତ୍ତ

ଯାଜପୁର, (୨୮/୦୪) : ଆପ୍ର. : ଯାଜପୁରରେ ଲଜ୍ୟା । ଯାଜପୁର ସହରରେ ଜଣେ କର୍ମଜୀବୀ ମହିଳାଙ୍କ ହାତମୁହଁ ବାନ୍ଧି ଦୁଷ୍କର୍ମ ଘଟଣା ପୁରା ଅଞ୍ଚଳରେ ଚାଞ୍ଚଲ୍ୟ ସୃଷ୍ଟି କରିଛି । ପୀଡିତା ଲୋକଲଜ୍ୟା...

ଶଶୁର ଘରକୁ ଫେରିବା ବାଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଗଛରେ ପିଟି ହେଲା ସ୍କର୍ପିଓ, ନବ ବିବାହିତଙ୍କ ସମେତ ୪ ମୃତ

ରାଉଲକେଲା, (୨୮/୦୪) : ଆପ୍ର. : ଦିଅଁ ଦର୍ଶନ ସାରି ଫେରୁଥିବା ବେଳେ ଗଛରେ ପିଟିହେଲା ସ୍କର୍ପିଓ । ଦୁର୍ଘଟଣାରେ ନବ ବିବାହିତାଙ୍କ ସମେତ ଚାଲିଗଲା ୪ ଜଣଙ୍କର ଜୀବନ ଓ ଜଣେ...