ସୁବର୍ଣ୍ଣପୁର, (୦୫/୦୫) : ଆ.ପ୍ର : ଆସନ୍ତା ୧୦. ୦୫.୨୦୨୫ ତାରିଖ ଦିନ ଦ୍ଵିତୀୟ ରାଷ୍ଟୀୟ ଲୋକ ଅଦାଲତ ସୋନପୁର ସିଭିଲ କୋର୍ଟ ପରିସର ଅନୁଷ୍ଠିତ ହେବ ।
ଉକ୍ତ ରାଷ୍ଟ୍ରୀୟ ଲୋକ ଅଦାଲତରେ ସମସ୍ତ ପ୍ରକାର ବିଚାରାଧୀନ ମକଦ୍ଦମା ଯଥା ଦେୱାନୀ ଓ ଫୌଜଦାରୀ (ସାଲିସ ଯୋଗ୍ୟ), ମୋଟର ଦୁର୍ଘଟଣା ଜନିତ କ୍ଷତିପୂରଣ, ବ୍ୟାଙ୍କରୂଣ, ବିଦ୍ୟୁତ ଓ ଜଳଯୋଗାଣ, ପାରିବାରିକ ସମସ୍ୟା, ଜମି ଅଧିଗ୍ରହଣ, ଶ୍ରମ ବିବାଦ, ଚେକ ବାଉଁନ୍ସ ମାମଲାର ଆପୋସ ସହମତିରେ ସମାଧାନ କରାଯାଇ ପାରିବ । କେବଳ ବିଚାରାଧୀନ ମୋକଦ୍ଦମା ନୁହେଁ ପ୍ରାକ ମୋକଦ୍ଦମା ସ୍ତରୀୟ (କଚେରୀରେ ଦାୟର ହୋଇ ନଥିବା), ଚେକ ବାଉଁନ୍ସ ମାମଲା, ବ୍ୟାଙ୍କରୂଣ ବିବାଦ, ଶ୍ରମ ଓ ନିଯୁକ୍ତି ବିବାଦ , ଅନ୍ୟାନ୍ୟ ସାଲିସ ଯୋଗ୍ୟ ଫୌଜଦାରୀ ଓ ଦେୱାନୀ ମକଦ୍ଦମା ଇତ୍ୟାଦିର ମଧ୍ୟ ସମାଧାନ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ହୋଇପାରିବ । ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ମୋକଦ୍ଦମା ବିବାଦର ସମାଧାନ ପାଇଁ କୌଣସି ଆର୍ଥିକ ଖର୍ଚ୍ଚ ପଡେ ନାହିଁ ଏବଂ ଲୋକ ଅଦାଲତର ରାୟ ବୈଧ,ଚୂଡାନ୍ତ ଏବଂ ଅମଳ ଯୋଗ୍ୟ ଅଟେ ।
ଯଦି କୌଣସି ବିଚାରାଧୀନ ମୋକଦ୍ଦମାର ସମାଧାନ ଲୋକ ଅଦାଲତ ମାଧ୍ୟମରେ ହୁଏ ଆଗରୁ ପୈଠ ହୋଇଥିବା କୌଟ ଫି ଫେରସ୍ତ ହୋଇପାରିବ । ଦୀର୍ଘଦିନ ଧରି ଚାଲୁ ରହିଥିବା ମୋକଦ୍ଦମାର ସହଜ ସମାଧାନ ପାଇଁ ଏବଂ ଆର୍ଥିକ ଖର୍ଚ୍ଚ ଓ ସମୟ ଅପଚୟରୁ ନିସ୍ତାର ପାଇଁ ଏହି ସୁଯୋଗର ସଦୁପଯୋଗ କରନ୍ତୁ । ସବିଶେଷ ବିବରଣୀ ନିମନ୍ତେ ନିକଟସ୍ଥ ଜିଲ୍ଲା ଆଇନ ସେବା ପ୍ରାଧିକରଣ ତଥା ତାଲୁକ ଆଇନ ସେବା କମିଟି କାର୍ଯ୍ୟାଳୟ ସହିତ ଯୋଗାଯୋଗ କରିବାକୁ ଅନୁରୋଧ କରାଯାଇଛି ।