32.9 C
Balāngīr
Thursday, June 12, 2025

ଆସନ୍ତା ୨୧ରୁ ୨୩ ଯାଏ ବଢ଼ିବ କାଳବୈଶାଖୀ, ଆଜି ୧୮ ଜିଲ୍ଲାକୁ ଆଲର୍ଟ: ଉପକୂଳରେ ଗରମ ଓ ଗୁଳୁଗୁଳି ଜାରି

Must read

ଭୁବନେଶ୍ୱର, (୨୦/୦୫) : ଆପ୍ର. : ଆସନ୍ତା ୨୧ରୁ ୨୩ ତାରିଖ ଯାଏ କାଳବୈଶାଖୀର ପ୍ରଭାବ ବଢ଼ିବ । ଏହା ପ୍ରଭାବରେ ଘଡ଼ଘଡ଼ି ସହିତ ଅଧିକ ବର୍ଷା ହୋଇପାରେ ।

୪୦ରୁ ୫୦ କିମି ବେଗରେ ପବନ ସହିତ ପବନର ଝଟ୍କା ୬୦କିମି ଯାଏ ଯାଇପାରେ । ପାଣିପାଗ ବିଭାଗ ଏଭଳି ସତର୍କ କରାଇଛି । ୨୦ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ସୁନ୍ଦରଗଡ଼ରେ କାଳବୈଶାଖୀ ପ୍ରଭାବରେ ଘଡ଼ଘଡ଼ି ସହ ବର୍ଷା ହୋଇପାରେ ।ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ଗରମ ଓ ଗୁଳୁଗୁଳି ଜାରି ରହିବ ।

୨୧ ତାରିଖରେ କାଳବୈଶାଖୀ ବର୍ଷା ପାଇଁ ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, କେନ୍ଦୁଝର ଓ ନବରଙ୍ଗପୁରକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ଓ ବର୍ଷା ସହିତ ୪୦ରୁ ୫୦ କିମି ବେଗରେ ପବନ ବୋହିବ । ପବନର ଝଟ୍କା ୬୦ କିମି ବି ଛୁଇଁଯିବ ବୋଲି ପୂର୍ବାନୁମାନ ରହିଛି । ସେହିଭଳି ଖୋର୍ଦ୍ଧା, ନୟାଗଡ଼, ସୋନପୁର, ବୌଦ୍ଧ, ନୂଆପଡ଼ା, ବଲାଙ୍ଗିର, କଳାହାଣ୍ଡି କନ୍ଧମାଳ ଓ ସୁନ୍ଦରଗଡ଼ରେ ମଧ୍ୟ ବର୍ଷା ହୋଇପାରେ । ୨୨ ତାରିଖରେ ଉତ୍ତର ଓ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି । ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ମଧ୍ୟ ଘଡ଼ଘଡ଼ି ସହ ବର୍ଷା ଆଶଙ୍କା ଅଛି ।

୨୩ ତାରିଖରେ ଗଜପତି, ଗଞ୍ଜାମ, କେନ୍ଦୁଝର ଓ ମୟୂରଭଞ୍ଜ ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ୨୪ ଓ ୨୫ ତାରିଖରେ ମଧ୍ୟ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ଅଛି । ଆଜି ଦକ୍ଷିଣ ଆରବ ସାଗରର ଅନେକ ଅଞ୍ଚଳ, ମାଳଦ୍ୱୀପ ଏବଂ କାମରିନ ଅଞ୍ଚଳ, ଦକ୍ଷିଣ ବଙ୍ଗୋପସାଗର, କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳ ଓ ଉତ୍ତରପୂର୍ବ ବଙ୍ଗୋପସାଗରର କିଛି ଅଞ୍ଚଳକୁ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଅଗ୍ରସର ହୋଇଛି । କେନ୍ଦ୍ରୀୟ ବଙ୍ଗୋପସାଗରର କିଛି ଅଞ୍ଚଳ ଓ ଉତ୍ତର-ପୂର୍ବ ବଙ୍ଗୋପସାଗରର କିଛି ଅଂଶକୁ ମୌସୁମୀ ବାୟୁ ଅଗ୍ରସର ପାଇଁ ପାଗ ଅନୁକୂଳ ରହିଛି ବୋଲି ପାଣିପାଗ ବିଶେଷଜ୍ଞ କହିଛନ୍ତି ।

ରାଜଧାନୀ ଭୁବନେଶ୍ୱରରେ ଦିନକୁ ଦିନ କାଳବୈଶାଖୀ ଶକ୍ତିହୀନ ହେବାକୁ ନେଇ ପାଣିପାଗ ବିଶେଷଜ୍ଞମାନେ ଚିନ୍ତାପ୍ରକାଶ କରିଛନ୍ତି । ସହରରେ କଂକ୍ରିଟ ନିର୍ମାଣ ବୃଦ୍ଧି ଓ ଆର୍ଦ୍ରଭୂମି ନଷ୍ଟ ପ୍ରଭାବ ଯୋଗୁ ରାଜଧାନୀ ଏକ ସ୍ଥାନୀୟ ଉଷ୍ମ ଦ୍ୱୀପ ପାଲଟୁଛି । ଏହା ବାୟୁମଣ୍ଡଳୀୟ ପରିସ୍ଥିତିକୁ ପ୍ରଭାବିତ କରୁଛି । ଝଡ଼ ଆଚରଣକୁ ପ୍ରଭାବିତ କରୁଛି । ଏହା ସହର ପାଖକୁ ଆସିବା ବା ଅତିକ୍ରମ କରିବା ସମୟରେ ଝଡ଼ ବିଭାଜିତ ବା ଦୁର୍ବଳ ହେଉଛି । ଦିଗ ପରିବର୍ତ୍ତନ କରୁଛି । ଆଜି ସମ୍ବଲପୁରର ଦିନ ତାପମାତ୍ରା ସର୍ବାଧିକ ୪୨ ଡିଗ୍ରୀ ଥିଲା । ବଲାଙ୍ଗିରରେ ୪୦.୮, ହୀରାକୁଦରେ ୪୦.୧, ଟିଟିଲାଗଡ଼ ଓ ବୌଦ୍ଧରେ ୪୦ ଡିଗ୍ରୀ ରେକର୍ଡ ହୋଇଛି । ଆଜି କାଳବୈଶାଖୀ ପ୍ରଭାବରେ ଢେଙ୍କାନାଳରେ ୨୯.୪, ଭଦ୍ରକରେ ୨୬.୪, ଯାଜପୁରରେ ୨୪.୬, କଟକରେ ୨୩.୪ମିମି ବର୍ଷା ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...