32.9 C
Balāngīr
Thursday, June 12, 2025

ଆସନ୍ତା ୨୪ରେ ପୁଣି ଘୂର୍ଣ୍ଣିବଳୟ ସମ୍ଭାବନା, ମତ୍ସ୍ୟଜୀବୀଙ୍କ ପାଇଁ ସତର୍କତା ଜାରି କଲେ ଏସ୍‌ଆରସି

Must read

ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୨/୦୮) : ଆସନ୍ତା ୨୪ ତାରିଖରେ ରାଜ୍ୟରେ ପୁଣି ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ । ବାଲେଶ୍ୱର,ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ଉପରେ ଏହି ଘୂର୍ଣ୍ଣିବଳୟ ରହିବ ।

ଏହା ପ୍ରଭାବରେ ୨୩ରୁ ଉତ୍ତର ଓଡ଼ିଶାରେ ବର୍ଷା ହେବ । ଦିନବେଳା ଖରା ହେଉଥିବାରୁ ଅପରାହ୍ନରେ ଘଡ଼ଘଡ଼ି ହୋଇପାରେ ବୋଲି ସୋଆ ଜଳବାୟୁ ଓ ପରିବେଶ କେନ୍ଦ୍ର ନିର୍ଦ୍ଦେଶକ ଡ.ଶରତ ସାହୁ ପୂର୍ବାନୁମାନ କରିଛନ୍ତି । ପାଣିପାଗ ବିଭାଗର ପୂର୍ବାନୁମାନ କହୁଛି, ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ଅଞ୍ଚଳରେ ୨୪ ତାରିଖରେ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ପ୍ରଭାବରେ ଓଡ଼ିଶା ଉପକୂଳରେ ୨୨ରୁ ୨୫ ତାରିଖ ଯାଏ ୩୫ରୁ ୪୫ କିମି ବେଗରେ ପବନ ବହିବ । ଏଥିପାଇଁ ମତ୍ସଜୀବୀମାନେ ସମୁଦ୍ରକୁ ନ ଯିବାକୁ ସ୍ୱତନ୍ତ୍ର ରିଲିଫ କମିଶନର(ଏସ୍ଆରସି) ସତର୍କତା ଜାରି କରିଛନ୍ତି ।

ଘୂର୍ଣ୍ଣିବଳୟ ପ୍ରଭାବରେ ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଭଦ୍ରକ ଓ ଯାଜପୁରରେ ବର୍ଷା ହେବ । ଏବେ ଦିନବେଳା ବାୟୁମଣ୍ଡଳରେ ଜଳୀୟବାଷ୍ପ ଅଧିକ ରହୁଛି । ଖରା ବି ହେଉଛି । ଏଥିପାଇଁ ଘଡ଼ଘଡ଼ିର ତୀବ୍ରତା ବଢ଼ିବ ବୋଲି ଡ. ସାହୁ ପୂର୍ବାନୁମାନ କରିଛନ୍ତି । ନୟାଗଡ଼ ଜିଲ୍ଲାରେ ଆଜି ୩୯ମିମି ବର୍ଷା ହୋଇଛି । ଭଦ୍ରକରେ ୩୪, ବାଲେଶ୍ୱରରେ ୨୫.୬ ଓ ବାରିପଦାରେ ୧୭ମିମି ବର୍ଷା ହୋଇଛି ।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...