ରିପୋର୍ଟ : ଓଡିଶା ନ୍ୟୁଜ ୨୪ ବ୍ୟୁରୋ //
ଭୁବନେଶ୍ୱର, (୨୫/୧୨) : ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟରେ ବର୍ଷା ଜାରି ରହିଛି । ଆସନ୍ତାକାଲି ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିବ ।
ଆହୁରି ୨୪ ଘଣ୍ଟା ବର୍ଷିବ । ଆଜି ଝାରସୁଗୁଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାକୁ ଛାଡ଼ିଦେଲେ ବାକି ସମସ୍ତ ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି । ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ନିର୍ଦ୍ଦେଶିକା ମନୋରମା ମହାନ୍ତି ଆଜି ଏହି ସୂଚନା ଦେଇଛନ୍ତି । ସେ କହିଛନ୍ତି, ଆଗାମୀ ୨୪ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ଅନେକ ସ୍ଥାନରେ ହାଲୁକାର ମଧ୍ୟମ ଧରଣର ବର୍ଷା ଲାଗି ରହିବ । ହେଲେ ଗୋଟିଏ ୨ଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଯେପରିକି ନବରଙ୍ଗଗପୁର, କଳାହାଣ୍ଡି, ନୟାଗଡ଼, ଖୋର୍ଦ୍ଧା, କଟକ, ଗଞ୍ଜାମ , ଗଜପତି , ରାୟଗଡ଼ା ଓ କେନ୍ଦ୍ରାପଡ଼ାରେ ଜିଲ୍ଲାରେ ମଧ୍ୟମ ଧରଣ ବର୍ଷା ହୋଇପାରେ । କିଛି ସ୍ଥାନରେ ମଧ୍ୟ ପ୍ରବଳ ବର୍ଷା ହୋଇପାରେ। ଆସନ୍ତାକାଲି ଦକ୍ଷିଣ ଓଡ଼ିଶାରେ ଗୋଟିଏ ୨ଟି ସ୍ଥାନରେ ବର୍ଷା ହୋଇପାରେ ।
ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ହୋଇପାରେ । ଆଜି ସକାଳେ ଟ୍ୱିନ୍ ସିଟି ସମେତ ରାଜ୍ୟରେ ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଅଦିନିଆ ବର୍ଷା ଯୋଗୁ ହେକ୍ଟର ହେକ୍ଟର ଚାଷ ଜମି ଜଳମଗ୍ନ ହୋଇଛି । ବର୍ଷକର ଅମଳ ନଷ୍ଟ ହୋଇଯିବା ଯୋଗୁ ଚିନ୍ତାରେ ପଡ଼ିଯାଇଛନ୍ତି ଚାଷୀ ।