32.9 C
Balāngīr
Tuesday, May 13, 2025

ଆହୁରି ୩ ଦିନ କାଳବୈଶାଖୀ: ଆଜି ପାଇଁ ୧୩ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Must read

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଭୁବନେଶ୍ବର, (୨୦/୦୪) : ଆପ୍ର. : କାଳବୈଶାଖୀ ପ୍ରଭାବ ଯୋଗୁଁ ଉପକୂଳ, ଉତ୍ତର ଏବଂ ଦକ୍ଷିଣ ଓଡ଼ିଶାର ବିଭିନ୍ନ ସ୍ଥାନରେ ସର୍ବାଧିକ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି ।

ଆହୁରି ୩ ଦିନ କାଳବୈଶାଖୀ, କିନ୍ତୁ ପଶ୍ଚିମ ଓଡ଼ିଶାର ଜିଲ୍ଲା ଗୁଡ଼ିକରେ ଦିନ ତାପମାତ୍ରା ବୃଦ୍ଧି ପାଇବାରେ ଲାଗିଛି । ରବିବାର ପଶ୍ଚିମାଞ୍ଚଳର ୧୦ଟି ସ୍ଥାନରେ ପାରଦ ୪୦ଡିଗ୍ରୀ ଛୁଇଁଥିବାବେଳେ ଝାରସୁଗୁଡ଼ାରେ ସର୍ବାଧିକ ତାପମାତ୍ରା ସବୁଠୁ ଅଧିକ ୪୨ଡିଗ୍ରୀ ରେକର୍ଡ ହୋଇଛି । ଭୁବନେଶ୍ବର, କଟକ, ନୟାଗଡ଼, ଖୋର୍ଦ୍ଧା ସହିତ ଅନ୍ୟାନ୍ୟ ସ୍ଥାନରେ ପାରଦ ପ୍ରାୟ ୨ଡିଗ୍ରୀ ବଢ଼ିଛି । ଆସନ୍ତା ୩ଦିନ ପର୍ଯ୍ୟନ୍ତ ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି । ପରବର୍ତ୍ତୀ ସମୟରେ ଦିନ ତାପମାତ୍ରା ୨ରୁ ୪ଡିଗ୍ରୀ ପର୍ଯ୍ୟନ୍ତ ବଢ଼ିବାର ସମ୍ଭାବନା ରହିଛି ।

ବୌଦ୍ଧ, ଟିଟିଲାଗଡ଼ ଓ ବଲାଙ୍ଗିରରେ ଦିନ ତାପମାତ୍ରା ୪୧ ଡିଗ୍ରୀ ଥିବାବେଳେ ସମ୍ବଲପୁର ୪୦.୮, ହୀରାକୁଦ ୪୦.୫, ତାଳଚେର ୪୦.୨, ଭବାନୀପାଟଣା ୪୦.୪, ସୁବର୍ଣ୍ଣପୁର ୪୦.୩, ନୂଆପଡ଼ା ୪୦, ବରଗଡ଼ ୩୯, ସୁନ୍ଦରଗଡ଼ ୩୯.୯, ଭୁବନେଶ୍ବର ୩୬.୮ ଏବଂ କଟକରେ ୩୫.୨ ଡିଗ୍ରୀ ରହିଛି । ଆସନ୍ତା ୨୪ଘଣ୍ଟା ମଧ୍ୟରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, କଳାହାଣ୍ଡି, ନୂଆପଡ଼ା, ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ ଏବଂ କେନ୍ଦୁଝର ଜିଲ୍ଲାର କିଛି ଅଞ୍ଚଳରେ ବିଜୁଳି ଘଡ଼ଘଡ଼ି ସହ ଝଡ଼ବର୍ଷା ହୋଇପାରେ । କିଛି ସ୍ଥାନରେ ଘଣ୍ଟାପ୍ରତି ୪୦ରୁ ୫୦କି.ମି ବେଗରେ ପବନ ବହିବା ସମ୍ଭାବନା ରହିଛି । ଏଥିପାଇଁ ଉପରୋକ୍ତ ଜିଲ୍ଲାଗୁଡ଼ିକୁ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି ।

- Advertisement -spot_img

More articles

- Advertisement -spot_img

Latest article

ପ୍ରକାଶ ପାଇଲା ସିବିଏସ୍ଇ ଦ୍ୱାଦଶ ପରୀକ୍ଷା ଫଳ, ବାଜି ମାରିନେଲେ ଝିଅ

ଭୁବନେଶ୍ୱର, (୧୩/୦୫) : ଆପ୍ର. : ଚଳିତ ବର୍ଷର କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶ ପାଇଛି । ସର୍ବ ଭାରତୀୟ ସ୍ତରରେ କୃତକାର୍ଯ୍ୟ ହାର ୮୮.୩୯...

ଯାତ୍ରୀବାହୀ ବସକୁ ପିଟିଲା ଟ୍ରକ, ୨୦ ଆହତ

କରଞ୍ଜିଆ, (୧୩/୦୫) : ଆପ୍ର. : କରଞ୍ଜିଆ ଥାନା ଚଢ଼େଇଭୋଳ ନିକଟରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଯାତ୍ରୀବାହୀ ବସକୁ ପଛ ପଟେ ଧକା ଦେଲା ଟ୍ରକ । ଦୁର୍ଘଟଣାରେ ଓଲଟି ପଡିଛି ଶିବ...

ମଦ ନେଲା ଜୀବନ, ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ

ମାଲକାନଗିରି, (୧୩/୦୫) : ଆପ୍ର. : ମଦ ନେଲା ୩ ଜୀବନ । ଭିଣୋଇ ମାଡ଼ରେ ୩ ଶଳାଙ୍କ ମୃତ୍ୟୁ । ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ଥାନା ଅଞ୍ଚଳରେ ଚାଞ୍ଚଲ୍ୟ । ମୃତକ ହେଲେ...

କସ୍ତୁରବା ସବିକା ମହାବିଦ୍ୟାଳୟରେ ଆନ୍ତର୍ଜାତିକ ନର୍ସ ଦିବସ ପାଳନ

ପୁରୁଷୋତ୍ତମପୁର, (୧୩/୦୫) : ଆପ୍ର. : କସ୍ତୁରବା ସେବିକା ମହାବିଦ୍ୟାଳୟ ରେ ଆନ୍ତର୍ଜାତିକ ନର୍ସ ଦିବସ ପାଳିତ ହୋଇଛି । କଥା ରେ ଅଛି ମାନବ ସେବା ହିଁ ନରାୟଣ ସେବା, ଏହି ପରିପ୍ରେକ୍ଷୀରେ...

ଅଙ୍ଗଦାନ କରି ଅମର ହୋଇଗଲେ ଆଦିବାସୀ ଯୁବକ

ଗୁଣପୁର, (୧୩/୫) : ଆପ୍ର. : କଥାରେ ଅଛି ମଣିଷ ଜୀବନ ପାଣି ଫୋଟକା । ଖୁସିରେ ଘରୁ ବାହାରି ଥିଲେ କିନ୍ତୁ ବିଧାତାର ଲେଖା ଅଲଗା ଥିଲା, ଦୂର୍ଘଟଣାର ଶିକାର ହେଲେ...