32.9 C
Balāngīr
Thursday, June 12, 2025

ଆହୁରି ୩ ଦିନ ଗୁଳୁଗୁଳି, ୧୧ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ

Must read

ଭୁବନେଶ୍ୱର, (୧୪/୦୫) : ଆପ୍ର. : ଆହୁରି ୩ ଦିନ ଗୁଳୁଗୁଳି। ଦୁଇ ଦିନ ହେବ ବିଭିନ୍ନ ସ୍ଥାନରେ କାଳବୈଶାଖୀ ବର୍ଷା ଯୋଗୁଁ ସଂପୃକ୍ତ ଅଞ୍ଚଳରେ ସ୍ଥିତି ସାମାନ୍ୟ ସୁଧାର ଆସିଥିଲେ ମଧ୍ୟ ଦିନ ବେଳା ଗୁଳୁଗୁଳି ଲୋକଙ୍କୁ ଅସ୍ତବ୍ୟସ୍ତ କରୁଛି ।

ଗତକାଲି ରାଜ୍ୟର ୧୧ଟି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଥିବାବେଳେ ୪୩ ଡିଗ୍ରୀ ସହ ଝାରସୁଗୁଡ଼ା ସବୁଠୁ ଉତ୍ତପ୍ତ ସହର ପାଲଟିଛି । ସେହିପରି ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ଆଦ୍ରତା ପରିମାଣ ପ୍ରାୟ ୬୦-୭୦ ପ୍ରତିଶତ ରହିଛି । ଯାହାକି ଗୁଳୁଗୁଳି କରାଇବା ପାଇଁ ପରିବେଶକୁ ସୁହାଇଛି ।

ଏପଟେ ଆଜି ପାଇଁ ସୁନ୍ଦରଗଡ଼, ଦେଓଗଡ, ଝାରସୁଗୁଡା, ସମ୍ବଲପୁର ଓ ବରଗଡକୁ ବାଦ୍ ଦେଇ ଅନ୍ୟ ସବୁ ଜିଲ୍ଳାର କିଛି କିଛି ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇପାରେ । ସେହିପରି ଆସନ୍ତାକାଲି କେନ୍ଦୁଝର, ମୟୁରଭଞ୍ଜ , ଦକ୍ଷିଣ ଉପକୂଳ,ଏବଂ ଆଭ୍ୟନ୍ତରୀଣ ଜିଲ୍ଲା ଗୁଡିକରେ ବର୍ଷା ସମ୍ଭାବନା। ସେହିପରି ୧୬ ତାରିଖ ପାଇଁ କେନ୍ଦୁଝର, ମୟୁରଭଞ୍ଜ, ରାୟଗଡା, ଗଜପତି, କୋରାପୁଟ ଓ ମାଲକାନଗିରି ପାଇଁ ଜାରି କରାଯାଇଛି ସତର୍କ ସୂଚନା । ୧୭ ତାରିଖ ପାଇଁ କେନ୍ଦୁଝର, ମୟୁରଭଞ୍ଜ ଓ ବାଲେଶ୍ବର ପାଇଁ ଆଲର୍ଟ ଜାରି ହୋଇଛି । ଗତକାଲି ମୌସୁମୀ ଆଣ୍ଡାମାନ ଛୁଇଁଥିବାବେଳେ ଆସନ୍ତା ୨୭ ତାରିଖ ସୁଦ୍ଧା କେରଳ ଛୁଇଁବା ନେଇ ପୂର୍ବାନୁମାନ କରିଛି ଆଇଏମଡି।

- Advertisement -spot_img

More articles

- Advertisement -spot_img

Latest article

ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ

ରାୟଗଡ଼ା, (୧୨/୦୬) : ଆପ୍ର. : ଜାତିପ୍ରଥାକୁ ନେଇ ଲଣ୍ଡା ହେଲେ ବଂଶଧର ଲୋକେ । ଜଣେ ଆଦିବାସୀ ଝିଅକୁ ଜଣେ ଦଳିତ ଯୁବକ ପ୍ରେମ କରି ସାଂଗରେ ନେଇଯିବାବାରୁ ଜାତି ଆଳରେ...

ଗୁଣପୁର ପୌରପରିଷଦ କେଳେଙ୍କାରୀ (ଦଲାଲ୍ ସାଜିଛନ୍ତି ଆଉଟ୍ ସୋର୍ସିଙ୍ଗ କର୍ମଚାରୀ)

ଗୁଣପୁର, (୧୧/୬) : ଆପ୍ର. : ଗୁଣପୁର ପୌରପରିଷଦ ହେବା ଦିନଠାରୁ ସହରର ଉନ୍ନତି ଅପେକ୍ଷା ଦୁର୍ନୀତି ବହୁ ମାତ୍ରାରେ ବୃଦ୍ଧି ପାଇଥିବା ଦେଖିବାକୁ ମିଳିଛି । ସରକାରୀ ବାବୁମାନେ ସିଧାସଳଖ ଲାଞ୍ଚ ନନେଇ...

ଘାରିଲାଣି ଝାଡ଼ାବାନ୍ତି ଡର; ମୃତ୍ୟୁ ସଂଖ୍ୟା ଛୁଇଁଲା ୪

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲାକୁ ଘାରିଲାଣି ଝାଡାବାନ୍ତି ଡର । ଯାହାକୁ ନେଇ ଏବେ ଚିନ୍ତାରେ ଗ୍ରାମବାସୀଙ୍କ ଠାରୁ ସ୍ୱାସ୍ଥ୍ୟବିଭାଗ । ଦିନକୁ ଦିନ ଝାଡାବାନ୍ତି ଆକ୍ରାନ୍ତଙ୍କ ସଂଖ୍ୟା...

ଭାରସାମ୍ୟ ହରାଇ ରାସ୍ତା ଉପରେ ଓଲଟିଲା ଟ୍ରାକ୍ଟର, ଜଣେ ମୃତ

ଯାଜପୁର, (୧୨/୦୬) : ଆପ୍ର. : ଯାଜପୁର ଜିଲ୍ଲା ସଦର ଥାନା ଅଞ୍ଚଳରେ ଅଭାବନୀୟ ଘଟଣା ଘଟିଛି । ଭାରସାମ୍ୟ ହରାଇ ରାସ୍ତା କଡକୁ ଓଲଟିଲା ଟ୍ରାକ୍ଟର । ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ...

ରାଜ୍ୟ ପୋଲିସ ମୁଖ୍ୟାଳୟ ପ୍ରେସ୍ ନୋଟ୍; ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଜିଡିଏସ୍ ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ ପାଞ୍ଚ ଜଣ ଅଭିଯୁକ୍ତଙ୍କୁ...

ଭୁବନେଶ୍ୱର, (୧୧/୦୬) : ଆପ୍ର. : ଜାଲ ଶିକ୍ଷା ଗତ ପ୍ରମାଣ ପତ୍ର ପ୍ରଦାନ କରି ଗ୍ରାମୀଣ ଡାକ ସେବକ (ଜିଡିଏସ୍) ଚାକିରି ପାଇବାକୁ ଉଦ୍ୟମ କରିବା ଅଭିଯୋଗରେ ରାଜ୍ୟ କ୍ରାଇମବ୍ରାଞ୍ଚ ଟିମ...